Bible App logo
Search Icon

ଗୀତସଂହିତା 25

25
ଚାଳନା ଓ ସୁରକ୍ଷା ପାଇଁ ପ୍ରାର୍ଥନା
ଦାଉଦଙ୍କର ଗୀତ।
1ହେ ସଦାପ୍ରଭୋ, ମୁଁ ତୁମ୍ଭ ପ୍ରତି ଆପଣା ମନ ଉଠାଏ।
2ହେ ମୋହର ପରମେଶ୍ଵର, ମୁଁ ତୁମ୍ଭଠାରେ ଶରଣ ନେଇଅଛି,
ମୋତେ ଲଜ୍ଜିତ ହେବାକୁ ଦିଅ ନାହିଁ; ମୋହର ଶତ୍ରୁମାନେ ମୋʼ ଉପରେ ଉଲ୍ଲାସ ନ କରନ୍ତୁ।
3ହଁ, ଯେଉଁମାନେ ତୁମ୍ଭର ଅନୁସରଣ କରନ୍ତି, ସେମାନଙ୍କର କେହି ଲଜ୍ଜିତ ହେବେ ନାହିଁ; ଯେଉଁମାନେ ଅକାରଣରେ ବିଶ୍ଵାସଘାତକତା କରନ୍ତି, ସେମାନେ ଲଜ୍ଜିତ ହେବେ।
4ହେ ସଦାପ୍ରଭୋ, ତୁମ୍ଭର ପଥସବୁ ମୋତେ ଦେଖାଅ; ତୁମ୍ଭର ମାର୍ଗସବୁ ମୋତେ ଶିଖାଅ।
5ତୁମ୍ଭ ସତ୍ୟତାରେ ମୋତେ କଢ଼ାଇ ନିଅ ଓ ମୋତେ ଶିକ୍ଷା ଦିଅ; କାରଣ ତୁମ୍ଭେ ମୋʼ ପରିତ୍ରାଣର ପରମେଶ୍ଵର ଅଟ; ମୁଁ ଦିନଯାକ ତୁମ୍ଭର ଅନୁସରଣ କରେ।
6ହେ ସଦାପ୍ରଭୋ, ତୁମ୍ଭର ଦୟା ଓ ସ୍ନେହପୂର୍ଣ୍ଣ କରୁଣା ସ୍ମରଣ କର। କାରଣ ତାହା ଅନାଦିକାଳୀନ।
7ମୋʼ ଯୌବନ କାଳର ପାପ ଓ ଅଧର୍ମସବୁ ସ୍ମରଣ କର ନାହିଁ; ହେ ସଦାପ୍ରଭୋ, ତୁମ୍ଭେ ଆପଣାର ମଙ୍ଗଳଭାବ ସକାଶୁ ନିଜ ସ୍ନେହପୂର୍ଣ୍ଣ କରୁଣାନୁସାରେ ମୋତେ ସ୍ମରଣ କର।
8ସଦାପ୍ରଭୁ ମଙ୍ଗଳମୟ ଓ ସରଳ ଅଟନ୍ତି; ଏହେତୁ ସେ ପାପୀମାନଙ୍କୁ ପଥ ବିଷୟରେ ଶିକ୍ଷା ଦେବେ।
9ସେ ନମ୍ର ଲୋକକୁ ବିଚାରମାର୍ଗରେ କଢ଼ାଇ ନେବେ ଓ ନମ୍ର ଲୋକକୁ ଆପଣା ପଥ ଶିଖାଇବେ।
10ଯେଉଁମାନେ ତାହାଙ୍କ ନିୟମ ଓ ପ୍ରମାଣ-ବାକ୍ୟ ପାଳନ କରନ୍ତି, ସେମାନଙ୍କ ପ୍ରତି ସଦାପ୍ରଭୁଙ୍କର ସମସ୍ତ ପଥ ସ୍ନେହପୂର୍ଣ୍ଣ କରୁଣା ଓ ସତ୍ୟତାବିଶିଷ୍ଟ।
11ହେ ସଦାପ୍ରଭୋ, ଆପଣା ନାମ ସକାଶୁ ମୋହର ଅପରାଧ କ୍ଷମା କର, କାରଣ ତାହା ବଡ଼।
12ସଦାପ୍ରଭୁଙ୍କୁ ଭୟ କରିବା ଲୋକ କିଏ? ସେ ତାହାକୁ ତାହାର ଇଷ୍ଟ ପଥରେ ଶିକ୍ଷା ଦେବେ।
13ତାହାର ପ୍ରାଣ କୁଶଳରେ ବାସ କରିବ
ଓ ତାହାର ବଂଶ ଦେଶ ଅଧିକାର କରିବେ।
14ସଦାପ୍ରଭୁଙ୍କ ଗୁପ୍ତ ବିଷୟ ତାହାଙ୍କ ଭୟକାରୀ-ମାନଙ୍କଠାରେ ଥାଏନ୍ତ
15ସଦାବେଳେ ସଦାପ୍ରଭୁଙ୍କ ଆଡ଼େ ମୋହର ଦୃଷ୍ଟି ଥାଏନ୍ତ
କାରଣ ସେ ଜାଲରୁ ମୋହର ଚରଣ ଉଦ୍ଧାର କରିବେ।
16ମୋʼ ପ୍ରତି ଫେର ଓ ମୋʼ ପ୍ରତି ଦୟା କର;
କାରଣ ମୁଁ ଅସହାୟ ଓ ଦୁଃଖଗ୍ରସ୍ତ ଅଟେ।
17ମୋʼ ଅନ୍ତଃକରଣର ଯନ୍ତ୍ରଣା ବଢ଼ିଅଛି; ତୁମ୍ଭେ ସମସ୍ତ କଷ୍ଟରୁ ମୋତେ ଉଦ୍ଧାର କର।
18ମୋହର କ୍ଳେଶ ଓ ଦୁଃଖ ପ୍ରତି ଦୃଷ୍ଟିପାତ କର; ପୁଣି, ମୋହର ପାପସବୁ କ୍ଷମା କର।
19ମୋହର ଶତ୍ରୁମାନଙ୍କ ପ୍ରତି ଦୃଷ୍ଟିପାତ କର, କାରଣ ସେମାନେ ଅନେକ; ସେମାନେ ଦାରୁଣ ଘୃଣା ଭାବରେ ମୋତେ ଘୃଣା କରନ୍ତି।
20ମୋʼ ପ୍ରାଣକୁ ରକ୍ଷା କର ଓ ମୋତେ ଉଦ୍ଧାର କର; ମୋତେ ଲଜ୍ଜିତ ହେବାକୁ ଦିଅ ନାହିଁ, କାରଣ ମୁଁ ତୁମ୍ଭଠାରେ ଶରଣ ନେଇଅଛି।
21ସିଦ୍ଧତା ଓ ସରଳତା ମୋତେ ରକ୍ଷା କରୁ, କାରଣ ମୁଁ ତୁମ୍ଭର ଅନୁସରଣ କରେ।
22ହେ ପରମେଶ୍ଵର, ଇସ୍ରାଏଲକୁ ତାହାର ସମସ୍ତ ସଙ୍କଟରୁ ମୁକ୍ତ କର।

Highlight

Copy

Compare

Share

None

Want to have your highlights saved across all your devices? Sign up or sign in

Video for ଗୀତସଂହିତା 25