Bible App logo
Search Icon

ଗୀତସଂହିତା 26

26
ଉତ୍ତମ ବ୍ୟକ୍ତିର ପ୍ରାର୍ଥନା
ଦାଉଦଙ୍କର ଗୀତ।
1ହେ ସଦାପ୍ରଭୋ, ମୋହର ବିଚାର କର, କାରଣ ମୁଁ ନିଜ ସିଦ୍ଧତାରେ ଆଚରଣ କରିଅଛି;
ମଧ୍ୟ ମୁଁ ଅଟଳ ଭାବରେ ସଦାପ୍ରଭୁଙ୍କର ଶରଣ ନେଇଅଛି।
2ହେ ସଦାପ୍ରଭୋ, ମୋତେ ପରୀକ୍ଷା କରି ପ୍ରମାଣ ନିଅ; ମୋର ମର୍ମ ଓ ଚିତ୍ତ ପରିଷ୍କାର କର।
3କାରଣ ତୁମ୍ଭର ସ୍ନେହପୂର୍ଣ୍ଣ କରୁଣା ମୋʼ ଦୃଷ୍ଟି-ଗୋଚରରେ ଅଛି; ମୁଁ ତୁମ୍ଭ ସତ୍ୟତାରେ ଆଚରଣ କରିଅଛି।
4ମୁଁ ଅସାର ଲୋକଙ୍କ ସଙ୍ଗେ ବସି ନାହିଁ ; କିଅବା ମୁଁ କପଟୀମାନଙ୍କ ସଙ୍ଗେ ଗମନ କରିବି ନାହିଁ।
5ମୁଁ ଦୁଷ୍କର୍ମକାରୀମାନଙ୍କ ସମାଜକୁ ଘୃଣା କରେ,
ପୁଣି ଦୁଷ୍ଟମାନଙ୍କ ସଙ୍ଗେ ବସିବି ନାହିଁ।
6ହେ ସଦାପ୍ରଭୋ, ଯେପରି ମୁଁ ଧନ୍ୟବାଦ-ସ୍ଵର ଶୁଣାଇବି ଓ ତୁମ୍ଭର ଆଶ୍ଚର୍ଯ୍ୟକ୍ରିୟାସକଳ ବର୍ଣ୍ଣନା କରିବି,
7ଏଥିପାଇଁ ମୁଁ ନିର୍ଦ୍ଦୋଷତାରେ ଆପଣା ହସ୍ତ ପ୍ରକ୍ଷାଳନ କରି ତୁମ୍ଭର ଯଜ୍ଞବେଦି ପ୍ରଦକ୍ଷିଣ କରିବି।
8ହେ ସଦାପ୍ରଭୋ, ମୁଁ ତୁମ୍ଭର ନିବାସ-ଗୃହକୁ ଓ ତୁମ୍ଭ ଗୌରବର ବାସସ୍ଥାନକୁ ସ୍ନେହ କରେ।
9ପାପୀମାନଙ୍କ ସଙ୍ଗେ ମୋʼ ପ୍ରାଣକୁ କିଅବା ରକ୍ତପାତକାରୀ ମନୁଷ୍ୟମାନଙ୍କ ସଙ୍ଗେ ମୋʼ ଜୀବନକୁ ସଂଗ୍ରହ କର ନାହିଁ।
10ସେମାନଙ୍କ ହସ୍ତରେ ଅନିଷ୍ଟ ଥାଏ, ପୁଣି ସେମାନଙ୍କ ଦକ୍ଷିଣ ହସ୍ତ ଲାଞ୍ଚରେ ପରିପୂର୍ଣ୍ଣ।
11ମାତ୍ର ମୁଁ ନିଜ ସିଦ୍ଧତାରେ ଆଚରଣ କରିବି; ମୋତେ ମୁକ୍ତ କର ଓ ମୋʼ ପ୍ରତି ସଦୟ ହୁଅ।
12ମୋʼ ଚରଣ ସମଭୂମିରେ ଠିଆ ହେଉଅଛି;
ମୁଁ ମଣ୍ତଳୀଗଣ ମଧ୍ୟରେ ସଦାପ୍ରଭୁଙ୍କର ଧନ୍ୟବାଦ କରିବି।

Highlight

Copy

Compare

Share

None

Want to have your highlights saved across all your devices? Sign up or sign in

Videos for ଗୀତସଂହିତା 26