ଗୀତସଂହିତା 28
28
ସହାୟତା ପାଇଁ ପ୍ରାର୍ଥନା
ଦାଉଦଙ୍କର ଗୀତ।
1ହେ ସଦାପ୍ରଭୋ, ମୁଁ ତୁମ୍ଭ ନିକଟରେ ଡାକ ପକାଇବି; ହେ ମୋହର ଶୈଳ, ମୋʼ ପ୍ରତି ନୀରବ ହୁଅ ନାହିଁ;
କେଜାଣି ତୁମ୍ଭେ ମୋʼ ପ୍ରତି ନୀରବ ହେଲେ, ମୁଁ ଗର୍ତ୍ତଗାମୀ ଲୋକମାନଙ୍କ ପରି ହେବି।
2ମୁଁ ତୁମ୍ଭ ନିକଟରେ ଆର୍ତ୍ତନାଦ କଲା ବେଳେ, ତୁମ୍ଭ ପବିତ୍ର ସ୍ଥାନର ଗର୍ଭାଗାର ଆଡ଼େ ଆପଣା ହସ୍ତ ଟେକିବା ବେଳେ,
ମୋʼ ନିବେଦନର ରବ ଶ୍ରବଣ କର।
3ଦୁଷ୍ଟ ଓ ଅଧର୍ମାଚାରୀମାନଙ୍କ ସଙ୍ଗେ ମୋତେ ଟାଣି ନିଅ ନାହିଁ; ସେମାନେ ସ୍ଵ ସ୍ଵ ପ୍ରତିବାସୀମାନଙ୍କ ସଙ୍ଗେ ଶାନ୍ତିର କଥା କହନ୍ତି, ମାତ୍ର ସେମାନଙ୍କ ଅନ୍ତଃକରଣରେ ଅନିଷ୍ଟ ଥାଏ।
4ସେମାନଙ୍କ କର୍ମାନୁସାରେ ଓ ସେମାନଙ୍କ କ୍ରିୟାର ଦୁଷ୍ଟତାନୁସାରେ ସେମାନଙ୍କୁ ପ୍ରତିଫଳ ଦିଅ; ସେମାନଙ୍କ ହସ୍ତର କର୍ମାନୁରୂପ ଫଳ ସେମାନଙ୍କୁ ଦିଅ; ସେମାନଙ୍କୁ ସମୁଚିତ ଫଳ ଭୋଗ କରାଅ।
5ସେମାନେ ସଦାପ୍ରଭୁଙ୍କ କ୍ରିୟା ଓ ତାହାଙ୍କ ହସ୍ତର କର୍ମସକଳ ବିବେଚନା ନ କରିବାରୁ ସେ ସେମାନଙ୍କୁ ଭାଙ୍ଗି ପକାଇବେ ଓ ସେମାନଙ୍କୁ ଗଢ଼ିବେ ନାହିଁ।
6ସଦାପ୍ରଭୁ ଧନ୍ୟ ହେଉନ୍ତୁ, କାରଣ ସେ ମୋʼ ନିବେଦନର ରବ ଶୁଣିଅଛନ୍ତି।
7ସଦାପ୍ରଭୁ ମୋହର ବଳ ଓ ମୋହର ଢାଲ;
ମୋହର ଅନ୍ତଃକରଣ ତାହାଙ୍କଠାରେ ଭରସା ରଖିଅଛି ଓ ମୁଁ ସାହାଯ୍ୟ ପାଇଅଛି;
ଏହେତୁ ମୋʼ ଅନ୍ତଃକରଣ ଅତ୍ୟ; ଉଲ୍ଲାସ କରୁଅଛି; ଆଉ, ମୁଁ ନିଜ ଗୀତରେ ତାହାଙ୍କର ପ୍ରଶଂସା କରିବି।
8ସଦାପ୍ରଭୁ ସେମାନଙ୍କର ବଳ ଓ ଆପଣା ଅଭିଷିକ୍ତ ପ୍ରତି ପରିତ୍ରାଣର ଦୃଢ଼ ଦୁର୍ଗ ଅଟନ୍ତି।
9ଆପଣା ଲୋକମାନଙ୍କୁ ତ୍ରାଣ କର ଓ ଆପଣା ଅଧିକାରକୁ ଆଶୀର୍ବାଦ କର;
ସେମାନଙ୍କୁ ପ୍ରତିପାଳନ କର ଓ ଅନନ୍ତକାଳ ସେମାନଙ୍କୁ ବହନ କର।
Currently Selected:
ଗୀତସଂହିତା 28: ODIAOV-BSI
Highlight
Copy
Compare
Share
Want to have your highlights saved across all your devices? Sign up or sign in
ODIA-OV (Re-edited) - ପବିତ୍ର ବାଇବଲ (Re-edited)
Copyright © 2014 by The Bible Society of India
Used by permission. All rights reserved worldwide.