ଗୀତସଂହିତା 29
29
ସଦାପ୍ରଭୁଙ୍କ ରବର ପରାକ୍ରମ
ଦାଉଦଙ୍କର ଗୀତ।
1ହେ ବିକ୍ରମୀ-ସନ୍ତାନଗଣ, ସଦାପ୍ରଭୁଙ୍କର କୀର୍ତ୍ତନ କର, ସଦାପ୍ରଭୁଙ୍କର ଗୌରବ ଓ ପରାକ୍ରମ କୀର୍ତ୍ତନ କର।
2ସଦାପ୍ରଭୁଙ୍କ ନାମର ଗୌରବ କୀର୍ତ୍ତନ କର; ପବିତ୍ରତାର ସୌନ୍ଦର୍ଯ୍ୟରେ ସଦାପ୍ରଭୁଙ୍କୁ ପ୍ରଣାମ କର।
3ଜଳରାଶି ଉପରେ ସଦାପ୍ରଭୁଙ୍କର ରବ ଅଛି; ଗୌରବମୟ ପରମେଶ୍ଵର ବଜ୍ରନାଦ କରନ୍ତି,
ସଦାପ୍ରଭୁ ଅପାର ଜଳରାଶି ଉପରେ ବିଦ୍ୟମାନ।
4ସଦାପ୍ରଭୁଙ୍କ ରବ ଶକ୍ତିବିଶିଷ୍ଟ; ସଦାପ୍ରଭୁଙ୍କ ରବ ପ୍ରତାପପୂର୍ଣ୍ଣ।
5ସଦାପ୍ରଭୁଙ୍କ ରବ ଏରସ ବୃକ୍ଷମାନ ଭାଙ୍ଗି ପକାଏ;
ହଁ, ସଦାପ୍ରଭୁ ଲିବାନୋନ୍ର ଏରସ ବୃକ୍ଷସବୁ ଖଣ୍ତ ଖଣ୍ତ କରି ଭାଙ୍ଗି ପକାନ୍ତି।
6ମଧ୍ୟ ସେ ସେମାନଙ୍କୁ ଗୋବତ୍ସ ପରି; ଲିବାନୋନ୍ ଓ ସିରିୟୋନକୁ ଅରଣା ଛୁଆ ପରି ନଚାନ୍ତି।
7ସଦାପ୍ରଭୁଙ୍କ ରବ ଅଗ୍ନିଶିଖା ବିଭକ୍ତ କରେ।
8ସଦାପ୍ରଭୁଙ୍କ ରବ ପ୍ରାନ୍ତରକୁ କମ୍ପିତ କରେ; ସଦାପ୍ରଭୁ କାଦେଶର ପ୍ରାନ୍ତରକୁ କମ୍ପିତ କରନ୍ତି।
9ସଦାପ୍ରଭୁଙ୍କ ରବ ହରିଣୀମାନଙ୍କୁ ପ୍ରସବ କରାଏ
ଓ ବନସମୂହକୁ ବିବସ୍ତ୍ର କରେ; ପୁଣି, ତାହାଙ୍କ ମନ୍ଦିରରେ ସମସ୍ତ ବିଷୟ ଗୌରବ, ଗୌରବ ବୋଲି କହନ୍ତି।
10ସଦାପ୍ରଭୁ ଜଳପ୍ଲାବନରେ ରାଜା ତୁଲ୍ୟ ଉପବିଷ୍ଟ ହେଲେ; ହଁ, ସଦାପ୍ରଭୁ ଅନନ୍ତକାଳ ରାଜା ତୁଲ୍ୟ ଉପବିଷ୍ଟ ଅଟନ୍ତି।
11ସଦାପ୍ରଭୁ ଆପଣା ଲୋକମାନଙ୍କୁ ବଳ ଦେବେ; ସଦାପ୍ରଭୁ ଆପଣା ଲୋକମାନଙ୍କୁ ଶାନ୍ତି ଦେଇ ଆଶୀର୍ବାଦ କରିବେ।
Currently Selected:
ଗୀତସଂହିତା 29: ODIAOV-BSI
Highlight
Copy
Compare
Share
Want to have your highlights saved across all your devices? Sign up or sign in
ODIA-OV (Re-edited) - ପବିତ୍ର ବାଇବଲ (Re-edited)
Copyright © 2014 by The Bible Society of India
Used by permission. All rights reserved worldwide.