Bible App logo
Search Icon

ଗୀତସଂହିତା 32

32
ପାପ ସ୍ଵୀକାର ଓ କ୍ଷମା
ଦାଉଦଙ୍କ ଗୀତ। ମସ୍କୀଲ୍-
1ଯାହାର ଅପରାଧ କ୍ଷମା, ଯାହାର ପାପ ଆଚ୍ଛାଦିତ ହୋଇଅଛି, ସେ ଧନ୍ୟ।
2ସଦାପ୍ରଭୁ ଯାହା ପ୍ରତି ଅଧର୍ମର ଆରୋପ ନ କରନ୍ତି ଓ ଯାହାର ଆତ୍ମାରେ ପ୍ରବଞ୍ଚନା ନାହିଁ, ସେ ଧନ୍ୟ।
3ମୁଁ ମୌନୀ ହୋଇ ଥିବା ବେଳେ ଦିନଯାକ ଆର୍ତ୍ତନାଦ କରିବା ଦ୍ଵାରା ମୋହର ଅସ୍ଥିସବୁ କ୍ଷୟ ପାଇଲା।
4କାରଣ ଦିବାରାତ୍ର ତୁମ୍ଭ ହସ୍ତ ମୋʼ ଉପରେ ଭାରୀ ଥିଲା;
ମୋହର ରସ ଗ୍ରୀଷ୍ମକାଳୀନ ଶୁଷ୍କତାରେ ପରିଣତ ହେଲା।
[ସେଲା
5ମୁଁ ତୁମ୍ଭ ନିକଟରେ ଆପଣା ପାପ ସ୍ଵୀକାର କଲି ଓ ଆପଣା ଅଧର୍ମ ଲୁଚାଇଲି ନାହିଁ; ମୁଁ କହିଲି, ମୁଁ ସଦାପ୍ରଭୁଙ୍କ ନିକଟରେ ଆପଣା ଅପରାଧ ସ୍ଵୀକାର କରିବି;
ତହିଁରେ ତୁମ୍ଭେ ମୋହର ପାପଘଟିତ ଅଧର୍ମ କ୍ଷମା କଲ।
[ସେଲା
6ଏଥିପାର୍ଇ ତୁମ୍ଭର ଉଦ୍ଦେଶ୍ୟ ପାଇ ପାରିବା ସମୟରେ ପ୍ରତ୍ୟେକ ସଦ୍ଭକ୍ତ ଲୋକ ତୁମ୍ଭ ନିକଟରେ ପ୍ରାର୍ଥନା କରୁ;
ନିଶ୍ଚୟ ମହାଜଳରାଶି ଉଚ୍ଛୁଳିବା ସମୟରେ ତାହା ତାହା ନିକଟକୁ ଆସିବ ନାହିଁ।
7ତୁମ୍ଭେ ମୋହର ଲୁଚିବା ସ୍ଥାନ; ତୁମ୍ଭେ ସଙ୍କଟରୁ ମୋତେ ରକ୍ଷା କରିବ;
ତୁମ୍ଭେ ରକ୍ଷାର୍ଥକ ଗାୟନରେ ମୋହର ଚତୁର୍ଦ୍ଦିଗ ବେଷ୍ଟନ କରିବ।
[ସେଲା
8ମୁଁ ତୁମ୍ଭକୁ ଉପଦେଶ ଦେବି ଓ ତୁମ୍ଭର ଗନ୍ତବ୍ୟ ମାର୍ଗ ଶିଖାଇବି; ମୁଁ ତୁମ୍ଭ ଉପରେ ଆପଣା ଦୃଷ୍ଟି ରଖି ତୁମ୍ଭକୁ ମନ୍ତ୍ରଣା ଦେବି।
9ତୁମ୍ଭେମାନେ ବୁଦ୍ଧିହୀନ ଅଶ୍ଵ କି ଖଚର ପରି ହୁଅ ନାହିଁ
10ଦୁଷ୍ଟକୁ ଅନେକ ଦୁଃଖ ଘଟିବ;
ମାତ୍ର ଯେଉଁ ଜନ ସଦାପ୍ରଭୁଙ୍କଠାରେ ନିର୍ଭର ରଖେ, ତାହାର ଚତୁର୍ଦ୍ଦିଗରେ ଦୟା ବେଷ୍ଟନ କରିବ।
11ହେ ଧାର୍ମିକଗଣ, ସଦାପ୍ରଭୁଙ୍କଠାରେ ଆନନ୍ଦ କର ଓ ଉଲ୍ଲସିତ ହୁଅ; ହେ ସରଳାନ୍ତଃକରଣ ସମସ୍ତେ, ତୁମ୍ଭେମାନେ ଆନନ୍ଦଧ୍ଵନି କର।

Highlight

Copy

Compare

Share

None

Want to have your highlights saved across all your devices? Sign up or sign in