ଗୀତସଂହିତା 35
35
ସହାୟତା ପାଇଁ ପ୍ରାର୍ଥନା
ଦାଉଦଙ୍କର ଗୀତ।
1ସଦାପ୍ରଭୋ, ଯେଉଁମାନେ ମୋʼ ସଙ୍ଗେ ବିବାଦ କରନ୍ତି, ତୁମ୍ଭେ ସେମାନଙ୍କ ସଙ୍ଗେ ବିବାଦ କର। ଯେଉଁମାନେ ମୋʼ ସଙ୍ଗେ ଯୁଦ୍ଧ କରନ୍ତି, ତୁମ୍ଭେ ସେମାନଙ୍କ ସଂଗେ ଯୁଦ୍ଧ କର।
2ଢାଲ ଓ ଫଳକ ଧାରଣ କର ଓ ମୋର ସାହାଯ୍ୟ ନିମନ୍ତେ ଠିଆ ହୁଅ।
3ମଧ୍ୟ ବର୍ଚ୍ଛା ଧରି ମୋʼ ପଛେ ଗୋଡ଼ାଇବା ଲୋକମାନଙ୍କ ପଥ ରୁଦ୍ଧ କର; ମୋʼ ପ୍ରାଣକୁ କୁହ, ଆମ୍ଭେ ତୁମ୍ଭର ପରିତ୍ରାଣ।
4ମୋʼ ପ୍ରାଣର ଅନ୍ଵେଷଣକାରୀମାନେ ଲଜ୍ଜିତ ଓ ଅପମାନିତ ହେଉନ୍ତୁ;
ମୋହର ଅନିଷ୍ଟଚିନ୍ତକମାନେ ବିମୁଖ ଓ ଘାବରା ହେଉନ୍ତୁ।
5ସେମାନେ ବାୟୁ ଆଗେ ତୁଷ ପରି ହେଉନ୍ତୁ ଓ ସଦାପ୍ରଭୁଙ୍କ ଦୂତ ସେମାନଙ୍କୁ ଘଉଡ଼ାଇ ଦେଉନ୍ତୁ।
6ସେମାନଙ୍କ ପଥ ଅନ୍ଧକାରମୟ ଓ ଖସଡ଼ା ହେଉ, ପୁଣି ସଦାପ୍ରଭୁଙ୍କ ଦୂତ ସେମାନଙ୍କ ପଛେ ଗୋଡ଼ାଉନ୍ତୁ।
7ଯେହେତୁ ସେମାନେ ଅକାରଣରେ ମୋʼ ପାଇଁ ଗର୍ତ୍ତ ମଧ୍ୟରେ ଜାଲ ଲୁଚାଇ ଅଛନ୍ତି,
ସେମାନେ ଅକାରଣରେ ମୋʼ ପାଇଁ ଖାତ ଖୋଳି ଅଛନ୍ତି।
8ଅଜ୍ଞାତସାରରେ ତାହାକୁ ସର୍ବନାଶ ଘଟୁ ଓ ତାହାର ଗୁପ୍ତ ଜାଲ ତାହାକୁ ହିଁ ଧରୁ;
9ଆଉ, ମୋହର ପ୍ରାଣ ସଦାପ୍ରଭୁଙ୍କଠାରେ ଆନନ୍ଦିତ ହେବ ଓ ତାହାଙ୍କ ପରିତ୍ରାଣରେ ଉଲ୍ଲାସ କରିବ।
10ମୋହର ଅସ୍ଥିସକଳ କହିବ, ହେ ସଦାପ୍ରଭୋ, ତୁମ୍ଭ ତୁଲ୍ୟ କିଏ ଅଛି?
ତୁମ୍ଭେ ଦୁଃଖୀକି ତାହା ଅପେକ୍ଷା ବଳବାନ ଲୋକଠାରୁ, ମଧ୍ୟ ଦୁଃଖୀ ଓ ଦୀନହୀନକୁ ତାହାର ଲୁଟକାରୀଠାରୁ ଉଦ୍ଧାର କରିଥାଅ।
11ଅନ୍ୟାୟ ସାକ୍ଷୀମାନେ ଉଠୁଅଛନ୍ତି; ସେମାନେ ଆମ୍ଭର ଅଜ୍ଞାତ ବିଷୟ ଆମ୍ଭକୁ ପଚାରୁ ଅଛନ୍ତି।
12ସେମାନେ ହିତର ପରିବର୍ତ୍ତେ ମୋହର ଅହିତ କରନ୍ତି, ତହିଁରେ ମୋହର ପ୍ରାଣ ଅନାଥ ହୁଏ।
13ମାତ୍ର ସେମାନେ ପୀଡ଼ିତ ଥିବା ବେଳେ ଚଟ ମୋହର ପରିଧେୟ ବସ୍ତ୍ର ହେଲା; ମୁଁ ଉପବାସ କରି ଆପଣା ପ୍ରାଣକୁ କ୍ଳେଶ ଦେଲି
14ସେମାନେ ମୋହର ବନ୍ଧୁ ଓ ଭ୍ରାତା ଥିଲା ପରି ମୁଁ ବ୍ୟବହାର କଲି; ମୁଁ ମାତୃଶୋକାତୁର ଲୋକ ତୁଲ୍ୟ ଶୋକରେ ଅବନତ ହେଲି।
15ମାତ୍ର ମୋହର ପାଦ ଖସିଯିବା ବେଳେ ସେମାନେ ଆନନ୍ଦ କରି ଏକତ୍ରିତ ହେଲେ; ଅଧମ ଲୋକମାନେ ମୋʼ ଅଜ୍ଞାତସାରରେ ମୋʼ ପ୍ରତିକୂଳରେ ଏକତ୍ରିତ ହେଲେ; ସେମାନେ ମୋତେ ବିଦୀର୍ଣ୍ଣ କଲେ ଓ କ୍ଷା; ନୋହିଲେ;
16ଭୋଜରେ ପାଷାଣ୍ତ ଉପହାସକମାନଙ୍କ ପରି ସେମାନେ ମୋʼ ଉପରେ ଦ; ଘର୍ଷଣ କଲେ।
17ହେ ସଦାପ୍ରଭୋ, ତୁମ୍ଭେ କେତେ କାଳ ଅନାଇ ଥିବ?
ସେମାନଙ୍କ ଧ୍ଵଂସନରୁ ମୋହର ପ୍ରାଣକୁ, ସିଂହମାନଙ୍କଠାରୁ ମୋହର ଏକମାତ୍ର (ଆତ୍ମାକୁ) ରକ୍ଷା କର।
18ମୁଁ ମହାସମାଜ ମଧ୍ୟରେ ତୁମ୍ଭଙ୍କୁ ଧନ୍ୟବାଦ ଦେବି। ମୁଁ ମହାଜନତା ମଧ୍ୟରେ ତୁମ୍ଭର ପ୍ରଶଂସା କରିବି।
19ମୋʼ ଉପରେ ମୋʼ ଶତ୍ରୁମାନଙ୍କୁ ଅନ୍ୟାୟରେ ଆନନ୍ଦ କରିବାକୁ ଦିଅ ନାହିଁ।
କିଅବା ଯେଉଁମାନେ ଅକାରଣରେ ମୋତେ ଘୃଣା କରନ୍ତି, ସେମାନଙ୍କୁ ଆକ୍ଷିଠାର ମାରିବାକୁ ଦିଅ ନାହିଁ।
20ସେମାନେ ଶାନ୍ତିର କଥା କହନ୍ତି ନାହିଁ; ମାତ୍ର ଦେଶସ୍ଥ ଶାନ୍ତଲୋକଙ୍କ ବିରୁଦ୍ଧରେ ଛଳକଥା କଳ୍ପନା କରନ୍ତି।
21ହଁ, ସେମାନେ ମୋʼ ବିରୁଦ୍ଧରେ ଆପଣା ଆପଣା ମୁଖ ବଡ଼ କରି ମେଲା କଲେ; ସେମାନେ କହିଲେ, ହଁ, ହଁ, ଆମ୍ଭମାନଙ୍କ ଚକ୍ଷୁ ତାହା ଦେଖିଅଛି।
22ହେ ସଦାପ୍ରଭୋ, ତୁମ୍ଭେ ତାହା ଦେଖିଅଛ; ନୀରବ ରୁହ ନାହିଁ; ହେ ପ୍ରଭୋ, ମୋʼଠାରୁ ଦୂରବର୍ତ୍ତୀ ହୁଅ ନାହିଁ।
23ହେ ମୋହର ପରମେଶ୍ଵର, ହେ ମୋହର ପ୍ରଭୋ, ଜାଗି ଉଠ, ମୋହର ବିଚାର ଓ ବିବାଦ ନିଷ୍ପତ୍ତି କରିବା ପାଇଁ ଜାଗ୍ରତ ହୁଅ।
24ହେ ସଦାପ୍ରଭୋ, ମୋହର ପରମେଶ୍ଵର, ତୁମ୍ଭର ଧର୍ମ ପ୍ରମାଣେ ମୋହର ବିଚାର କର ଓ ସେମାନଙ୍କୁ ମୋʼ ଉପରେ ଆନନ୍ଦ କରିବାକୁ ଦିଅ ନାହିଁ।
25ହଁ, ସେପରି ହେଉ ବୋଲି ଆମ୍ଭମାନଙ୍କ ଇଚ୍ଛା, ଏହା ସେମାନେ ଆପଣା ଆପଣା ମନରେ ନ କହନ୍ତୁ; ଆମ୍ଭେମାନେ ତାହାକୁ ଗ୍ରାସ କରିଅଛୁ ବୋଲି ସେମାନେ ନ କହନ୍ତୁ।
26ଯେଉଁମାନେ ମୋʼ ବିପଦରେ ଆନନ୍ଦ କରନ୍ତି, ସେମାନେ ଏକତ୍ର ଲଜ୍ଜିତ ଓ ଘାବରା ହେଉନ୍ତୁ; ଯେଉଁମାନେ ମୋʼ ବିରୁଦ୍ଧରେ ଦର୍ପ କରନ୍ତି, ସେମାନେ ଲଜ୍ଜା ଓ ଅପମାନ ପରିଧାନ କରନ୍ତୁ।
27ଯେଉଁମାନେ ମୋʼ ଧର୍ମରେ ସନ୍ତୁଷ୍ଟ, ସେମାନେ ଆନନ୍ଦଧ୍ଵନି କରି ଆହ୍ଲାଦିତ ହେଉନ୍ତୁ;
ଆପଣା ଦାସର ସମୃଦ୍ଧିରେ ସନ୍ତୁଷ୍ଟ ସଦାପ୍ରଭୁ ମହିମାନ୍ଵିତ ହେଉନ୍ତୁ ବୋଲି ସେମାନେ ନିରନ୍ତର କହନ୍ତୁ।
28ପୁଣି, ମୋହର ଜିହ୍ଵା ଦିନଯାକ ତୁମ୍ଭ ଧର୍ମଗୁଣ ଓ ତୁମ୍ଭ ପ୍ରଶଂସାର କଥା କହିବ।
Currently Selected:
ଗୀତସଂହିତା 35: ODIAOV-BSI
Highlight
Copy
Compare
Share
Want to have your highlights saved across all your devices? Sign up or sign in
ODIA-OV (Re-edited) - ପବିତ୍ର ବାଇବଲ (Re-edited)
Copyright © 2014 by The Bible Society of India
Used by permission. All rights reserved worldwide.