ଗୀତସଂହିତା 38
38
ଦୁଃଖୀର ପ୍ରାର୍ଥନା
ଦାଉଦଙ୍କର ଗୀତ, ସ୍ମରଣୋପାୟ।
1ହେ ସଦାପ୍ରଭୋ, ତୁମ୍ଭ କୋପରେ ମୋତେ ଅନୁଯୋଗ କର ନାହିଁ; କିଅବା ତୁମ୍ଭ ପ୍ରଚଣ୍ତ ବିରକ୍ତିରେ ମୋତେ ଶାସ୍ତି ଦିଅ ନାହିଁ।
2କାରଣ ତୁମ୍ଭର ତୀରସବୁ ମୋʼଠାରେ ବିଦ୍ଧ ରହିଅଛି ଓ ତୁମ୍ଭର ହସ୍ତ ମୋତେ ଅତିଶୟ ଚାପୁଅଛି।
3ତୁମ୍ଭ କୋପ ସକାଶୁ ମୋʼ ମାଂସରେ କିଛି ସ୍ଵାସ୍ଥ୍ୟ ନାହିଁ; ପୁଣି, ମୋʼ ପାପ ସକାଶୁ ମୋʼ ଅସ୍ଥିରେ କିଛି ଆରାମ ନାହିଁ।
4କାରଣ ମୋହର ଅପରାଧ ମୋʼ ମସ୍ତକ ଉପରେ ଉଠିଅଛି; ତାହାସବୁ ମୋʼ ଶକ୍ତି ଅପେକ୍ଷା ଭାରୀ ବୋଝ ସ୍ଵରୂପ।
5ମୋହର ଅଜ୍ଞାନତା ସକାଶୁ ମୋହର କ୍ଷତସବୁ ଦୁର୍ଗନ୍ଧ ଓ ବିକୃତ ହୋଇଅଛି।
6ମୁଁ ବ୍ୟଥିତ ଓ ଅତ୍ୟ; ଅବନତ ହୋଇଅଛି। ମୁଁ ଦିନଯାକ ଶୋକ କରି ବୁଲୁଥାଏ।
7କାରଣ ମୋʼ କଟିଦେଶ ଜ୍ଵାଳାରେ ପରିପୂର୍ଣ୍ଣ ଓ ମୋହର ମାଂସରେ କିଛି ସ୍ଵାସ୍ଥ୍ୟ ନାହିଁ।
8ମୁଁ କ୍ଷୀଣ ଓ ଅତିଶୟ ଚୂର୍ଣ୍ଣ ହୋଇଅଛି। ମୁଁ ଆପଣା ଚିତ୍ତର ଅସ୍ଥିରତା ହେତୁରୁ ଆର୍ତ୍ତନାଦ କରିଅଛି।
9ହେ ପ୍ରଭୋ, ମୋହର ସକଳ ବାଞ୍ଛା ତୁମ୍ଭ ସମ୍ମୁଖରେ ଅଛି ଓ ମୋହର କାତରୋକ୍ତି ତୁମ୍ଭଠାରୁ ଗୁପ୍ତ ନୁହେଁ।
10ମୋହର ହୃଦୟ ଧୁକ୍ଧୁକ୍ କରୁଅଛି, ମୋହର ବଳ କ୍ଷୀଣ ହେଉଅଛି; ମୋହର ଚକ୍ଷୁର ତେଜ ମଧ୍ୟ ମୋʼଠାରୁ ଗଲାଣି।
11ମୋହର ପ୍ରିୟ ଲୋକେ ଓ ମୋହର ମିତ୍ରମାନେ ମୋʼ ବ୍ୟାଧିରୁ ଅଲଗା ଠିଆ ହୁଅନ୍ତି ଓ ମୋହର ଜ୍ଞାତିବର୍ଗ ଦୂରରେ ଠିଆ ହୁଅନ୍ତି।
12ମଧ୍ୟ ଯେଉଁମାନେ ମୋʼ ପ୍ରାଣ ଚାହାନ୍ତି, ସେମାନେ ମୋʼ ପାଇଁ ଫାନ୍ଦ ପାତନ୍ତି; ପୁଣି, ଯେଉଁମାନେ ମୋହର ଅନିଷ୍ଟ ଇଚ୍ଛା କରନ୍ତି, ସେମାନେ ସର୍ବନାଶର କଥା କହନ୍ତି ଓ ଦିନଯାକ ଛଳର ଚିନ୍ତା କରନ୍ତି।
13ମାତ୍ର ମୁଁ ବଧିର ଲୋକ ପରି ଶୁଣୁନାହିଁ; ପୁଣି, ମୁଁ ମୁଖ ନ ଫିଟାଇବା ଘୁଙ୍ଗାଲୋକ ତୁଲ୍ୟ ହୁଏ।
14ଆହୁରି, ଯେ ନ ଶୁଣେ ଓ ଯାହାର ମୁଖରେ ପ୍ରତିବାଦ ନ ଥାଏ, ଏପରି ଲୋକ ତୁଲ୍ୟ ହୁଏ।
15କାରଣ ହେ ସଦାପ୍ରଭୋ, ମୁଁ ତୁମ୍ଭଠାରେ ଭରସା ରଖେ;
ହେ ପ୍ରଭୋ, ମୋର ପରମେଶ୍ଵର, ତୁମ୍ଭେ ଉତ୍ତର ଦେବ।
16କାରଣ ମୁଁ କହିଲି, କେଜାଣି ସେମାନେ ମୋʼ ଉପରେ ଆନନ୍ଦ କରିବେ; ମୋʼ ପାଦ ଖସିଗଲା ବେଳେ ସେମାନେ ମୋʼ ପ୍ରତିକୂଳରେ ଦର୍ପ କରନ୍ତି।
17ଯେଣୁ ମୁଁ ଝୁଣ୍ଟି ପଡ଼ିବାକୁ ଉଦ୍ୟତ ଓ ମୋହର ଦୁଃଖ ସର୍ବଦା ମୋʼ ସମ୍ମୁଖରେ ଥାଏ।
18ମୁଁ ଆପଣା ଅପରାଧ ପ୍ରକାଶ କରିବି; ମୁଁ ଆପଣା ପାପ ଲାଗି ଖେଦିତ ହେବି।
19ମାତ୍ର ମୋହର ଶତ୍ରୁମାନେ ସତେଜ ଓ ବଳବାନ; ପୁଣି, ଅନ୍ୟାୟରେ ମୋତେ ଘୃଣା କରିବା ଲୋକେ ବହୁସଂଖ୍ୟକ ହୋଇଅଛନ୍ତି।
20ମଧ୍ୟ ଯେଉଁମାନେ ହିତର ପରିବର୍ତ୍ତେ ଅହିତ କରନ୍ତି, ସେମାନେ ମୋହର ବିପକ୍ଷ;
କାରଣ ମୁଁ ଉତ୍ତମ ବିଷୟର ଅନୁଗମନ କରେ।
21ହେ ସଦାପ୍ରଭୋ, ମୋତେ ପରିତ୍ୟାଗ କର ନାହିଁ; ହେ ମୋହର ପରମେଶ୍ଵର, ମୋʼଠାରୁ ଦୂରବର୍ତ୍ତୀ ହୁଅ ନାହିଁ।
22ହେ ପ୍ରଭୋ, ମୋହର ପରିତ୍ରାଣ, ମୋହର ସାହାଯ୍ୟ କରିବାକୁ ସତ୍ଵର ହୁଅ।
Currently Selected:
ଗୀତସଂହିତା 38: ODIAOV-BSI
Highlight
Copy
Compare
Share
Want to have your highlights saved across all your devices? Sign up or sign in
ODIA-OV (Re-edited) - ପବିତ୍ର ବାଇବଲ (Re-edited)
Copyright © 2014 by The Bible Society of India
Used by permission. All rights reserved worldwide.