ଗୀତସଂହିତା 41
41
ପୀଡ଼ିତର ପ୍ରାର୍ଥନା
ପ୍ରଧାନ ବାଦ୍ୟକର ନିମନ୍ତେ ଦାଉଦଙ୍କର ଗୀତ।
1ଯେଉଁ ଜନ ଦୀନହୀନ ନିମନ୍ତେ ଚିନ୍ତା କରଇ, ସେ ଧନ୍ୟ; ସଦାପ୍ରଭୁ ଦୁର୍ଦ୍ଦଶା ଦିନରେ ତାହାକୁ ଉଦ୍ଧାର କରିବେ।
2ସଦାପ୍ରଭୁ ତାହାକୁ ରକ୍ଷା କରି ଜୀବିତ ରଖିବେ ଓ ସେ ପୃଥିବୀରେ ଆଶୀର୍ବାଦପ୍ରାପ୍ତ ହେବ; ପୁଣି, ତୁମ୍ଭେ ତାହାକୁ ତାହାର ଶତ୍ରୁଗଣର ଇଚ୍ଛାରେ ସମର୍ପଣ କର ନାହିଁ।
3ସେ ବ୍ୟାଧିଶଯ୍ୟାଗତ ହେଲେ, ସଦାପ୍ରଭୁ ତାହାକୁ ଧରି ରଖିବେ; ତୁମ୍ଭେ ପୀଡ଼ା ସମୟରେ ତାହାର ସମସ୍ତ ଶଯ୍ୟା ପରିବର୍ତ୍ତନ କରୁଅଛ।
4ମୁଁ କହିଲି, ହେ ସଦାପ୍ରଭୋ, ମୋʼ ପ୍ରତି ଦୟା କର; ମୋʼ ପ୍ରାଣକୁ ସୁସ୍ଥ କର; କାରଣ ମୁଁ ତୁମ୍ଭ ବିରୁଦ୍ଧରେ ପାପ କରିଅଛି।
5ମୋହର ଶତ୍ରୁଗଣ ମୋʼ ବିରୁଦ୍ଧରେ ହିଂସାର କଥା କହି ବୁଲନ୍ତି, ସେ କେବେ ମରିବ ଓ ତାହାର ନାମ ଲୁପ୍ତ ହେବ?
6ସେ ମୋତେ ଦେଖିବାକୁ ଆସିଲେ, ଅସାର କଥା କହେ; ତାହାର ହୃଦୟ ଆପଣା ପାଇଁ ଅଧର୍ମ ସଞ୍ଚୟ କରେ; ସେ ବାହାରେ ଯାଇ ତାହା କହି ବୁଲେ।
7ମୋହର ଘୃଣାକାରୀ ସମସ୍ତେ ଏକତ୍ର ମୋʼ ବିରୁଦ୍ଧରେ ଫୁସ୍ଫୁସ୍ କରନ୍ତି; ସେମାନେ ମୋʼ ବିପକ୍ଷରେ ଅନିଷ୍ଟ କଳ୍ପନା କରନ୍ତି।
8ସେମାନେ କହନ୍ତି, କୌଣସି ମନ୍ଦ ବ୍ୟାଧି ତାହାଠାରେ ଲାଗି ରହିଅଛି; ଏବେ ସେ ପଡ଼ିଅଛି, ଆଉ ଉଠିବ ନାହିଁ।
9ହଁ, ମୋହର ନିଜ ସୁହୃଦ, ଯାହାକୁ ମୁଁ ବିଶ୍ଵାସ କଲି, ଯେ ମୋହର ରୋଟୀ ଖାଇଲା,
ସେ ଆମ୍ଭ ବିରୁଦ୍ଧରେ ଆପଣା ଗୋଇଠି ଉଠାଇଅଛି।
10ମାତ୍ର ହେ ସଦାପ୍ରଭୋ, ତୁମ୍ଭେ ମୋʼ ପ୍ରତି ଦୟା କରି ମୋତେ ଉଠାଅ, ତହିଁରେ ମୁଁ ସେମାନଙ୍କୁ ପ୍ରତିଫଳ ଦେବି।
11ମୋହର ଶତ୍ରୁ ମୋʼ ଉପରେ ଜୟଧ୍ଵନି କରୁନାହିଁ, ଏସକାଶୁ ମୁଁ ଜାଣେ ଯେ, ତୁମ୍ଭେ ମୋʼଠାରେ ସନ୍ତୁଷ୍ଟ ଅଛ।
12ତୁମ୍ଭେ ମୋʼ ସରଳତାରେ ମୋତେ ଧରି ରଖୁଅଛ।
13ସଦାପ୍ରଭୁ ଇସ୍ରାଏଲର ପରମେଶ୍ଵର ଅନାଦିକାଳରୁ ଅନନ୍ତକାଳ ଧନ୍ୟ ହେଉନ୍ତୁ। ଆମେନ୍, ଆମେନ୍।
Currently Selected:
ଗୀତସଂହିତା 41: ODIAOV-BSI
Highlight
Copy
Compare
Share
Want to have your highlights saved across all your devices? Sign up or sign in
ODIA-OV (Re-edited) - ପବିତ୍ର ବାଇବଲ (Re-edited)
Copyright © 2014 by The Bible Society of India
Used by permission. All rights reserved worldwide.