ଗୀତସଂହିତା 42
42
ଦ୍ଵିତୀୟ ଖଣ୍ତ (୪୨:୧-୭୨:୨୦)
ନିର୍ବାସିତର ପ୍ରାର୍ଥନା (୧)
ପ୍ରଧାନ ବାଦ୍ୟକର ନିମନ୍ତେ କୋରହ-ସନ୍ତାନଗଣର ମସ୍କୀଲ (ପ୍ରବୋଧନ)।
1ହରିଣୀ ଯେରୂପ ଜଳସ୍ରୋତ ପାଇଁ ଧକାଏ, ସେରୂପ ହେ ପରମେଶ୍ଵର, ମୋʼ ପ୍ରାଣ ତୁମ୍ଭ ପାଇଁ ଧକାଏ।
2ପରମେଶ୍ଵରଙ୍କ ନିମନ୍ତେ, ଜୀବିତ ପରମେଶ୍ଵରଙ୍କ ନିମନ୍ତେ ମୋʼ ପ୍ରାଣ ତୃଷିତ;
ମୁଁ କେବେ ଆସି ପରମେଶ୍ଵରଙ୍କ ଛାମୁରେ ଉପସ୍ଥିତ ହେବି?
3ମୋହର ଲୋତକ ଦିବାରାତ୍ର ମୋହର ଭକ୍ଷ୍ୟ ହୋଇଅଛି,
କାରଣ ଲୋକମାନେ ନିତ୍ୟ ମୋତେ କହନ୍ତି, ତୁମ୍ଭର ପରମେଶ୍ଵର କାହାନ୍ତି?
4ମୁଁ କିପରି ଲୋକାରଣ୍ୟ ସହିତ ଯାତ୍ରା କଲି, ପୁଣି ଆନନ୍ଦ ଓ ପ୍ରଶଂସାଧ୍ଵନି ସହିତ ପର୍ବପାଳନକାରୀ ଜନତାକୁ ପରମେଶ୍ଵରଙ୍କ ଗୃହକୁ ଘେନିଗଲି, ଏହି କଥାସବୁ ସ୍ମରଣ କରି ମୁଁ ଆପଣା ପ୍ରାଣ ଆପଣା ଅନ୍ତରରେ ଢାଳି ଦେଉଅଛି।
5ହେ ମୋହର ପ୍ରାଣ, ତୁ କାହିଁକି ଶୋକାକୁଳ ହେଉଅଛୁ? ତୁ କାହିଁକି ମୋʼ ଅନ୍ତରରେ ଅସ୍ଥିର ହେଉଅଛୁ? ପରମେଶ୍ଵରଙ୍କଠାରେ ଭରସା ରଖ; କାରଣ ମୁଁ ତାହାଙ୍କ ଶ୍ରୀମୁଖର ପ୍ରସନ୍ନତା ସକାଶୁ ପୁନର୍ବାର ତାହାଙ୍କର ପ୍ରଶଂସା କରିବି।
6ହେ ମୋହର ପରମେଶ୍ଵର, ମୋହର ପ୍ରାଣ ମୋʼ ଅନ୍ତରରେ ଶୋକାକୁଳ ହେଉଅଛି; ଏଥିପାଇଁ ମୁଁ ଯର୍ଦ୍ଦନ ଦେଶରୁ, ପୁଣି ହର୍ମୋଣ ଓ ମିତ୍ସୀୟର ପର୍ବତରୁ ତୁମ୍ଭକୁ ସ୍ମରଣ କରୁଅଛି।
7ତୁମ୍ଭ ନିର୍ଝର ସମୂହର ଶଦ୍ଦରେ ଏକ ଗଭୀର ଅନ୍ୟ ଗଭୀରକୁ ଡାକଇ, ତୁମ୍ଭର ଢେଉ ଓ ତରଙ୍ଗସବୁ ମୋʼ ଉପରେ ଯାଇଅଛି।
8ତଥାପି ସଦାପ୍ରଭୁ ଦିନବେଳେ ଆପଣା ସ୍ନେହପୂର୍ଣ୍ଣ କରୁଣା ଆଜ୍ଞା କରିବେ,
ପୁଣି ରାତ୍ରିକାଳେ ତାହାଙ୍କ ଗୁଣଗାନ ଓ ଆମ୍ଭ ଜୀବନଦାତା ପରମେଶ୍ଵରଙ୍କ ପ୍ରତି ପ୍ରାର୍ଥନା ମୋହର ସଙ୍ଗୀ ହେବ।
9ମୁଁ ଆପଣା ଶୈଳ ସ୍ଵରୂପ ପରମେଶ୍ଵରଙ୍କୁ କହିବି, ତୁମ୍ଭେ କାହିଁକି ମୋତେ ପାସୋରିଅଛ? ମୁଁ କାହିଁକି ଶତ୍ରୁର ଦୌରାତ୍ମ୍ୟ ହେତୁ ଶୋକ କରି ବୁଲୁଅଛି?
10ମୋʼ ଅସ୍ଥିରେ ଖଡ଼୍ଗ ପରି ମୋʼ ବିପକ୍ଷଗଣ ମୋତେ ତିରସ୍କାର କରନ୍ତି; କାରଣ ସେମାନେ ନିତ୍ୟ ମୋତେ କହନ୍ତି, ତୁମ୍ଭର ପରମେଶ୍ଵର କାହାନ୍ତି?
11ହେ ମୋହର ପ୍ରାଣ, ତୁମ୍ଭେ କାହିଁକି ଶୋକାକୁଳ ହେଉଅଛ? ପୁଣି, ତୁମ୍ଭେ କାହିଁକି ମୋʼ ଅନ୍ତରରେ ଅସ୍ଥିର ହେଉଅଛ? ତୁମ୍ଭେ ପରମେଶ୍ଵରଙ୍କଠାରେ ଭରସା ରଖ; କାରଣ ମୁଁ ପୁନର୍ବାର ତାହାଙ୍କର ପ୍ରଶଂସା କରିବି, ସେ ମୋʼ ମୁଖର ପ୍ରସନ୍ନତା ଓ ମୋହର ପରମେଶ୍ଵର ଅଟନ୍ତି।
Currently Selected:
ଗୀତସଂହିତା 42: ODIAOV-BSI
Highlight
Copy
Compare
Share
Want to have your highlights saved across all your devices? Sign up or sign in
ODIA-OV (Re-edited) - ପବିତ୍ର ବାଇବଲ (Re-edited)
Copyright © 2014 by The Bible Society of India
Used by permission. All rights reserved worldwide.