ଗୀତସଂହିତା 45
45
ରାଜାଙ୍କ ବିବାହ ଉଦ୍ଦେଶ୍ୟରେ ରଚିତ ଗୀତ
ପ୍ରଧାନ ବାଦ୍ୟକର ନିମନ୍ତେ ଶୋଶନ୍ନୀମ୍ ସ୍ଵରରେ କୋରହ-ସନ୍ତାନଗଣର ଗୀତ। ମସ୍କୀଲ୍। ପ୍ରେମ ଗୀତ।
1ମୋହର ହୃଦୟ ଉତ୍ତମ ବିଷୟରେ ଉଚ୍ଛୁଳି ଉଠୁଅଛି; ମୁଁ ରାଜାଙ୍କ ବିଷୟରେ ଆପଣା ରଚିତ କଥା କହେ; ମୋʼ ଜିହ୍ଵା ଶୀଘ୍ର ଲେଖକର ଲେଖନୀ ସ୍ଵରୂପ।
2ତୁମ୍ଭେ ମନୁଷ୍ୟ-ସନ୍ତାନଗଣ ଅପେକ୍ଷା ଅଧିକ ସୁନ୍ଦର; ତୁମ୍ଭ ଓଷ୍ଠାଧରରେ ଅନୁଗ୍ରହ ଢଳା ଯାଇଅଛି; ଏହେତୁ ପରମେଶ୍ଵର ତୁମ୍ଭକୁ ଅନନ୍ତକାଳ ଆଶୀର୍ବାଦ କରିଅଛନ୍ତି।
3ହେ ବୀର, ତୁମ୍ଭ କଟିଦେଶରେ ଆପଣା ଖଡ଼ଗ୍, ଆପଣା ମହିମା ଓ ପ୍ରଭାବ ବାନ୍ଧ।
4ପୁଣି, ସତ୍ୟତା ଓ ନମ୍ରତା ଓ ଧର୍ମ ସକାଶେ ଆପଣା ପ୍ରଭାବରେ ରଥାରୋହଣ କରି କୃତାର୍ଥ ହୁଅ;
ତହିଁରେ ତୁମ୍ଭର ଦକ୍ଷିଣ ହସ୍ତ ତୁମ୍ଭକୁ ଭୟାନକ କାର୍ଯ୍ୟ ଶିଖାଇବ।
5ତୁମ୍ଭର ତୀରସବୁ ତୀକ୍ଷ୍ଣ; ଜନବୃନ୍ଦ ତୁମ୍ଭ ତଳେ ପଡ଼ନ୍ତି; ତାହାସବୁ ରାଜାଙ୍କ ଶତ୍ରୁଗଣର ହୃଦୟରେ ବିଦ୍ଧ ହୁଏ।
6ହେ ପରମେଶ୍ଵର, ତୁମ୍ଭର ସିଂହାସନ ଅନନ୍ତକାଳ-ସ୍ଥାୟୀ;
ତୁମ୍ଭର ରାଜଦଣ୍ତ ନ୍ୟାୟଦଣ୍ତ ଅଟେ।
7ତୁମ୍ଭେ ଧର୍ମକୁ ପ୍ରେମ ଓ ଦୁଷ୍ଟତାକୁ ଘୃଣା କରିଅଛ; ଏହେତୁ ପରମେଶ୍ଵର, ତୁମ୍ଭର ପରମେଶ୍ଵର, ତୁମ୍ଭର ମିତ୍ରଗଣ ଅପେକ୍ଷା ତୁମ୍ଭକୁ ଅଧିକ ଆନନ୍ଦରୂପ ତୈଳରେ ଅଭିଷିକ୍ତ କରିଅଛନ୍ତି।
8ତୁମ୍ଭର ସକଳ ବସ୍ତ୍ର ଗନ୍ଧରସ ଓ ଅଗୁରୁ ଓ ଦାରୁଚିନିରେ ସୁବାସମୟ;
ହସ୍ତୀଦନ୍ତନିର୍ମିତ ଅଟ୍ଟାଳିକାସମୂହରୁ ତାରଯୁକ୍ତ ବାଦ୍ୟଯନ୍ତ୍ରସବୁ ତୁମ୍ଭକୁ ଆନନ୍ଦିତ କରିଅଛି।
9ତୁମ୍ଭର ସମ୍ଭ୍ରାନ୍ତା ସ୍ତ୍ରୀଗଣ ମଧ୍ୟରେ ରାଜକୁମାରୀ-ମାନେ ଅଛନ୍ତି;
ଓଫରୀୟ ସୁବର୍ଣ୍ଣରେ ଭୂଷିତା ରାଣୀ ତୁମ୍ଭ ଦକ୍ଷିଣ ପାଖରେ ଉଭା ହୁଅନ୍ତି।
10ଆଗୋ କନ୍ୟେ, ଶୁଣ, ବିବେଚନା କର ଓ ଆପଣା କର୍ଣ୍ଣ ଡେର; ତୁମ୍ଭ ନିଜ ଲୋକଙ୍କୁ ଓ ପିତୃଗୃହକୁ ପାସୋର;
11ତହିଁରେ ରାଜା ତୁମ୍ଭ ସୌନ୍ଦର୍ଯ୍ୟ ବାଞ୍ଛା କରିବେ। କାରଣ ସେ ତୁମ୍ଭର ପ୍ରଭୁ; ତୁମ୍ଭେ ତାହାଙ୍କୁ ପ୍ରଣାମ କର।
12ପୁଣି, ସୋରର କନ୍ୟା ଭେଟୀ ନେଇ ସେଠାରେ ଉପସ୍ଥିତ ହେବ; ଲୋକଙ୍କ ମଧ୍ୟରେ ଧନୀମାନେ ହିଁ ତୁମ୍ଭ ଅନୁଗ୍ରହର ବିନତି କରିବେ।
13ଅନ୍ତଃପୁରରେ ରାଜକୁମାରୀ ସର୍ବତୋଭାବେ ସୁଶୋଭିତା; ତାଙ୍କର ବସ୍ତ୍ର ସୁବର୍ଣ୍ଣସୂତ୍ର ନିର୍ମିତ।
14ସେ ସୂଚୀଶିଳ୍ପିତ-ବସ୍ତ୍ରରେ ରାଜାଙ୍କ ନିକଟକୁ ଅଣାଯିବେ; ତାଙ୍କର ପଶ୍ଚାଦ୍ବର୍ତ୍ତିନୀ ସହଚରୀ କୁମାରୀଗଣ ତୁମ୍ଭ ନିକଟକୁ ଅଣାଯିବେ।
15ସେମାନେ ଆନନ୍ଦ ଓ ଉଲ୍ଲାସରେ ଅଣାଯିବେ; ସେମାନେ ରାଜାଙ୍କ ଅଟ୍ଟାଳିକାରେ ପ୍ରବେଶ କରିବେ;
16ତୁମ୍ଭ ପିତୃଗଣ ପରିବର୍ତ୍ତରେ ତୁମ୍ଭ ସନ୍ତାନଗଣ ରହିବେ, ତୁମ୍ଭେ ସେମାନଙ୍କୁ ସମୁଦାୟ ପୃଥିବୀରେ ଅଧିପତି କରିବ।
17ମୁଁ ସକଳ ପୁରୁଷପରମ୍ପରାରେ ତୁମ୍ଭ ନାମ ସ୍ମରଣ କରାଇବି; ଏହେତୁ ଗୋଷ୍ଠୀସମୂହ ଅନନ୍ତକାଳ ତୁମ୍ଭର ଧନ୍ୟବାଦ କରିବେ।
Currently Selected:
ଗୀତସଂହିତା 45: ODIAOV-BSI
Highlight
Copy
Compare
Share
Want to have your highlights saved across all your devices? Sign up or sign in
ODIA-OV (Re-edited) - ପବିତ୍ର ବାଇବଲ (Re-edited)
Copyright © 2014 by The Bible Society of India
Used by permission. All rights reserved worldwide.