ଗୀତସଂହିତା 46
46
ସହବର୍ତ୍ତୀ ପରମେଶ୍ଵର
ପ୍ରଧାନ ବାଦ୍ୟକର ନିମନ୍ତେ କୋରହ ସନ୍ତାନ-ଗଣର ଗୀତ; ଅଲ୍ମୋତ୍ ସ୍ଵରର ଗୀତ।
1ପରମେଶ୍ଵର ଆମ୍ଭମାନଙ୍କର ଆଶ୍ରୟ ଓ ବଳ,
ଦୁର୍ଦ୍ଦଶାକାଳରେ ଅତି ନିକଟବର୍ତ୍ତୀ ସହାୟ।
2ଏଥିପାଇଁ ପୃଥିବୀ ପରିବର୍ତ୍ତିତ ହେଲେ ହେଁ ଓ ପର୍ବତଗଣ ସମୁଦ୍ର ମଧ୍ୟରେ ବିଚଳିତ ହେଲେ ହେଁ;
3ତହିଁର ଜଳରାଶି ଗର୍ଜ୍ଜନ କରି ପ୍ରବଳ ହେଲେ ହେଁ,
ତହିଁର ପ୍ଳାବନରେ ପର୍ବତଗଣ କମ୍ପିତ ହେଲେ ହେଁ ଆମ୍ଭେମାନେ ଭୟ କରିବା ନାହିଁ।
[ସେଲା
4ନଦୀ ଗୋଟିଏ ଅଛି, ତହିଁର ସ୍ରୋତସମୂହ ପରମେଶ୍ଵରଙ୍କ ନଗରକୁ,
ସର୍ବୋପରିସ୍ଥଙ୍କ ଆବାସର ପବିତ୍ରସ୍ଥାନକୁ ଆନନ୍ଦିତ କରେ।
5ପରମେଶ୍ଵର ତହିଁର ମଧ୍ୟବର୍ତ୍ତୀ; ତାହା ବିଚଳିତ ହେବ ନାହିଁ।
ପରମେଶ୍ଵର ଅତି ପ୍ରଭାତରେ ତାହାର ସାହାଯ୍ୟ କରିବେ।
6ଗୋଷ୍ଠୀସବୁ ଗର୍ଜ୍ଜନ କଲେ, ରାଜ୍ୟସବୁ ବିଚଳିତ ହେଲେ;
ସେ ଆପଣା ରବ ଉଚ୍ଚାରଣ କଲେ, ପୃଥିବୀ ତରଳି ଗଲା।
7ସୈନ୍ୟାଧିପତି ସଦାପ୍ରଭୁ ଆମ୍ଭମାନଙ୍କର ସହବର୍ତ୍ତୀ,
ଯାକୁବର ପରମେଶ୍ଵର ଆମ୍ଭମାନଙ୍କର ଆଶ୍ରୟ ଅଟନ୍ତି।
8ଆସ, ସଦାପ୍ରଭୁଙ୍କର କାର୍ଯ୍ୟସବୁ ଦେଖ, ସେ ପୃଥିବୀରେ କିପ୍ରକାର ଉଜାଡ଼ କରିଅଛନ୍ତି !
9ସେ ପୃଥିବୀର ପ୍ରା; ପର୍ଯ୍ୟନ୍ତ ଯୁଦ୍ଧ ନିବୃତ୍ତ କରନ୍ତି;
ସେ ଧନୁ ଭାଙ୍ଗି ପକାନ୍ତି ଓ ବର୍ଚ୍ଛା କାଟି ଖଣ୍ତ ଖଣ୍ତ କରନ୍ତି;
ସେ ରଥସବୁ ଅଗ୍ନିରେ ପୋଡ଼ି ପକାନ୍ତି।
10କ୍ଷା; ହୁଅ, ଆମ୍ଭେ ପରମେଶ୍ଵର ଅଟୁ, ଏହା ଜାଣ; ଆମ୍ଭେ ଦେଶୀୟମାନଙ୍କ ମଧ୍ୟରେ ଉନ୍ନତ ହେବୁ, ଆମ୍ଭେ ପୃଥିବୀରେ ଉନ୍ନତ ହେବୁ।
11ସୈନ୍ୟାଧିପତି ସଦାପ୍ରଭୁ ଆମ୍ଭମାନଙ୍କର ସହବର୍ତ୍ତୀ; ଯାକୁବର ପରମେଶ୍ଵର ଆମ୍ଭମାନଙ୍କର ଆଶ୍ରୟ ଅଟନ୍ତି।
[ସେଲା
Currently Selected:
ଗୀତସଂହିତା 46: ODIAOV-BSI
Highlight
Copy
Compare
Share
Want to have your highlights saved across all your devices? Sign up or sign in
ODIA-OV (Re-edited) - ପବିତ୍ର ବାଇବଲ (Re-edited)
Copyright © 2014 by The Bible Society of India
Used by permission. All rights reserved worldwide.