ଗୀତସଂହିତା 47
47
ସର୍ବୋପରିସ୍ଥ ଅଧିପତି
ପ୍ରଧାନ ବାଦ୍ୟକର ନିମନ୍ତେ କୋରହ-ସନ୍ତାନଗଣର ଗୀତ।
1ହେ ସର୍ବଗୋଷ୍ଠୀୟମାନେ, କରତାଳି ଦିଅ; ଆନନ୍ଦ-ସ୍ଵରରେ ପରମେଶ୍ଵରଙ୍କ ଉଦ୍ଦେଶ୍ୟରେ ଜୟଧ୍ଵନି କର।
2କାରଣ ସର୍ବୋପରିସ୍ଥ ସଦାପ୍ରଭୁ ଭୟଙ୍କର ଅଟନ୍ତି; ସେ ସମୁଦାୟ ପୃଥିବୀ ଉପରେ ମହାନ ରାଜା।
3ସେ ଗୋଷ୍ଠୀସମୂହକୁ ଆମ୍ଭମାନଙ୍କର ବଶୀଭୂତ କରିବେ
ଓ ଦେଶୀୟଗଣକୁ ଆମ୍ଭମାନଙ୍କର ପଦତଳସ୍ଥ କରିବେ।
4ସେ ଆମ୍ଭମାନଙ୍କ ନିମନ୍ତେ ଆମ୍ଭମାନଙ୍କ ଅଧିକାର ମନୋନୀତ କରିବେ,
ତାହା ହିଁ ତାହାଙ୍କ ପ୍ରିୟ ପାତ୍ର ଯାକୁବର ଗୌରବ ସ୍ଵରୂପ। ଣ
[ସେଲା
5ପରମେଶ୍ଵର ଜୟଧ୍ଵନିରେ, ସଦାପ୍ରଭୁ ତୂରୀଧ୍ଵନିରେ ଊର୍ଦ୍ଧ୍ଵକୁ ବିଜେ କରିଅଛନ୍ତି।
6ପରମେଶ୍ଵରଙ୍କ ଉଦ୍ଦେଶ୍ୟରେ ପ୍ରଶଂସାଗାନ କର, ପ୍ରଶଂସାଗାନ କର; ଆମ୍ଭମାନଙ୍କ ରାଜାଙ୍କ ଉଦ୍ଦେଶ୍ୟରେ ପ୍ରଶଂସାଗାନ କର, ପ୍ରଶଂସାଗାନ କର।
7କାରଣ ପରମେଶ୍ଵର ସମୁଦାୟ ପୃଥିବୀର ରାଜା ଅଟନ୍ତି; ତୁମ୍ଭେମାନେ ପ୍ରବୋଧଜନକ ପ୍ରଶଂସାଗାନ କର।
8ପରମେଶ୍ଵର ଗୋଷ୍ଠୀବର୍ଗ ଉପରେ ରାଜତ୍ଵ କରନ୍ତି;
ପରମେଶ୍ଵର ଆପଣା ପବିତ୍ର ସିଂହାସନରେ ଉପବିଷ୍ଟ।
9ଅବ୍ରହାମର ପରମେଶ୍ଵରଙ୍କ ଲୋକ ହେବା ନିମନ୍ତେ ଗୋଷ୍ଠୀୟମାନଙ୍କର ଅଧିପତିଗଣ ଏକତ୍ରିତ ହୋଇଅଛନ୍ତି।
କାରଣ ପୃଥିବୀର ଢାଲସବୁ ପରମେଶ୍ଵରଙ୍କର; ସେ ଅତିଶୟ ଉନ୍ନତ ଅଟନ୍ତି।
Currently Selected:
ଗୀତସଂହିତା 47: ODIAOV-BSI
Highlight
Copy
Compare
Share
Want to have your highlights saved across all your devices? Sign up or sign in
ODIA-OV (Re-edited) - ପବିତ୍ର ବାଇବଲ (Re-edited)
Copyright © 2014 by The Bible Society of India
Used by permission. All rights reserved worldwide.