ଗୀତସଂହିତା 48
48
ସଦାପ୍ରଭୁଙ୍କ ନଗରୀ ସିୟୋନ
ଗୀତ : କୋରହ-ସନ୍ତାନମାନଙ୍କର ଗୀତ।
1ଆମ୍ଭମାନଙ୍କ ପରମେଶ୍ଵରଙ୍କ ନଗରରେ, ତାହାଙ୍କ ପବିତ୍ର ପର୍ବତରେ ସଦାପ୍ରଭୁ ମହାନ ଓ ଅତ୍ୟ; ପ୍ରଶଂସନୀୟ।
2ଉତ୍ତର ଦିଗସ୍ଥ ସିୟୋନ ପର୍ବତ ଉଚ୍ଚତାରେ ମନୋହର, ସମଗ୍ର ପୃଥିବୀର ଆନନ୍ଦଜନକ, ମହାରାଜଙ୍କର ନଗର।
3ତହିଁର ଅଟ୍ଟାଳିକାସମୂହ ମଧ୍ୟରେ ପରମେଶ୍ଵର ଆଶ୍ରୟ ସ୍ଵରୂପ ବୋଲି ଆପଣାର ପରିଚୟ ଦେଇଅଛନ୍ତି।
4କାରଣ, ଦେଖ, ରାଜଗଣ ସଭାସ୍ଥ ହେଲେ, ସେମାନେ ଏକସଙ୍ଗେ ଗମନ କଲେ।
5ସେମାନେ ତାହା ଦେଖି ଚମତ୍କୃତ ହେଲେ; ସେମାନେ ଉଦ୍ବିଗ୍ନ ହୋଇ ଶୀଘ୍ର ପଳାଇଲେ;
6ସେଠାରେ ସେମାନେ କମ୍ପରେ ଓ ପ୍ରସବକାରିଣୀ ସ୍ତ୍ରୀର ବେଦନା ତୁଲ୍ୟ ବେଦନାରେ ଆକ୍ରା; ହେଲେ।
7ତୁମ୍ଭେ ପୂର୍ବୀୟ ବାୟୁ ଦ୍ଵାରା ତର୍ଶୀଶର ଜାହାଜସବୁ ଭାଙ୍ଗିଥାଅ।
8ଯେପରି ଆମ୍ଭେମାନେ ଶୁଣିଅଛୁ, ସେପରି ସୈନ୍ୟାଧିପତି ସଦାପ୍ରଭୁଙ୍କ ନଗରରେ, ଆମ୍ଭମାନଙ୍କ ପରମେଶ୍ଵରଙ୍କ ନଗରରେ ଦେଖିଅଛୁ; ପରମେଶ୍ଵର ଅନନ୍ତକାଳ ତାହା ସୁସ୍ଥିର କରିବେ।
[ସେଲା
9ହେ ପରମେଶ୍ଵର, ଆମ୍ଭେମାନେ ତୁମ୍ଭ ମନ୍ଦିର ମଧ୍ୟରେ ତୁମ୍ଭର ସ୍ନେହପୂର୍ଣ୍ଣ କରୁଣା ବିଷୟ ଧ୍ୟାନ କରିଅଛୁ।
10ହେ ପରମେଶ୍ଵର, ଯେପରି ତୁମ୍ଭର ନାମ, ସେପରି ତୁମ୍ଭର ପ୍ରଶଂସା, ପୃଥିବୀର ପ୍ରା; ପର୍ଯ୍ୟନ୍ତ ଅଟେ;
ତୁମ୍ଭର ଦକ୍ଷିଣ ହସ୍ତ ଧର୍ମରେ ପରିପୂର୍ଣ୍ଣ।
11ତୁମ୍ଭର ସକଳ ଶାସନ ସକାଶୁ ସିୟୋନ ପର୍ବତ ଆନନ୍ଦିତ ହେଉ, ଯିହୁଦାର କନ୍ୟାଗଣ ଉଲ୍ଲାସିତ ହେଉନ୍ତୁ।
12ସିୟୋନକୁ ପ୍ରଦକ୍ଷିଣ କର ଓ ତାହାର ଚତୁର୍ଦ୍ଦିଗରେ ଭ୍ରମଣ କର; ତହିଁର ଦୁର୍ଗସବୁ ଗଣନା କର।
13ଯେପରି ତୁମ୍ଭେମାନେ ଭବିଷ୍ୟତ ବଂଶକୁ ଜଣାଇ ପାରିବ, ଏଥିପାଇଁ ତହିଁର ଦୃଢ଼ ପ୍ରାଚୀରମାନ ନିରୀକ୍ଷଣ କର, ତହିଁର ଅଟ୍ଟାଳିକାସବୁ ବିବେଚନା କର।
14କାରଣ ଏହି ପରମେଶ୍ଵର ଅନନ୍ତକାଳ ଆମ୍ଭମାନଙ୍କର ପରମେଶ୍ଵର ଅଟନ୍ତି; ସେ ମରଣ ପର୍ଯ୍ୟନ୍ତ ଆମ୍ଭମାନଙ୍କର ପଥଦର୍ଶକ ହେବେ।
Currently Selected:
ଗୀତସଂହିତା 48: ODIAOV-BSI
Highlight
Copy
Compare
Share
Want to have your highlights saved across all your devices? Sign up or sign in
ODIA-OV (Re-edited) - ପବିତ୍ର ବାଇବଲ (Re-edited)
Copyright © 2014 by The Bible Society of India
Used by permission. All rights reserved worldwide.