ଗୀତସଂହିତା 49
49
ଧନ ଉପରେ ଆସ୍ଥା ମୂର୍ଖତା
ପ୍ରଧାନ ବାଦ୍ୟକର ନିମନ୍ତେ କୋରହ-ସନ୍ତାନଗଣର ଗୀତ।
1ହେ ଗୋଷ୍ଠୀସକଳ, ଏହା ଶୁଣ, ହେ ଜଗନ୍ନିବାସୀଗଣ,
2ନୀଚ ଓ ଉଚ୍ଚ, ଧନୀ ଓ ଦରିଦ୍ର ସମସ୍ତେ, ଏକତ୍ର କର୍ଣ୍ଣପାତ କର।
3ମୋହର ମୁଖ ଜ୍ଞାନର କଥା କହିବ ଓ ମୋʼ ଅନ୍ତଃକରଣର ଧ୍ୟାନ ବୁଦ୍ଧିବିଷୟକ ହେବ।
4ମୁଁ ଦୃଷ୍ଟାନ୍ତରେ କର୍ଣ୍ଣପାତ କରିବି; ମୁଁ ବୀଣାଯନ୍ତ୍ରରେ ଆପଣା ଗୂଢ଼ ବିଷୟ ବ୍ୟାଖ୍ୟା କରିବି।
5ଯେତେବେଳେ ଅଧର୍ମ ମୋʼ ଗୋଇଠି ପାଖରେ ମୋତେ ଘେରେ, ଏପରି ବିପଦ ସମୟରେ କାହିଁକି ଭୟ କରିବି?
6ଯେଉଁମାନେ ଆପଣାମାନଙ୍କ ସମ୍ପତ୍ତିରେ ନିର୍ଭର ରଖନ୍ତି
ଓ ଆପଣାମାନଙ୍କ ଧନର ବାହୁଲ୍ୟରେ ଦର୍ପ କରନ୍ତି;
7ସେମାନଙ୍କ ମଧ୍ୟରୁ କେହି ଆପଣା ଭାଇ ନିତ୍ୟଜୀବୀ ହେବା ପାଇଁ, କ୍ଷୟ ନ ଦେଖିବା ପାଇଁ କୌଣସିମତେ ତାହାକୁ ମୁକ୍ତ କରି ନ ପାରେ।
8କିଅବା ତାହା ପାଇଁ ପରମେଶ୍ଵରଙ୍କୁ କୌଣସି ପ୍ରାୟଶ୍ଚିତ୍ତ ଦେଇ ନ ପାରେ;
9କାରଣ ସେମାନଙ୍କ ପ୍ରାଣର ମୁକ୍ତି ଦୁର୍ମୂଲ୍ୟ ଓ ଅନନ୍ତକାଳ ଅସାଧ୍ୟ।
10ଯେଣୁ ସେ ଦେଖେ ଯେ, ଜ୍ଞାନୀ ଲୋକମାନେ ମରନ୍ତି, ମୂର୍ଖ ଓ ପଶୁବତ୍ ଲୋକେ ଏକତ୍ର ବିନଷ୍ଟ ହୁଅନ୍ତି, ପୁଣି ଆପଣାମାନଙ୍କ ସମ୍ପତ୍ତି ଅନ୍ୟମାନଙ୍କ ନିମନ୍ତେ ଛାଡ଼ିଯାʼନ୍ତି।
11ସେମାନଙ୍କ ଗୃହ ଯେ ଚିରକାଳ ଓ ସେମାନଙ୍କ ବାସସ୍ଥାନ ଯେ ପୁରୁଷାନୁକ୍ରମେ ରହିବ, ଏହା ସେମାନଙ୍କର ଆନ୍ତରିକ ବିଚାର; ସେମାନେ ଆପଣା ଆପଣା ନାମାନୁସାରେ ଆପଣା ଆପଣା ଭୂମିର ନାମ ରଖନ୍ତି।
12ମାତ୍ର ମନୁଷ୍ୟ ଐଶ୍ଵର୍ଯ୍ୟରେ ସ୍ଥିର ରହେ ନାହିଁ; ସେ ବିନାଶ୍ୟ ପଶୁ ତୁଲ୍ୟ।
13ସେମାନଙ୍କର ଏହି ଗତି ସେମାନଙ୍କ ମୂର୍ଖତା ଅଟେ;
ତଥାପି ସେମାନଙ୍କ ଉତ୍ତାରେ ଲୋକମାନେ ସେମାନଙ୍କ କଥା ପସନ୍ଦ କରନ୍ତି।
[ସେଲା
14ସେମାନେ ମେଷପଲ ତୁଲ୍ୟ ପାତାଳ ପାଇଁ ନିଯୁକ୍ତ; ମୃତ୍ୟୁ ସେମାନଙ୍କର ପାଳକ ହେବ; ଆଉ, ସରଳ ଲୋକେ ପ୍ରଭାତରେ ସେମାନଙ୍କ ଉପରେ କର୍ତ୍ତୃତ୍ଵ କରିବେ;
ଆଉ, ସେମାନଙ୍କ ଶୋଭା ବିନଷ୍ଟ ହେବା ପାଇଁ ପାତାଳର ହେବ ଓ ତହିଁ ନିମନ୍ତେ ଆଉ ବାସସ୍ଥାନ ନ ଥିବ।
15ମାତ୍ର ପରମେଶ୍ଵର ପାତାଳର ପରାକ୍ରମରୁ ମୋହର ପ୍ରାଣ ମୁକ୍ତ କରିବେ;
କାରଣ ସେ ମୋତେ ଗ୍ରହଣ କରିବେ।
[ସେଲା
16କେହି ଧନବାନ ହେଲେ ଓ ତାହାର ଗୃହର ଐଶ୍ଵର୍ଯ୍ୟ ବୃଦ୍ଧି ପାଇଲେ, ତୁମ୍ଭେ ଭୀତ ହୁଅ ନାହିଁ;
17କାରଣ ମରଣକାଳରେ ସେ କିଛି ନେଇଯିବ ନାହିଁ; ତାହାର ଐଶ୍ଵର୍ଯ୍ୟ ତାହାର ପଶ୍ଚାଦ୍ଗମନ କରିବ ନାହିଁ।
18ଯଦ୍ୟପି ସେ ଜୀବଦ୍ଦଶାରେ ଆପଣା ପ୍ରାଣର ଧନ୍ୟବାଦ କଲା,
ଆଉ, ତୁମ୍ଭେ ଆପଣାର ଭଲ କଲେ, ଲୋକେ ତୁମ୍ଭର ପ୍ରଶଂସା କରନ୍ତି;
19ତଥାପି ସେ ଆପଣା ପିତୃପୁରୁଷଗଣ ନିକଟକୁ ଯିବ; ସେମାନେ କଦାଚ ଦୀପ୍ତି ଦେଖିବେ ନାହିଁ।
20ଯେଉଁ ମନୁଷ୍ୟ ଐଶ୍ଵର୍ଯ୍ୟଶାଳୀ ହୋଇ ବିବେଚନା ନ କରେ, ସେ ବିନାଶ୍ୟ ପଶୁ ତୁଲ୍ୟ।
Currently Selected:
ଗୀତସଂହିତା 49: ODIAOV-BSI
Highlight
Copy
Compare
Share
Want to have your highlights saved across all your devices? Sign up or sign in
ODIA-OV (Re-edited) - ପବିତ୍ର ବାଇବଲ (Re-edited)
Copyright © 2014 by The Bible Society of India
Used by permission. All rights reserved worldwide.