ଗୀତସଂହିତା 50
50
ସତ୍ୟ ଉପାସନା
ଆସଫର ଗୀତ।
1ପରମେଶ୍ଵର, ସଦାପ୍ରଭୁ ପରମେଶ୍ଵର କଥା କହିଅଛନ୍ତି ଯିଶା.୯:୬
ଓ ସୂର୍ଯ୍ୟର ଉଦୟ-ସ୍ଥାନଠାରୁ ତହିଁର ଅସ୍ତ-ସ୍ଥାନ ପର୍ଯ୍ୟନ୍ତ ସେ ପୃଥିବୀକି ଆହ୍ଵାନ କରିଅଛନ୍ତି।
2ସୌନ୍ଦର୍ଯ୍ୟର ସିଦ୍ଧି ସ୍ଵରୂପ ସିୟୋନଠାରୁ ପରମେଶ୍ଵର ପ୍ରକାଶିତ ହୋଇଅଛନ୍ତି।
3ଆମ୍ଭମାନଙ୍କର ପରମେଶ୍ଵର ଆସିବେ ଓ ନୀରବ ରହିବେ ନାହିଁ; ତାହାଙ୍କ ସମ୍ମୁଖରେ ଅଗ୍ନି ଗ୍ରାସ କରିବ ଓ ତାହାଙ୍କ ଚତୁର୍ଦ୍ଦିଗ ଅତ୍ୟ; ଝଡ଼ମୟ ହେବ।
4ସେ ଆପଣା ଲୋକଙ୍କୁ ବିଚାର କରିବା ନିମନ୍ତେ ଉପରିସ୍ଥ ସ୍ଵର୍ଗକୁ ଓ ପୃଥିବୀକି ଡାକିବେ;
5ଯେଉଁମାନେ ବଳିଦାନ ଦ୍ଵାରା ଆମ୍ଭ ସଙ୍ଗେ ନିୟମ କରିଅଛନ୍ତି, ଆମର ସେହି ସଦ୍ଭକ୍ତଗଣଙ୍କୁ ଆମ୍ଭ ନିକଟରେ ଏକତ୍ର କର।
6ପୁଣି, ସ୍ଵର୍ଗ ତାହାଙ୍କର ଧର୍ମ ପ୍ରକାଶ କରିବ; କାରଣ ପରମେଶ୍ଵର ସ୍ଵୟଂ ବିଚାରକର୍ତ୍ତା।
[ସେଲା
7ହେ ଆମ୍ଭର ଲୋକମାନେ, ଶୁଣ, ଆମ୍ଭେ କଥା କହିବା; ହେ ଇସ୍ରାଏଲ ଶୁଣ, ଆମ୍ଭେ ତୁମ୍ଭ ବିଷୟରେ ସାକ୍ଷ୍ୟ ଦେବା; ଆମ୍ଭେ ହିଁ ପରମେଶ୍ଵର, ତୁମ୍ଭର ପରମେଶ୍ଵର,
8ଆମ୍ଭେ ତୁମ୍ଭର ସବୁ ହୋମବଳି ସକାଶୁ ତୁମ୍ଭକୁ ଭର୍ତ୍ସନା କରିବା ନାହିଁ;
ଆଉ, ତୁମ୍ଭର ହୋମବଳିସବୁ ନିତ୍ୟ ଆମ୍ଭ ସମ୍ମୁଖରେ ଅଛି।
9ଆମ୍ଭେ ତୁମ୍ଭ ଗୃହରୁ କୌଣସି ବୃଷ କି ତୁମ୍ଭ ଖୁଆଡ଼ରୁ ଛାଗ ନେବା ନାହିଁ।
10କାରଣ ବନସ୍ଥ ପ୍ରତ୍ୟେକ ଜନ୍ତୁ ଓ ସହସ୍ର ସହସ୍ର ପର୍ବତସ୍ଥ ପଶୁ ଆମ୍ଭର।
11ଆମ୍ଭେ ପର୍ବତମାନର ସମସ୍ତ ପକ୍ଷୀକି ଜାଣୁ ଓ ବିଲର ପଶୁସବୁ ଆମ୍ଭର।
12ଆମ୍ଭେ କ୍ଷୁଧିତ ହେଲେ, ତୁମ୍ଭକୁ ଜଣାଇବା ନାହିଁ; କାରଣ ଜଗତ ଓ ତହିଁର ପୂର୍ଣ୍ଣତା ଆମ୍ଭର।
13ଆମ୍ଭେ କʼଣ ବୃଷମାଂସ ଭୋଜନ କରିବା, ଅବା ଛାଗରକ୍ତ ପାନ କରିବା?
14ତୁମ୍ଭେ ପରମେଶ୍ଵରଙ୍କ ଉଦ୍ଦେଶ୍ୟରେ ଧନ୍ୟବାଦରୂପ ବଳି ଉତ୍ସର୍ଗ କର
ଓ ସର୍ବୋପରିସ୍ଥଙ୍କ ଉଦ୍ଦେଶ୍ୟରେ ଆପଣା ମାନତ ପୂର୍ଣ୍ଣ କର;
15ପୁଣି, ସଙ୍କଟ ଦିନରେ ଆମ୍ଭକୁ ଡାକ; ଆମ୍ଭେ ତୁମ୍ଭକୁ ଉଦ୍ଧାର କରିବା, ଆଉ ତୁମ୍ଭେ ଆମ୍ଭର ମହିମା ପ୍ରକାଶ କରିବ।
16ମାତ୍ର ଦୁଷ୍ଟକୁ ପରମେଶ୍ଵର କହନ୍ତି, ଆମ୍ଭର ବିଧି ପ୍ରଚାର କରିବାକୁ ଓ ତୁମ୍ଭେ ଯେ ଆମ୍ଭର ନିୟମ ଆପଣା ମୁଖରେ ନେଇଅଛ, ତୁମ୍ଭର କି ଅଧିକାର?
17କାରଣ ତୁମ୍ଭେ ଶିକ୍ଷା ଘୃଣା କରୁଅଛ ଓ ଆମ୍ଭ ବାକ୍ୟ ଆପଣା ପଛେ ପକାଇ ଦେଉଅଛ।
18ଚୋରକୁ ଦେଖିଲେ, ତୁମ୍ଭେ ତାହା ସଙ୍ଗେ ସମ୍ମତ ହୋଇଅଛ
ଓ ବ୍ୟଭିଚାରୀମାନଙ୍କର ସହଭାଗୀ ହୋଇଅଛ।
19ତୁମ୍ଭେ ମନ୍ଦ ବିଷୟରେ ଆପଣା ମୁଖ ବଢ଼ାଉଅଛ ଓ ତୁମ୍ଭର ଜିହ୍ଵା ପ୍ରବଞ୍ଚନା କଳ୍ପନା କରେ।
20ତୁମ୍ଭେ ଆପଣା ଭାଇ ବିରୁଦ୍ଧରେ ବସି କଥା କହୁଅଛ; ତୁମ୍ଭେ ଆପଣା ମାତୃପୁତ୍ରର ନିନ୍ଦା କରୁଅଛ।
21ତୁମ୍ଭେ ଏହିସବୁ କରି ଆସିଅଛ ଓ ଆମ୍ଭେ ନୀରବ ହୋଇ ରହିଅଛୁ; ତହିଁରେ ଆମ୍ଭେ ସର୍ବତୋଭାବେ ତୁମ୍ଭ ପରି ବୋଲି ତୁମ୍ଭେ ଅନୁମାନ କରିଅଛ;
ମାତ୍ର ଆମ୍ଭେ ତୁମ୍ଭକୁ ଅନୁଯୋଗ କରିବା ଓ ତାହାସବୁ ତୁମ୍ଭ ସାକ୍ଷାତରେ ସଜାଇ ରଖିବା।
22ହେ ପରମେଶ୍ଵରଙ୍କୁ ପାସୋରିବା ଲୋକମାନେ, ତୁମ୍ଭେମାନେ ଏହା ବିବେଚନା କର,
ନୋହିଲେ ଆମ୍ଭେ ତୁମ୍ଭମାନଙ୍କୁ ବିଦୀର୍ଣ୍ଣ କରିବା, ପୁଣି ଉଦ୍ଧାର କରିବାକୁ କେହି ନ ଥିବ।
23ଯେଉଁ ଜନ ଧନ୍ୟବାଦରୂପ ବଳି ଉତ୍ସର୍ଗ କରେ, ସେ ଆମ୍ଭକୁ ଗୌରବ ଦିଏ; ଯେଉଁ ଜନ ଆପଣା ଗତି ସରଳ କରେ, ତାହାକୁ ଆମ୍ଭେ ପରମେଶ୍ଵରଙ୍କ ପରିତ୍ରାଣ ଦେଖାଇବା।
Currently Selected:
ଗୀତସଂହିତା 50: ODIAOV-BSI
Highlight
Copy
Compare
Share
Want to have your highlights saved across all your devices? Sign up or sign in
ODIA-OV (Re-edited) - ପବିତ୍ର ବାଇବଲ (Re-edited)
Copyright © 2014 by The Bible Society of India
Used by permission. All rights reserved worldwide.