ଗୀତସଂହିତା 52
52
ପରମେଶ୍ଵରଙ୍କ ବିଚାର ଓ ଅନୁଗ୍ରହ
ପ୍ରଧାନ ବାଦ୍ୟକର ନିମନ୍ତେ ଦାଉଦଙ୍କର ମସ୍କୀଲ୍; ଦାଉଦ ଅହୀମେଲକର ଗୃହକୁ ଆସିଅଛନ୍ତି ବୋଲି ଇଦୋମୀୟ ଦୋୟେଗ୍ ଶାଉଲଙ୍କୁ ସମ୍ଵାଦ ଦେବା ବେଳେ ରଚିତ।
1ହେ ବୀର, ତୁମ୍ଭେ ଅନିଷ୍ଟ କର୍ମରେ କାହିଁକି ଦର୍ପ କରୁଅଛ?
2ପରମେଶ୍ଵରଙ୍କ ଦୟା ନିତ୍ୟସ୍ଥାୟୀ। ତୁମ୍ଭର ଜିହ୍ଵା ନିତା; ଦୁଷ୍ଟତା କଳ୍ପନା କରି ତୀକ୍ଷ୍ଣ କ୍ଷୁର ତୁଲ୍ୟ ପ୍ରବଞ୍ଚନାପୂର୍ବକ କାର୍ଯ୍ୟ କରୁଅଛି।
3ତୁମ୍ଭେ ସୁକର୍ମ ଅପେକ୍ଷା କୁକର୍ମକୁ ଓ ଧର୍ମ କଥା ଅପେକ୍ଷା ମିଥ୍ୟା କଥାକୁ ଅଧିକ ଭଲ ପାଉଅଛ।
[ସେଲା
4ହେ ପ୍ରବଞ୍ଚନାପୂର୍ଣ୍ଣ ଜିହ୍ଵେ, ତୁମ୍ଭେ ଯାବତୀୟ ବିନାଶକ କଥା ଭଲ ପାଉଅଛ।
5ପରମେଶ୍ଵର ତଦ୍ରୂପ ତୁମ୍ଭକୁ ସଦାକାଳ ବିନାଶ କରିବେ, ସେ ତୁମ୍ଭକୁ ଧରି ତୁମ୍ଭ ତମ୍ଵୁକୁ ଟାଣି ନେବେ ଓ ଜୀବିତମାନଙ୍କ ଦେଶରୁ ତୁମ୍ଭର ମୂଳୋତ୍ପାଟନ କରିବେ।
[ସେଲା
6ଧାର୍ମିକମାନେ ମଧ୍ୟ ତାହା ଦେଖି ଭୟ କରିବେ ଓ ତାହା ପ୍ରତି ଉପହାସ କରି କହିବେ,
7ଦେଖ, ଏହି ଲୋକ ପରମେଶ୍ଵରଙ୍କୁ ଆପଣାର ବଳ ସ୍ଵରୂପ କଲା ନାହିଁ; ମାତ୍ର ଆପଣା ଧନର ବାହୁଲ୍ୟରେ ନିର୍ଭର କଲା। ପୁଣି, ଆପଣା ଦୁଷ୍ଟତାରେ ଆପଣାକୁ ବଳବାନ କଲା।
8ମାତ୍ର ମୁଁ ପରମେଶ୍ଵରଙ୍କ ଗୃହରେ ସତେଜ ଜୀତ ବୃକ୍ଷ ତୁଲ୍ୟ ଅଛି।
ମୁଁ ଅନନ୍ତକାଳ ପରମେଶ୍ଵରଙ୍କ ଦୟାରେ ବିଶ୍ଵାସ କଲି।
9ତୁମ୍ଭେ ଏହି କାର୍ଯ୍ୟ ସାଧନ କରିବା ସକାଶୁ ମୁଁ ସଦାକାଳ ତୁମ୍ଭକୁ ଧନ୍ୟବାଦ ଦେବି; ମୁଁ ତୁମ୍ଭ ସଦ୍ଭକ୍ତମାନଙ୍କ ସାକ୍ଷାତରେ ତୁମ୍ଭ ନାମର ଅନୁସରଣ କରିବି, ଯେହେତୁ ତାହା ଉତ୍ତମ।
Currently Selected:
ଗୀତସଂହିତା 52: ODIAOV-BSI
Highlight
Copy
Compare
Share
Want to have your highlights saved across all your devices? Sign up or sign in
ODIA-OV (Re-edited) - ପବିତ୍ର ବାଇବଲ (Re-edited)
Copyright © 2014 by The Bible Society of India
Used by permission. All rights reserved worldwide.