ଗୀତସଂହିତା 53
53
ମନୁଷ୍ୟର ଦୁଷ୍ଟତା
ପ୍ରଧାନ ବାଦ୍ୟକର ନିମନ୍ତେ ମହଲତ୍ ସ୍ଵରରେ ଦାଉଦଙ୍କର ମସ୍କୀଲ୍।
1ପରମେଶ୍ଵର ନାହାନ୍ତି ବୋଲି ମୂର୍ଖ ଆପଣା ମନେ ମନେ କହିଅଛି।
ସେମାନେ ଭ୍ରଷ୍ଟ, ସେମାନେ ଘୃଣାଯୋଗ୍ୟ ଅଧର୍ମ କରିଅଛନ୍ତି, କେହି ସତ୍କର୍ମ କରେ ନାହିଁ।
2ବିବେଚକ କେହି ଅଛି କି ନାହିଁ, ପରମେଶ୍ଵରଙ୍କର ଅନ୍ଵେଷଣକାରୀ କେହି ଅଛି କି ନାହିଁ, ଏହା ଦେଖିବା ପାଇଁ ପରମେଶ୍ଵର ସ୍ଵର୍ଗରୁ ମନୁଷ୍ୟ-ସନ୍ତାନଗଣ ପ୍ରତି ନିରୀକ୍ଷଣ କଲେ।
3ସେମାନଙ୍କର ପ୍ରତ୍ୟେକେ ବିପଥରେ ଯାଇଅଛନ୍ତି; ସେସମସ୍ତେ ଅଶୁଚି ହୋଇଅଛନ୍ତି; ସେମାନଙ୍କର କେହି ସୁକର୍ମ କରେ ନାହିଁ, ନା, ଜଣେ ହେଁ ନାହିଁ।
4ଅଧର୍ମାଚାରୀମାନଙ୍କର କି କିଛି ଜ୍ଞାନ ନାହିଁ?
5ଭୟ ନ ଥିବା ସ୍ଥାନରେ ସେମାନେ ବଡ଼ ଭୟ ପାଇଥିଲେ;
କାରଣ ପରମେଶ୍ଵର ତୁମ୍ଭ ବିରୁଦ୍ଧରେ ଛାଉଣିକାରୀର ଅସ୍ଥିସବୁ ଛିନ୍ନଭିନ୍ନ କରି ପକାଇଅଛନ୍ତି; ପରମେଶ୍ଵର ସେମାନଙ୍କୁ ଅଗ୍ରାହ୍ୟ କରିବାରୁ ତୁମ୍ଭେ ସେମାନଙ୍କୁ ଲଜ୍ଜା ଦେଇଅଛ।
6ଆଃ, ଯେବେ ସିୟୋନଠାରୁ ଇସ୍ରାଏଲର ପରିତ୍ରାଣ ଉପସ୍ଥିତ ହୁଅନ୍ତାଣ!
Currently Selected:
ଗୀତସଂହିତା 53: ODIAOV-BSI
Highlight
Copy
Compare
Share
Want to have your highlights saved across all your devices? Sign up or sign in
ODIA-OV (Re-edited) - ପବିତ୍ର ବାଇବଲ (Re-edited)
Copyright © 2014 by The Bible Society of India
Used by permission. All rights reserved worldwide.