ଗୀତସଂହିତା 56
56
ପରମେଶ୍ଵରଙ୍କ ଉପରେ ନିର୍ଭରଶୀଳତାର ପ୍ରାର୍ଥନା
ପ୍ରଧାନ ବାଦ୍ୟକର ନିମନ୍ତେ ଯୋନତ୍-ଏଲମ୍ ରହୋକୀମ୍ ସ୍ଵରରେ ଦାଉଦଙ୍କର ଗୀତ; ମିକ୍ତାମ୍। ପଲେଷ୍ଟୀୟମାନେ ତାଙ୍କୁ ଗାଥ୍ ନଗରରେ ଧରିବା ସମୟରେ ରଚିତ।
1ହେ ପରମେଶ୍ଵର, ମୋତେ ଦୟା କର; କାରଣ ମନୁଷ୍ୟ ମୋତେ ଗ୍ରାସ କରିବାକୁ ଉଦ୍ୟତ;
2ମୋହର ଶତ୍ରୁଗଣ ଦିନଯାକ ମୋତେ ଗ୍ରାସ କରିବାକୁ ଉଦ୍ୟତ;
କାରଣ ଦର୍ପରେ ମୋʼ ବିରୁଦ୍ଧରେ ଯୁଦ୍ଧକାରୀ ଲୋକ ଅନେକ।
3ମୁଁ ଭୀତ ହେବା ସମୟରେ ତୁମ୍ଭ ଉପରେ ନିର୍ଭର ରଖିବି।
4ପରମେଶ୍ଵରଙ୍କ ଦ୍ଵାରା ମୁଁ ତାହାଙ୍କ ବାକ୍ୟର ପ୍ରଶଂସା କରିବି; ପରମେଶ୍ଵରଙ୍କ ଉପରେ ମୁଁ ନିର୍ଭର ରଖିଅଛି, ମୁଁ ଭୀତ ହେବି ନାହିଁ; ମାଂସପିଣ୍ତ ମୋର କଅଣ କରିପାରେ?
5ସେମାନେ ଦିନଯାକ ମୋହର କଥାର ବିପରୀତ ଅର୍ଥ କରନ୍ତି; ମୋʼ ବିରୁଦ୍ଧରେ ସେମାନଙ୍କର କଳ୍ପନାସବୁ ଅମଙ୍ଗଳାର୍ଥକ।
6ସେମାନେ ଏକତ୍ରିତ ହୁଅନ୍ତି, ସେମାନେ ଲୁଚି ରହନ୍ତି, ସେମାନେ ମୋହର ପଦଚିହ୍ନ ଲକ୍ଷ୍ୟ କରନ୍ତି, ଏହିରୂପେ ସେମାନେ ମୋʼ ପ୍ରାଣର ଅପେକ୍ଷା କରିଅଛନ୍ତି।
7ସେମାନେ କʼଣ ଅଧର୍ମ ଦ୍ଵାରା ରକ୍ଷା ପାଇବେ? ହେ ପରମେଶ୍ଵର, କ୍ରୋଧରେ ଗୋଷ୍ଠୀୟମାନଙ୍କୁ ନିପାତ କର।
8ତୁମ୍ଭେ ମୋହର ଭ୍ରମଣ ଗଣନା କରୁଅଛ। ତୁମ୍ଭେ ଆପଣା ପାତ୍ରରେ ଆମ୍ଭର ନେତ୍ରଜଳ ରଖିଥାଅ; ତାହାସବୁ କʼଣ ତୁମ୍ଭ ପୁସ୍ତକରେ ନାହିଁ?
9ତେବେ ମୁଁ ପ୍ରାର୍ଥନା କରିବା ବେଳେ ମୋʼ ଶତ୍ରୁଗଣ ଫେରିଯିବେ; ମୁଁ ଏହା ଜାଣେ ଯେ, ପରମେଶ୍ଵର ମୋହର ସପକ୍ଷ।
10ପରମେଶ୍ଵରଙ୍କ ଦ୍ଵାରା ମୁଁ ତାହାଙ୍କ ବାକ୍ୟର ପ୍ରଶଂସା କରିବି। ସଦାପ୍ରଭୁଙ୍କ ଦ୍ଵାରା ମୁଁ ତାହାଙ୍କ ବାକ୍ୟର ପ୍ରଶଂସା କରିବି।
11ପରମେଶ୍ଵରଙ୍କ ଉପରେ ମୁଁ ନିର୍ଭର ରଖିଅଛି, ମୁଁ ଭୀତ ହେବି ନାହିଁ; ମନୁଷ୍ୟ ମୋହର କʼଣ କରିପାରେ?
12ହେ ପରମେଶ୍ଵର, ତୁମ୍ଭ ନିକଟରେ ମୋହର ମାନତ ଅଛି; ମୁଁ ତୁମ୍ଭକୁ ଧନ୍ୟବାଦରୂପ ଉପହାର ଦେବି।
13କାରଣ ତୁମ୍ଭେ ମୃତ୍ୟୁରୁ ମୋʼ ପ୍ରାଣକୁ ଉଦ୍ଧାର କରିଅଛ;
ଯେପରି ମୁଁ ଜୀବିତମାନଙ୍କ ଦୀପ୍ତିରେ ପରମେଶ୍ଵରଙ୍କ ସମ୍ମୁଖରେ ଗମନା-ଗମନ କରିବି; ଏଥିପାଇଁ ତୁମ୍ଭେ କʼଣ ପତନରୁ ମୋʼ ଚରଣକୁ ଉଦ୍ଧାର କରିନାହଁ?
Currently Selected:
ଗୀତସଂହିତା 56: ODIAOV-BSI
Highlight
Copy
Compare
Share
Want to have your highlights saved across all your devices? Sign up or sign in
ODIA-OV (Re-edited) - ପବିତ୍ର ବାଇବଲ (Re-edited)
Copyright © 2014 by The Bible Society of India
Used by permission. All rights reserved worldwide.