YouVersion Logo
Search Icon

ଗୀତସଂହିତା 58

58
ଦୁଷ୍ଟମାନଙ୍କ ଶାସ୍ତି ନିମନ୍ତେ ପ୍ରାର୍ଥନା
ପ୍ରଧାନ ବାଦ୍ୟକର ନିମନ୍ତେ ଅଲ୍-ତଶ୍ହେତ୍ ସ୍ଵରରେ ଦାଉଦଙ୍କର ଗୀତ; ମିକ୍ତାମ୍।
1ପ୍ରକୃତରେ କି ତୁମ୍ଭେମାନେ ନୀରବ ହୋଇ ଧର୍ମନୀତି କହୁଅଛ? ହେ ମନୁଷ୍ୟ-ସନ୍ତାନଗଣ, ତୁମ୍ଭେମାନେ କି ନ୍ୟାୟରେ ବିଚାର କରୁଅଛ?
2ବରଞ୍ଚ ତୁମ୍ଭେମାନେ ହୃଦୟରେ ଦୁଷ୍ଟତା ସାଧନ କରୁଅଛ; ତୁମ୍ଭେମାନେ ଦେଶରେ ସ୍ଵହସ୍ତର ଦୌରାତ୍ମ୍ୟ ତୌଲୁଅଛ।
3ଦୁଷ୍ଟମାନେ ଗର୍ଭରୁ ବିପଥଗାମୀ; ସେମାନେ ଜନ୍ମଠାରୁ ମିଥ୍ୟା କହି କହି ବିପଥରେ ଗମନ କରନ୍ତି।
4ସେମାନଙ୍କର ବିଷ ସର୍ପର ବିଷ ତୁଲ୍ୟ; ସେମାନେ କର୍ଣ୍ଣରୋଧକାରିଣୀ ବଧିରା କାଳସର୍ପିଣୀ ତୁଲ୍ୟ;
5ସାପୁଡ଼ିଆମାନେ ଯେଡ଼େ ନିପୁଣ ଭାବରେ ମନ୍ତ୍ର ପଢ଼ିଲେ ହେଁ, ସେ ସେମାନଙ୍କ ସ୍ଵର ଶୁଣେ ନାହିଁ।
6ହେ ପରମେଶ୍ଵର, ସେମାନଙ୍କ ମୁଖରେ ସେମାନଙ୍କ ଦ; ଭାଙ୍ଗି ପକାଅ; ହେ ସଦାପ୍ରଭୋ, ଯୁବା-ସିଂହମାନଙ୍କର କଳଦ; ଭାଙ୍ଗି ପକାଅ।
7ସେମାନେ ବହନ୍ତା ଜଳ ପରି ତରଳି ଯାଉନ୍ତୁ;
ସେ ଆପଣା ତୀର ଲକ୍ଷ୍ୟ କରିବା ବେଳେ ତାହାସବୁ ଛିନ୍ନ ତୀର ତୁଲ୍ୟ ହେଉ।
8ଯେଉଁ ଶାମୁକା ଯାଉ ଯାଉ ତରଳିଯାଏ ଓ ସ୍ତ୍ରୀର ଯେଉଁ ଅକାଳଜାତ ସନ୍ତାନ ସୂର୍ଯ୍ୟ ଦେଖି ନାହିଁ, ତାହାରି ପରି ସେମାନେ ହେଉନ୍ତୁ।
9ତୁମ୍ଭମାନଙ୍କ ହାଣ୍ତି କଣ୍ଟକ ସ୍ପର୍ଶ ନ କରୁଣୁ ସେ କଞ୍ଚା ଓ ପୋଡ଼ା ସମସ୍ତ ଘୂର୍ଣ୍ଣିବାୟୁରେ ଉଡ଼ାଇ ନେବେ।
10ଧାର୍ମିକ ଲୋକ ପ୍ରତିଫଳ ଦେଖି ଆନନ୍ଦ କରିବ;
ସେ ଦୁଷ୍ଟମାନଙ୍କ ରକ୍ତରେ ଆପଣା ପାଦ ଧୋଇବ।
11ତହିଁରେ ଲୋକମାନେ କହିବେ, ନିଶ୍ଚୟ ଧାର୍ମିକ ଲୋକ ପାଇଁ ପୁରସ୍କାର ଅଛି;
ନିଶ୍ଚୟ ପୃଥିବୀରେ ବିଚାରକର୍ତ୍ତା ଏକ ପରମେଶ୍ଵର ଅଛନ୍ତି।

Highlight

Copy

Compare

Share

None

Want to have your highlights saved across all your devices? Sign up or sign in

Videos for ଗୀତସଂହିତା 58