YouVersion Logo
Search Icon

ଗୀତସଂହିତା 59

59
ନିରାପତ୍ତା ପାଇଁ ପ୍ରାର୍ଥନା
ପ୍ରଧାନ ବାଦ୍ୟକର ନିମନ୍ତେ ଅଲ୍-ତଶ୍ହେତ୍ ସ୍ଵରରେ ଦାଉଦଙ୍କର ଗୀତ; ମିକ୍ତାମ୍; ଶାଉଲ ଲୋକ ପଠାନ୍ତେ, ସେମାନେ ଦାଉଦଙ୍କୁ ବଧ କରିବା ପାଇଁ ତାଙ୍କର ଗୃହ ଜଗି ବସିବା ସମୟରେ ରଚିତ।
1ହେ ମୋହର ପରମେଶ୍ଵର, ମୋʼ ଶତ୍ରୁଗଣଠାରୁ ମୋତେ ଉଦ୍ଧାର କର; ମୋʼ ବିରୁଦ୍ଧରେ ଉତ୍ଥିତ ଲୋକମାନଙ୍କଠାରୁ ମୋତେ ଉଚ୍ଚରେ ସ୍ଥାପନ କର।
2ଅଧର୍ମାଚାରୀମାନଙ୍କଠାରୁ ମୋତେ ଉଦ୍ଧାର କର, ରକ୍ତପିପାସୁ ଲୋକମାନଙ୍କଠାରୁ ମୋତେ ରକ୍ଷା କର।
3କାରଣ ଦେଖ, ସେମାନେ ମୋʼ ପ୍ରାଣ ପାଇଁ ଛକି ବସନ୍ତି; ବଳବାନମାନେ ମୋʼ ବିରୁଦ୍ଧରେ ଏକତ୍ରିତ ହୁଅନ୍ତି;
ହେ ସଦାପ୍ରଭୋ, ମୋହର ଅପରାଧ କିଅବା ମୋʼ ପାପ ସକାଶୁ ନୁହେଁ।
4ମୋହର ବିନା ଦୋଷରେ ସେମାନେ ଦଉଡ଼ି ପ୍ରସ୍ତୁତ ହୁଅନ୍ତି; ତୁମ୍ଭେ ମୋହର ସାହାଯ୍ୟ ପାଇଁ ଜାଗ ଓ ଦୃଷ୍ଟିପାତ କର।
5ହେ ସଦାପ୍ରଭୋ, ସୈନ୍ୟାଧିପତି ପରମେଶ୍ଵର, ଇସ୍ରାଏଲର ପରମେଶ୍ଵର, ତୁମ୍ଭେ ହିଁ ଅନ୍ୟ ଦେଶୀୟ ସମସ୍ତଙ୍କୁ ପ୍ରତିଫଳ ଦେବା ପାଇଁ ଉଠ; କୌଣସି ଦୁଷ୍ଟ ଅଧର୍ମକାରୀମାନଙ୍କୁ ଦୟା କର ନାହିଁ।
[ସେଲା
6ସେମାନେ ସନ୍ଧ୍ୟାକାଳେ ଫେରି ଆସି କୁକ୍କୁର ପରି ଶଦ୍ଦ କରନ୍ତି ଓ ନଗର ଚାରିଆଡ଼େ ଭ୍ରମଣ କରନ୍ତି।
7ଦେଖ, ସେମାନେ ଆପଣା ଆପଣା ମୁଖରୁ ଉଦ୍ଗାର କରନ୍ତି; ସେମାନଙ୍କ ଓଷ୍ଠାଧରରେ ଖଡ଼୍‍ଗ ଥାଏ; କାରଣ କିଏ ଶୁଣିବ? ଏହା ସେମାନେ କହନ୍ତି,
8ମାତ୍ର ହେ ସଦାପ୍ରଭୋ, ତୁମ୍ଭେ ସେମାନଙ୍କ ପ୍ରତି ହସିବ;
ତୁମ୍ଭେ ଅନ୍ୟ ଦେଶୀୟ ସମସ୍ତଙ୍କୁ ବିଦ୍ରୂପ କରିବ।
9ହେ ମୋହର ବଳ ସ୍ଵରୂପ, ମୁଁ ତୁମ୍ଭର ଅନୁସରଣ କରିବି; କାରଣ ପରମେଶ୍ଵର ମୋହର ଉଚ୍ଚ ଦୁର୍ଗ ଅଟନ୍ତି।
10ମୋହର ଦୟାବାନ ପରମେଶ୍ଵର ମୋହର ସମ୍ମୁଖବର୍ତ୍ତୀ ହେବେ;
ପରମେଶ୍ଵର ମୋʼ ଶତ୍ରୁମାନଙ୍କ ଉପରେ ମୋʼ ବାଞ୍ଛା ସଫଳ ହେବାର ମୋତେ ଦେଖାଇବେ।
11ସେମାନଙ୍କୁ ବଧ କର ନାହିଁ, କେଜାଣି ମୋʼ ଲୋକମାନେ ପାସୋରି ଯିବେ; ହେ ଆମ୍ଭମାନଙ୍କ ଢାଲ ସ୍ଵରୂପ ପ୍ରଭୋ, ତୁମ୍ଭ ପରାକ୍ରମରେ ସେମାନଙ୍କୁ ଛିନ୍ନଭିନ୍ନ କରି ଅଧୋନତ କର।
12ସେମାନଙ୍କ ମୁଖର ପାପ ଓ ସେମାନଙ୍କ ଓଷ୍ଠାଧରର ବାକ୍ୟ, ପୁଣି ସେମାନଙ୍କର କଥିତ ଅଭିଶାପ ଓ ମିଥ୍ୟା ସକାଶୁ ସେମାନେ ଆପଣା ଆପଣା ଅହଙ୍କାରରେ ଧରା ଯାଉନ୍ତୁ।
13ଯେପରି ସେମାନେ ଆଉ ନ ଥିବେ, ଏଥିପାଇଁ ସେମାନଙ୍କୁ କୋପରେ ସଂହାର କର, ସେମାନଙ୍କୁ ସଂହାର କର;
ପୁଣି, ପରମେଶ୍ଵର ଯେ ଯାକୁବ ମଧ୍ୟରେ, ପୃଥିବୀର ପ୍ରା; ପର୍ଯ୍ୟନ୍ତ କର୍ତ୍ତୃତ୍ଵ କରନ୍ତି, ଏହା ସେମାନେ ଜ୍ଞାତ ହେଉନ୍ତୁ।
[ସେଲା
14ଆଉ, ସେମାନେ ସନ୍ଧ୍ୟାବେଳେ ଫେରି ଆସି କୁକ୍କୁର ପରି ଶଦ୍ଦ କରନ୍ତୁ ଓ ନଗର ଚତୁର୍ଦ୍ଦିଗରେ ଭ୍ରମଣ କରନ୍ତୁ।
15ସେମାନେ ଖାଦ୍ୟ ନିମନ୍ତେ ଏଣେତେଣେ ଭ୍ରମଣ କରିବେ। ପୁଣି, ସେମାନେ ତୃପ୍ତ ନୋହିଲେ ରାତ୍ରିଯାକ ରହିବେ।
16ମାତ୍ର ମୁଁ ତୁମ୍ଭ ପରାକ୍ରମ ବିଷୟ ଗାନ କରିବି ଓ ପ୍ରଭାତରେ ତୁମ୍ଭ ଦୟା ବିଷୟ ଉଚ୍ଚସ୍ଵରରେ ଗାନ କରିବି; କାରଣ ତୁମ୍ଭେ ମୋହର ଉଚ୍ଚ ଦୁର୍ଗ ଓ ବିପଦ ଦିନରେ ଆଶ୍ରୟ ସ୍ଵରୂପ ହୋଇଅଛ।
17ହେ ମୋହର ବଳ ସ୍ଵରୂପ, ମୁଁ ତୁମ୍ଭ ଉଦ୍ଦେଶ୍ୟରେ ପ୍ରଶଂସା ଗାନ କରିବି;
ଯେଣୁ ପରମେଶ୍ଵର ମୋହର ଉଚ୍ଚ ଦୁର୍ଗ, ମୋହର ଦୟାବାନ ପରମେଶ୍ଵର।

Highlight

Copy

Compare

Share

None

Want to have your highlights saved across all your devices? Sign up or sign in

Videos for ଗୀତସଂହିତା 59