YouVersion Logo
Search Icon

ଗୀତସଂହିତା 60

60
ରକ୍ଷା ନିମନ୍ତେ ପ୍ରାର୍ଥନା
ପ୍ରଧାନ ବାଦ୍ୟକର ନିମନ୍ତେ ଶୂଷନ୍-ଏଦୁତ୍ ସ୍ଵରରେ ଶିକ୍ଷାର୍ଥକ ଦାଉଦଙ୍କର ମିକ୍ତାମ୍; ଅରାମନହରୟିମ ଓ ଅରାମ-ସୋବା ସଙ୍ଗରେ ଯୁଦ୍ଧ କରିବା ବେଳେ ଓ ଯୋୟାବ ଫେରି ଲବଣ-ଉପତ୍ୟକାରେ ଇଦୋମୀୟ ବାର ହଜାର ଲୋକଙ୍କୁ ବଧ କରିବା ସମୟରେ ରଚିତ।
1ହେ ପରମେଶ୍ଵର, ତୁମ୍ଭେ ଆମ୍ଭମାନଙ୍କୁ ଦୂର କରିଅଛ, ତୁମ୍ଭେ ଆମ୍ଭମାନଙ୍କୁ ଭାଙ୍ଗି ପକାଇଅଛ; ତୁମ୍ଭେ କ୍ରୁଦ୍ଧ ହୋଇଅଛ; ଆମ୍ଭମାନଙ୍କୁ ପୁନଃସ୍ଥାପନ କର।
2ତୁମ୍ଭେ ଦେଶକୁ କମ୍ପିତ କରିଅଛ; ତୁମ୍ଭେ ତାହାକୁ ବିଦୀର୍ଣ୍ଣ କରିଅଛ; ତହିଁର ଭଗ୍ନସ୍ଥାନର ପ୍ରତିକାର କର; କାରଣ ତାହା ଟଳ ଟଳ ହେଉଅଛି।
3ତୁମ୍ଭେ ଆପଣା ଲୋକମାନଙ୍କୁ କଠିନ ବିଷୟ ଦେଖାଇଅଛ;
ତୁମ୍ଭେ ଆମ୍ଭମାନଙ୍କୁ ଟଳମଳକାରିଣୀ ମଦିରା ପାନ କରାଇଅଛ।
4ସତ୍ୟତା ପକ୍ଷରେ ପ୍ରକାଶ କରିବା ନିମନ୍ତେ ତୁମ୍ଭେ ଆପଣା ଭୟକାରୀମାନଙ୍କୁ ଏକ ପତାକା ଦେଇଅଛ।
[ସେଲା
5ଯେପରି ତୁମ୍ଭ ପ୍ରିୟତମ ଉଦ୍ଧାର ପାଇବ, ଏଥିପାଇଁ ତୁମ୍ଭେ ଆପଣା ଦକ୍ଷିଣ ହସ୍ତରେ ପରିତ୍ରାଣ କର ଓ ଆମ୍ଭମାନଙ୍କୁ ଉତ୍ତର ଦିଅ।
6ପରମେଶ୍ଵର ଆପଣା ପବିତ୍ରତାରେ କହିଅଛନ୍ତି; ଆମ୍ଭେ ଉଲ୍ଲାସ କରିବା; ଗୀତ. ୮୯:୩୫ ଆମ୍ଭେ ଶିଖିମକୁ ବିଭାଗ କରିବା ଓ ସୁକ୍କୋତ ଉପତ୍ୟକାକୁ ମାପିବା।
7ଗିଲୀୟଦ ଆମ୍ଭର ଓ ମନଃଶି ଆମ୍ଭର; ମଧ୍ୟ ଇଫ୍ରୟିମ ଆମ୍ଭ ମସ୍ତକର ଆଶ୍ରୟ; ଯିହୁଦା ଆମ୍ଭର ରାଜଦଣ୍ତ।
8ମୋୟାବ ଆମ୍ଭର ପ୍ରକ୍ଷାଳନ-ପାତ୍ର; ଆମ୍ଭେ ଇଦୋମ ଉପରେ ଆପଣା ପାଦୁକା ପକାଇବା;
ହେ ପଲେଷ୍ଟୀୟା, ତୁମ୍ଭେ ଆମ୍ଭ ସକାଶୁ ଉଚ୍ଚ ଧ୍ଵନି କର।
9କିଏ ମୋତେ ଦୃଢ଼ ନଗରକୁ ଆଣିବ? କିଏ ମୋତେ ଇଦୋମ ପର୍ଯ୍ୟନ୍ତ କଢ଼ାଇ ଆଣିଅଛି?
10ହେ ପରମେଶ୍ଵର, ତୁମ୍ଭେ କି ଆମ୍ଭମାନଙ୍କୁ ଦୂର କରି ନାହଁ?
11ବିପକ୍ଷ ପ୍ରତିକୂଳରେ ଆମ୍ଭମାନଙ୍କୁ ସାହାଯ୍ୟ ଦାନ କର; କାରଣ ମନୁଷ୍ୟର ସାହାଯ୍ୟ ବୃଥା।
12ପରମେଶ୍ଵରଙ୍କ ଦ୍ଵାରା ଆମ୍ଭେମାନେ ବୀରର କର୍ମ କରିବା;
ଯେହେତୁ ସେ ଆମ୍ଭମାନଙ୍କ ବିପକ୍ଷଗଣକୁ ଦଳି ପକାଇବେ।

Highlight

Copy

Compare

Share

None

Want to have your highlights saved across all your devices? Sign up or sign in

Videos for ଗୀତସଂହିତା 60