ଗୀତସଂହିତା 62
62
ପରମେଶ୍ଵରଙ୍କ ସୁରକ୍ଷାରେ ଦୃଢ଼ ବିଶ୍ଵାସ
ପ୍ରଧାନ ବାଦ୍ୟକର ନିମନ୍ତେ ଯିଦୂଥୂନର ରୀତି ଅନୁସାରେ ଦାଉଦଙ୍କର ଗୀତ।
1ମୋହର ପ୍ରାଣ କେବଳ ପରମେଶ୍ଵରଙ୍କର ଅପେକ୍ଷା କରଇ;
ତାହାଙ୍କଠାରୁ ମୋହର ପରିତ୍ରାଣ ଆସଇ।
2କେବଳ ସେ ମୋହର ଶୈଳ ଓ ପରିତ୍ରାଣ; ସେ ମୋହର ଉଚ୍ଚ ଦୁର୍ଗ; ମୁଁ ଅତିଶୟ ବିଚଳିତ ନୋହିବି।
3ନଇଁ ପଡ଼ିଥିବା କାନ୍ଥ ଓ ଟଳଟଳ ପ୍ରାଚୀର ତୁଲ୍ୟ ଜଣେ ମନୁଷ୍ୟକୁ ବଧ କରିବା ପାଇଁ ତୁମ୍ଭେ ସମସ୍ତେ କେତେ କାଳ ଲାଗିଥିବ?
4ସେମାନେ କେବଳ ତାହାର ଉଚ୍ଚ ପଦରୁ ତାହାକୁ ନିପାତ କରିବାକୁ ମନ୍ତ୍ରଣା କରନ୍ତି; ସେମାନେ ମିଥ୍ୟା କଥାରେ ସନ୍ତୁଷ୍ଟ; ସେମାନେ ମୁଖରେ ଆଶୀର୍ବାଦ କରନ୍ତି, ମାତ୍ର ଅନ୍ତରରେ ଶାପ ଦିଅନ୍ତି।
[ସେଲା
5ହେ ମୋହର ପ୍ରାଣ, କେବଳ ପରମେଶ୍ଵରଙ୍କର ଅପେକ୍ଷା କର; କାରଣ ତାହାଙ୍କଠାରୁ ମୋହର ପ୍ରତ୍ୟାଶା ଜନ୍ମେ।
6କେବଳ ସେ ମୋହର ଶୈଳ ଓ ମୋହର ପରିତ୍ରାଣ; ସେ ମୋହର ଉଚ୍ଚ ଦୁର୍ଗ; ମୁଁ ବିଚଳିତ ନୋହିବି।
7ମୋହର ପରିତ୍ରାଣ ଓ ମୋହର ଗୌରବ ପରମେଶ୍ଵରଙ୍କଠାରେ ଅଛି;
ମୋʼ ବଳର ଶୈଳ ଓ ମୋହର ଆଶ୍ରୟ ପରମେଶ୍ଵରଙ୍କ-ଠାରେ ଅଛି।
8ହେ ଲୋକମାନେ, ସବୁବେଳେ ତାହାଙ୍କଠାରେ ନିର୍ଭର କର; ତାହାଙ୍କ ଛାମୁରେ ମନର ସବୁ କଥା ଭାଙ୍ଗି କୁହ;
ପରମେଶ୍ଵର ଆମ୍ଭମାନଙ୍କ ନିମନ୍ତେ ଆଶ୍ରୟ।
[ସେଲା
9ନିଶ୍ଚୟ ସାମାନ୍ୟ ଲୋକେ ଅସାର ଓ ମାନ୍ୟ ଲୋକେ ମିଥ୍ୟା; ତୌଲରେ ସେମାନେ ଉପରକୁ ଉଠିବେ; ସେସମସ୍ତେ ଅସାରରୁ ଲଘୁ।
10ଦୌରାତ୍ମ୍ୟରେ ନିର୍ଭର ରଖ ନାହିଁ ଓ ଅପହରଣରେ ଦର୍ପୀ ହୁଅ ନାହିଁ; ଧନ ବଢ଼ିଲେ ତହିଁରେ ମନ ଦିଅ ନାହିଁ।
11ପରମେଶ୍ଵର ଥରେ କହିଅଛନ୍ତି, ଆମ୍ଭେ ଦୁଇ ଥର ଏହା ଶୁଣିଅଛୁ ଯେ, ପରାକ୍ରମ ପରମେଶ୍ଵରଙ୍କର ଅଟଇ।
12ଆହୁରି, ହେ ପ୍ରଭୋ; ତୁମ୍ଭଠାରେ ଦୟା ଥାଏ; କାରଣ ତୁମ୍ଭେ ପ୍ରତ୍ୟେକ ମନୁଷ୍ୟକୁ ତାହାର କର୍ମାନୁସାରେ ଫଳ ଦେଉଅଛ।
Currently Selected:
ଗୀତସଂହିତା 62: ODIAOV-BSI
Highlight
Copy
Compare
Share
Want to have your highlights saved across all your devices? Sign up or sign in
ODIA-OV (Re-edited) - ପବିତ୍ର ବାଇବଲ (Re-edited)
Copyright © 2014 by The Bible Society of India
Used by permission. All rights reserved worldwide.