YouVersion Logo
Search Icon

ଗୀତସଂହିତା 63

63
ପରମେଶ୍ଵରଙ୍କ ସାନ୍ନିଧ୍ୟ ପାଇଁ ବ୍ୟାକୁଳତା
ଦାଉଦଙ୍କର ଗୀତ, ସେ ଯିହୁଦା-ପ୍ରାନ୍ତରରେ ଥିବା ବେଳେ ରଚିତ।
1ହେ ପରମେଶ୍ଵର, ତୁମ୍ଭେ ମୋହର ପରମେଶ୍ଵର; ଯନିରେ ମୁଁ ତୁମ୍ଭର ଅନ୍ଵେଷଣ କରିବି; ଜଳଶୂନ୍ୟ ଶୁଷ୍କ ଓ ଶ୍ରାନ୍ତିକର ଦେଶରେ ମୋʼ ପ୍ରାଣ ତୁମ୍ଭ ନିମନ୍ତେ ତୃଷିତ ହୁଏ ଓ ମୋʼ ଶରୀର ତୁମ୍ଭ ପାଇଁ ଲାଳସା କରେ।
2ତେଣୁ ତୁମ୍ଭ ପରାକ୍ରମ ଓ ଗୌରବ ଦେଖିବା ପାଇଁ ମୁଁ ପବିତ୍ର ସ୍ଥାନରେ ତୁମ୍ଭ ପ୍ରତି ଚାହିଁ ରହିଅଛି।
3କାରଣ ତୁମ୍ଭର ସ୍ନେହପୂର୍ଣ୍ଣ କରୁଣା ଜୀବନ ଅପେକ୍ଷା ଉତ୍ତମ; ମୋହର ଓଷ୍ଠାଧର ତୁମ୍ଭର ପ୍ରଶଂସା କରିବ।
4ଏହିରୂପେ ମୁଁ ଯାବଜ୍ଜୀବନ ତୁମ୍ଭର ଧନ୍ୟବାଦ କରିବି; ମୁଁ ତୁମ୍ଭ ନାମରେ ଆପଣା ହସ୍ତ ଉଠାଇବି;
5ଯେପରି ମେଦ ଓ ମଜ୍ଜାରେ, ସେପରି ମୋହର ପ୍ରାଣ ପରିତୃପ୍ତ ହେବ ଓ ମୋʼ ମୁଖ ଆନନ୍ଦିତ ଓଷ୍ଠାଧରରେ ତୁମ୍ଭର ପ୍ରଶଂସା କରିବ।
6ମୁଁ ଶଯ୍ୟା ଉପରେ ତୁମ୍ଭଙ୍କୁ ସ୍ମରଣ କରିବା ବେଳେ ରାତ୍ରିର ପ୍ରହରକୁ ପ୍ରହର ତୁମ୍ଭ ବିଷୟ ଧ୍ୟାନ କରେ।
7କାରଣ ତୁମ୍ଭେ ମୋହର ସହାୟ ହୋଇଅଛ, ଆଉ ତୁମ୍ଭ ପକ୍ଷର ଛାୟାରେ ମୁଁ ଉଲ୍ଲାସ କରିବି।
8ମୋହର ପ୍ରାଣ ତୁମ୍ଭ ପଛେ ପଛେ ଲାଗିଥାଏ; ତୁମ୍ଭର ଦକ୍ଷିଣ ହସ୍ତ ମୋତେ ଧରି ରଖେ।
9ମାତ୍ର ଯେଉଁମାନେ ମୋʼ ପ୍ରାଣନାଶର ଚେଷ୍ଟା କରନ୍ତି, ସେମାନେ ପୃଥିବୀର ଅଧଃସ୍ଥାନକୁ ଯିବେ।
10ସେମାନେ ଖଡ଼୍‍ଗର ପରାକ୍ରମରେ ସମର୍ପିତ ହେବେ; ସେମାନେ ଶୃଗାଳର ଖାଦ୍ୟ ହେବେ।
11ମାତ୍ର ରାଜା ପରମେଶ୍ଵରଙ୍କଠାରେ ଆନନ୍ଦ କରିବେ; ତାହାଙ୍କ ନାମରେ ଶପଥକାରୀ ପ୍ରତ୍ୟେକ ଲୋକ ଦର୍ପ କରିବେ;
କାରଣ ମିଥ୍ୟାବାଦୀମାନଙ୍କ ମୁଖ ରୁଦ୍ଧ ହେବ।

Highlight

Copy

Compare

Share

None

Want to have your highlights saved across all your devices? Sign up or sign in