YouVersion Logo
Search Icon

ଗୀତସଂହିତା 66

66
ପ୍ରଶଂସା ଓ ଧନ୍ୟବାଦର ଗୀତ
ପ୍ରଧାନ ବାଦ୍ୟକର ନିମନ୍ତେ ଗାନାର୍ଥକ ଗୀତ।
1ହେ ସମୁଦାୟ ପୃଥିବୀ, ପରମେଶ୍ଵରଙ୍କ ଉଦ୍ଦେଶ୍ୟରେ ଆନନ୍ଦଧ୍ଵନି କର।
2ତାହାଙ୍କ ନାମର ମହିମା କୀର୍ତ୍ତନ କର; ତାହାଙ୍କ ପ୍ରଶଂସାକୁ ଗୌରବାନ୍ଵିତ କର।
3ପରମେଶ୍ଵରଙ୍କୁ କୁହ, ତୁମ୍ଭ କର୍ମସକଳ କିପରି ଭୟଙ୍କରଣ!
ତୁମ୍ଭ ପରାକ୍ରମର ମହତ୍ତ୍ଵ ଦ୍ଵାରା ତୁମ୍ଭ ଶତ୍ରୁଗଣ ଆପେ ତୁମ୍ଭର ବଶୀଭୂତ ହେବେ।
4ସମୁଦାୟ ପୃଥିବୀ ତୁମ୍ଭଙ୍କୁ ପ୍ରଣାମ କରିବେ ଓ ତୁମ୍ଭ ଉଦ୍ଦେଶ୍ୟରେ ଗାନ କରିବେ; ସେମାନେ ତୁମ୍ଭ ନାମ କୀର୍ତ୍ତନ କରିବେ।
[ସେଲା
5ଆସ ଓ ପରମେଶ୍ଵରଙ୍କ କ୍ରିୟାସକଳ ଦେଖ; ମନୁଷ୍ୟ-ସନ୍ତାନଗଣ ପ୍ରତି ଆପଣା କ୍ରିୟାରେ ସେ ଭୟଙ୍କର ଅଟନ୍ତି।
6ସେ ସମୁଦ୍ରକୁ ଶୁଷ୍କଭୂମି କଲେ; ଲୋକମାନେ ନଦୀ ମଧ୍ୟ ଦେଇ ପାଦରେ ଗମନ କଲେ;
ସେସ୍ଥାନରେ ଆମ୍ଭେମାନେ ତାହାଙ୍କଠାରେ ଆନନ୍ଦ କଲୁ।
7ସେ ଆପଣା ପରାକ୍ରମରେ ଅନନ୍ତକାଳ କର୍ତ୍ତୃତ୍ଵ କରନ୍ତି; ତାହାଙ୍କ ଚକ୍ଷୁ ଗୋଷ୍ଠୀସମୂହକୁ ନିରୀକ୍ଷଣ କରେ; ବିଦ୍ରୋହୀମାନେ ଆପଣାମାନଙ୍କୁ ଉନ୍ନତ ନ କରନ୍ତୁ।
[ସେଲା
8ହେ ଜନବୃନ୍ଦ, ତୁମ୍ଭେମାନେ ଆମ୍ଭମାନଙ୍କ ପରମେଶ୍ଵରଙ୍କର ଧନ୍ୟବାଦ କର ଓ ତାହାଙ୍କ ପ୍ରଶଂସାଧ୍ଵନି ଶୁଣାଅ;
9ସେ ଆମ୍ଭମାନଙ୍କ ପ୍ରାଣକୁ ଜୀବଦ୍ଦଶାରେ ରଖନ୍ତି ଓ ଆମ୍ଭମାନଙ୍କ ଚରଣକୁ ବିଚଳିତ ହେବାକୁ ଦିଅନ୍ତି ନାହିଁ।
10କାରଣ ହେ ପରମେଶ୍ଵର, ତୁମ୍ଭେ ଆମ୍ଭମାନଙ୍କୁ ପରୀକ୍ଷା କରିଅଛ; ରୂପା ପରଖିଲା ପରି ତୁମ୍ଭେ ଆମ୍ଭମାନଙ୍କୁ ପରଖିଅଛ।
11ତୁମ୍ଭେ ଆମ୍ଭମାନଙ୍କୁ ଜାଲରେ ପକାଇଅଛ, ତୁମ୍ଭେ ଆମ୍ଭମାନଙ୍କ କଟିଦେଶରେ ଭାରୀ ବୋଝ ଥୋଇଅଛ।
12ତୁମ୍ଭେ ଆମ୍ଭମାନଙ୍କ ମସ୍ତକ ଉପରେ ଲୋକମାନଙ୍କୁ ଚଢ଼ିବାକୁ ଦେଇଅଛ; ଆମ୍ଭେମାନେ ଅଗ୍ନି ଓ ଜଳ ମଧ୍ୟଦେଇ ଗମନ କଲୁ;
ମାତ୍ର ତୁମ୍ଭେ ଆମ୍ଭମାନଙ୍କୁ ଧନାଢ଼୍ୟ ସ୍ଥାନକୁ ଆଣିଅଛ।
13ମୁଁ ହୋମବଳି ନେଇ ତୁମ୍ଭ ଗୃହକୁ ଆସିବି, ମୁଁ ସଙ୍କଟରେ ଥିଲା ବେଳେ
14ମୋʼ ଓଷ୍ଠାଧର ଯାହା ଉଚ୍ଚାରଣ କରିଅଛି ଓ ମୋʼ ମୁଖ ଯାହା କହିଅଛି, ମୋହର ସେହିସବୁ ମାନତ ତୁମ୍ଭ ଉଦ୍ଦେଶ୍ୟରେ ପୂର୍ଣ୍ଣ କରିବି।
15ମୁଁ ତୁମ୍ଭ ଉଦ୍ଦେଶ୍ୟରେ ମେଷରୂପ ଧୂପ ସହିତ ହୃଷ୍ଟପୁଷ୍ଟ ହୋମବଳି ଉତ୍ସର୍ଗ କରିବି; ମୁଁ ଛାଗ ସଙ୍ଗେ ବୃଷ ବଳିଦାନ କରିବି।
[ସେଲା
16ହେ ପରମେଶ୍ଵରଙ୍କ ଭୟକାରୀ ସମସ୍ତେ, ଆସ ଶୁଣ, ଆଉ ସେ ଆମ୍ଭ ପ୍ରାଣ ପାଇଁ ଯାହା କରିଅଛନ୍ତି, ତାହା ମୁଁ ବର୍ଣ୍ଣନା କରିବି।
17ମୁଁ ଆପଣା ମୁଖରେ ତାହାଙ୍କୁ ଡାକିଲି ଓ ମୋʼ ଜିହ୍ଵା ଦ୍ଵାରା ସେ ପ୍ରତିଷ୍ଠିତ ହେଲେ।
18ଯେବେ ମୁଁ ମନ ମଧ୍ୟରେ ଅଧର୍ମକୁ ଆଦର କରେ, ତେବେ ପ୍ରଭୁ ମୋʼ କଥା ଶୁଣିବେ ନାହିଁ;
19ମାତ୍ର ନିଶ୍ଚୟ ପରମେଶ୍ଵର ମୋʼ କଥା ଶୁଣିଅଛନ୍ତି, ସେ ମୋʼ ପ୍ରାର୍ଥନାର ରବରେ ମନୋଯୋଗ କରିଅଛନ୍ତି।
20ପରମେଶ୍ଵର ଧନ୍ୟ ହେଉନ୍ତୁ, ସେ ମୋହର ପ୍ରାର୍ଥନା କିଅବା ମୋʼଠାରୁ ଆପଣା ଦୟା ଦୂର କରି ନାହାନ୍ତି।

Highlight

Copy

Compare

Share

None

Want to have your highlights saved across all your devices? Sign up or sign in

Videos for ଗୀତସଂହିତା 66