YouVersion Logo
Search Icon

ଗୀତସଂହିତା 67

67
ଧନ୍ୟବାଦର ଗୀତ
ପ୍ରଧାନ ବାଦ୍ୟକର ନିମନ୍ତେ ତାରଯୁକ୍ତ ଯନ୍ତ୍ରରେ ଗାନାର୍ଥକ ଗୀତ।
1ପରମେଶ୍ଵର ଆମ୍ଭମାନଙ୍କୁ ଦୟା କରନ୍ତୁ ଓ ଆମ୍ଭମାନଙ୍କୁ ଆଶୀର୍ବାଦ କରନ୍ତୁ ଓ ଆମ୍ଭମାନଙ୍କ ପ୍ରତି ଆପଣା ମୁଖ ପ୍ରସନ୍ନ କରନ୍ତୁ।
[ସେଲା
2ତହିଁରେ ପୃଥିବୀରେ ତୁମ୍ଭର ପଥ ଓ ସମୁଦାୟ ଗୋଷ୍ଠୀ ମଧ୍ୟରେ ତୁମ୍ଭର ପରିତ୍ରାଣ ଜଣାଯିବ।
3ହେ ପରମେଶ୍ଵର, ଗୋଷ୍ଠୀୟଗଣ ତୁମ୍ଭର ପ୍ରଶଂସା କରନ୍ତୁ; ଯାବତୀୟ ଗୋଷ୍ଠୀ ତୁମ୍ଭର ପ୍ରଶଂସା କରନ୍ତୁ।
4ଦେଶୀୟମାନେ ଆହ୍ଲାଦିତ ହେଉନ୍ତୁ ଓ ଆନନ୍ଦ ସକାଶୁ ଗାନ କରନ୍ତୁ; କାରଣ ତୁମ୍ଭେ ନ୍ୟାୟରେ ଗୋଷ୍ଠୀୟବର୍ଗର ବିଚାର କରିବ ଓ ପୃଥିବୀରେ ଦେଶୀୟମାନଙ୍କୁ ଶାସନ କରିବ।
[ସେଲା
5ହେ ପରମେଶ୍ଵର, ଗୋଷ୍ଠୀୟମାନେ ତୁମ୍ଭର ପ୍ରଶଂସା କରନ୍ତୁ; ଯାବତୀୟ ଗୋଷ୍ଠୀ ତୁମ୍ଭର ପ୍ରଶଂସା କରନ୍ତୁ।
6ପୃଥିବୀ ନିଜ ଫଳ ଉତ୍ପନ୍ନ କରିଅଛି; ପରମେଶ୍ଵର, ଆମ୍ଭମାନଙ୍କ ପରମେଶ୍ଵର ଆମ୍ଭମାନଙ୍କୁ ଆଶୀର୍ବାଦ କରିବେ।
7ପରମେଶ୍ଵର ଆମ୍ଭମାନଙ୍କୁ ଆଶୀର୍ବାଦ କରିବେ; ପୁଣି, ପୃଥିବୀର ସମସ୍ତ ପ୍ରା; ତାହାଙ୍କୁ ଭୟ କରିବେ।

Highlight

Copy

Compare

Share

None

Want to have your highlights saved across all your devices? Sign up or sign in

Videos for ଗୀତସଂହିତା 67