ଗୀତସଂହିତା 69
69
ସାହାଯ୍ୟ ପାଇଁ ଆତୁର ନିବେଦନ
ପ୍ରଧାନ ବାଦ୍ୟକର ନିମନ୍ତେ ଶୋଶନ୍ନୀମ୍ ସ୍ଵରରେ ଦାଉଦଙ୍କର ଗୀତ।
1ହେ ପରମେଶ୍ଵର, ମୋତେ ପରିତ୍ରାଣ କର; କାରଣ ମୋʼ ପ୍ରାଣ ପର୍ଯ୍ୟନ୍ତ ଜଳରାଶି ଆସିଅଛି।
2ମୁଁ ଗଭୀର ପଙ୍କରେ ବୁଡ଼ି ଯାଉଅଛି, ମୋହର ଛିଡ଼ା ହେବାର ସ୍ଥାନ ନାହିଁ; ମୁଁ ଗଭୀର ଜଳରାଶିରେ ଉପସ୍ଥିତ ହୋଇଅଛି, ପ୍ଲାବନ ମୋʼ ଉପର ଦେଇ ଯାଉଅଛି।
3ମୁଁ ଡାକୁ ଡାକୁ କ୍ଳା; ହୁଏ; ମୋହର କଣ୍ଠ ଶୁଷ୍କ ହୋଇଅଛି; ମୁଁ ପରମେଶ୍ଵରଙ୍କର ଅପେକ୍ଷା କରୁ କରୁ ମୋହର ଚକ୍ଷୁ ନିସ୍ତେଜ ହୁଏ।
4ଅକାରଣରେ ମୋତେ ଘୃଣା କରିବା ଲୋକେ ମୋʼ ମସ୍ତକର କେଶଠାରୁ ଅନେକ;
ଯେଉଁମାନେ ଅନ୍ୟାୟରେ ମୋହର ଶତ୍ରୁ ହୋଇ ମୋତେ ଉଚ୍ଛିନ୍ନ କରିବାକୁ ଇଚ୍ଛା କରନ୍ତି, ସେମାନେ ବଳବାନ; ତେଣୁ ମୁଁ ଯାହା ଅପହରଣ କଲି ନାହିଁ, ତାହା ଫେରାଇ ଦେଲି।
5ହେ ପରମେଶ୍ଵର, ତୁମ୍ଭେ ମୋହର ମୂଢ଼ତା ଜାଣୁଅଛ; ଆଉ, ମୋହର ପାପସବୁ ତୁମ୍ଭଠାରୁ ଗୁପ୍ତ ନୁହେଁ।
6ହେ ପ୍ରଭୋ, ସୈନ୍ୟାଧିପତି ସଦାପ୍ରଭୋ, ତୁମ୍ଭର ଅନୁସରଣକାରୀମାନେ ମୋʼ ଦେଇ ଲଜ୍ଜିତ ନ ହେଉନ୍ତୁ; ହେ ଇସ୍ରାଏଲର ପରମେଶ୍ଵର, ତୁମ୍ଭର ଅନ୍ଵେଷଣ-କାରୀମାନେ ମୋʼ ଦେଇ ଅପମାନିତ ନ ହେଉନ୍ତୁ।
7କାରଣ ତୁମ୍ଭ ସକାଶୁ ମୁଁ ନିନ୍ଦା ସହ୍ୟ କରିଅଛି।
ଲଜ୍ଜା ମୋʼ ମୁଖ ଆଚ୍ଛାଦନ କରିଅଛି।
8ମୁଁ ଆପଣା ଭ୍ରାତୃଗଣ ପ୍ରତି ଅଜଣା ଓ ମାତୃସନ୍ତାନଗଣ ପ୍ରତି ବିଦେଶୀ ହୋଇଅଛି।
9କାରଣ ତୁମ୍ଭ ଗୃହବିଷୟକ ଉଦ୍ଯୋଗ ମୋତେ ଗ୍ରାସ କରିଅଛି।
ପୁଣି, ତୁମ୍ଭଙ୍କୁ ନିନ୍ଦା କରିବା ଲୋକମାନଙ୍କ ନିନ୍ଦା ମୋʼ ଉପରେ ପଡ଼ିଅଛି।
10ମୁଁ ରୋଦନ କଲେ ଓ ଉପବାସ ଦ୍ଵାରା ଆପଣା ପ୍ରାଣକୁ କ୍ଳେଶ ଦେଲେ, ତାହା ମୋʼ ନିନ୍ଦାର ବିଷୟ ହେଲା।
11ମୁଁ ଚଟବସ୍ତ୍ରକୁ ଆପଣାର ପରିଧେୟ କଲେ, ସେମାନଙ୍କ ନିକଟରେ ପ୍ରବାଦ ସ୍ଵରୂପ ହେଲି।
12ନଗର-ଦ୍ଵାରରେ ବସିବା ଲୋକମାନେ ମୋʼ ବିଷୟରେ ଗଳ୍ପ କରନ୍ତି ଓ ମୁଁ ମତ୍ତ ଲୋକମାନଙ୍କର ଗୀତ ସ୍ଵରୂପ ହୋଇଅଛି।
13ମାତ୍ର ହେ ସଦାପ୍ରଭୋ, ଗ୍ରାହ୍ୟ ସମୟରେ ମୋହର ପ୍ରାର୍ଥନା ତୁମ୍ଭଠାରେ ଅଛି; ହେ ପରମେଶ୍ଵର, ତୁମ୍ଭ ଦୟାର ବାହୁଲ୍ୟରେ, ତୁମ୍ଭ ପରିତ୍ରାଣର ସତ୍ୟତାନୁସାରେ ମୋତେ ଉତ୍ତର ଦିଅ।
14ପଙ୍କରୁ ମୋତେ ଉଦ୍ଧାର କର ଓ ମୋତେ ମଗ୍ନ ହେବାକୁ ଦିଅ ନାହିଁ; ମୁଁ ଆପଣା ଘୃଣାକାରୀମାନଙ୍କଠାରୁ ଓ ଗଭୀର ଜଳରାଶିରୁ ଉଦ୍ଧାର ପ୍ରାପ୍ତ ହୁଏ।
15ଜଳପ୍ଲାବନ ମୋତେ ମଗ୍ନ ନ କରୁ, କିଅବା ଗଭୀର ଜଳ ମୋତେ ଗ୍ରାସ ନ କରୁ; ପୁଣି, ଗର୍ତ୍ତ ମୋʼ ଉପରେ ଆପଣା ମୁଖ ବନ୍ଦ ନ କରୁ।
16ହେ ସଦାପ୍ରଭୋ, ମୋତେ ଉତ୍ତର ଦିଅ; କାରଣ ତୁମ୍ଭର ସ୍ନେହପୂର୍ଣ୍ଣ କରୁଣା ଉତ୍ତମ; ତୁମ୍ଭ କୃପାର ବାହୁଲ୍ୟାନୁସାରେ ମୋʼ ପ୍ରତି ଫେର।
17ଆଉ, ତୁମ୍ଭ ଦାସଠାରୁ ଆପଣା ମୁଖ ଲୁଚାଅ ନାହିଁ; କାରଣ ମୁଁ ସଙ୍କଟରେ ଅଛି; ଶୀଘ୍ର ମୋତେ ଉତ୍ତର ଦିଅ।
18ମୋʼ ପ୍ରାଣର ନିକଟବର୍ତ୍ତୀ ହୋଇ ତାହାକୁ ମୁକ୍ତ କର; ମୋʼ ଶତ୍ରୁଗଣ ସକାଶୁ ମୋତେ ମୂଲ୍ୟରେ ମୁକ୍ତ କର।
19ତୁମ୍ଭେ ମୋହର ନିନ୍ଦା ଓ ମୋହର ଲଜ୍ଜା ଓ ମୋହର ଅପମାନ ଜାଣୁଅଛ;
ମୋହର ବିପକ୍ଷ ସମସ୍ତେ ତୁମ୍ଭ ସମ୍ମୁଖରେ ଅଛନ୍ତି।
20ନିନ୍ଦା ମୋହର ହୃଦୟ ଭଗ୍ନ କରିଅଛି ଓ ମୁଁ ସମ୍ପୂର୍ଣ୍ଣ ଭାରାକ୍ରା; ହୋଇଅଛି; ପୁଣି କେହି ଦୟା କରିବ ବୋଲି ମୁଁ ଅପେକ୍ଷା କଲି, ମାତ୍ର କେହି ନ ଥିଲା
ଓ ସାନ୍ତ୍ଵନାକାରୀମାନଙ୍କର ଅପେକ୍ଷା କଲି, ମାତ୍ର କାହାକୁ ପାଇଲି ନାହିଁ।
21ଆହୁରି, ସେମାନେ ଖାଦ୍ୟ ନିମନ୍ତେ ମୋତେ ବିଷମୟ ଦ୍ରବ୍ୟ ଦେଲେ ଓ ମୋହର ତୃଷା ସମୟରେ ପାନ କରିବା ପାଇଁ ମୋତେ ଅମ୍ଳରସ ଦେଲେ।
22ସେମାନଙ୍କ ମେଜ ସେମାନଙ୍କ ସମ୍ମୁଖରେ ଫାନ୍ଦ ସ୍ଵରୂପ ଓ ସେମାନେ ଶାନ୍ତିରେ ଥିବା ବେଳେ ତାହା ସେମାନଙ୍କର ଫାଶ ସ୍ଵରୂପ ହେଉ।
23ସେମାନେ ଯେପରି ଦେଖି ନ ପାରିବେ, ଏଥିପାଇଁ ସେମାନଙ୍କର ଚକ୍ଷୁ ଅନ୍ଧାରଗ୍ରସ୍ତ ହେଉ
ଓ ସେମାନଙ୍କ କଟିଦେଶକୁ ନିତ୍ୟ କମ୍ପଯୁକ୍ତ କର।
24ତୁମ୍ଭେ ସେମାନଙ୍କ ଉପରେ ଆପଣା କ୍ରୋଧ ଢାଳି ଦିଅ ଓ ତୁମ୍ଭ କ୍ରୋଧର ପ୍ରଚଣ୍ତତା ସେମାନଙ୍କୁ ଧରୁ।
25ସେମାନଙ୍କର ବସତି-ସ୍ଥାନ ଶୂନ୍ୟ ହେଉ; ସେମାନଙ୍କ ତମ୍ଵୁରେ କେହି ବାସ ନ କରୁ।
26କାରଣ ସେମାନେ ତୁମ୍ଭର ପ୍ରହାରିତ ବ୍ୟକ୍ତିକି ତାଡ଼ନା କରନ୍ତି
ଓ ତୁମ୍ଭ ଆହତ ଲୋକମାନଙ୍କ ଦୁଃଖ ବର୍ଣ୍ଣନା କରନ୍ତି।
27ସେମାନଙ୍କ ଅପରାଧରେ ଅପରାଧ ଯୋଗ କର ଓ ସେମାନେ ତୁମ୍ଭ ଧାର୍ମିକତାର ଅଂଶୀ ନ ହେଉନ୍ତୁ।
28ଜୀବନ-ପୁସ୍ତକରୁ ସେମାନଙ୍କ ନାମ ଲୁପ୍ତ ହେଉ ଓ ଧାର୍ମିକମାନଙ୍କ ସହିତ ଲେଖା ନ ଯାଉ।
29ମାତ୍ର ମୁଁ ଦୁଃଖୀ ଓ ଶୋକାକୁଳ ଅଟେ; ହେ ପରମେଶ୍ଵର, ତୁମ୍ଭର ପରିତ୍ରାଣ ମୋତେ ଉଚ୍ଚରେ ସ୍ଥାପନ କରୁ।
30ମୁଁ ଗୀତରେ ପରମେଶ୍ଵରଙ୍କ ନାମର ପ୍ରଶଂସା କରିବି ଓ ଧନ୍ୟବାଦ ଦେଇ ତାହାଙ୍କର ଗୌରବ କରିବି।
31ପୁଣି, ତାହା ଗୋରୁ ଅବା ଶୃଙ୍ଗ ଓ ଖୁରାଯୁକ୍ତ ବୃଷ ଅପେକ୍ଷା ସଦାପ୍ରଭୁଙ୍କର ତୁଷ୍ଟିକର ହେବ।
32ନମ୍ର ଲୋକମାନେ ତାହା ଦେଖି ଆନନ୍ଦିତ ଅଛନ୍ତି;
ହେ ପରମେଶ୍ଵରଙ୍କ ଅନ୍ଵେଷଣକାରୀଗଣ, ତୁମ୍ଭମାନଙ୍କ ଅନ୍ତଃକରଣ ସଜୀବ ହେଉ।
33କାରଣ ସଦାପ୍ରଭୁ ଦୀନହୀନମାନଙ୍କ କଥା ଶୁଣନ୍ତି ଓ ଆପଣା ବନ୍ଦୀମାନଙ୍କୁ ତୁଚ୍ଛ କରନ୍ତି ନାହିଁ।
34ଆକାଶ ଓ ପୃଥିବୀ, ସମୁଦ୍ର ଓ ତନ୍ମଧ୍ୟସ୍ଥ ସକଳ ଜଙ୍ଗମ ତାହାଙ୍କର ପ୍ରଶଂସା କରନ୍ତୁ।
35କାରଣ ପରମେଶ୍ଵର ସିୟୋନକୁ ପରିତ୍ରାଣ କରିବେ ଓ ଯିହୁଦାର ନଗରସବୁ ନିର୍ମାଣ କରିବେ; ପୁଣି, ଲୋକମାନେ ସେଠାରେ ବାସ କରି ତାହା ଅଧିକାର କରିବେ।
36ଆହୁରି, ତାହାଙ୍କ ଦାସମାନଙ୍କ ବଂଶ ତାହା ଭୋଗ କରିବେ; ଆଉ, ତାହାଙ୍କ ନାମର ସ୍ନେହକାରୀଗଣ ତହିଁ ମଧ୍ୟରେ ବାସ କରିବେ।
Currently Selected:
ଗୀତସଂହିତା 69: ODIAOV-BSI
Highlight
Copy
Compare
Share
Want to have your highlights saved across all your devices? Sign up or sign in
ODIA-OV (Re-edited) - ପବିତ୍ର ବାଇବଲ (Re-edited)
Copyright © 2014 by The Bible Society of India
Used by permission. All rights reserved worldwide.