ଗୀତସଂହିତା 70
70
ସାହାଯ୍ୟ ପାଇଁ ପ୍ରାର୍ଥନା
ପ୍ରଧାନ ବାଦ୍ୟକର ନିମନ୍ତେ ଦାଉଦଙ୍କର ଗୀତ; ସ୍ମରଣୋପାୟ।
1ହେ ପରମେଶ୍ଵର, ମୋତେ ଉଦ୍ଧାର କରିବା ପାଇଁ ସତ୍ଵର ହୁଅ; ହେ ସଦାପ୍ରଭୋ, ମୋହର ସାହାଯ୍ୟ କରିବା ପାଇଁ ସତ୍ଵର ହୁଅ।
2ମୋହର ପ୍ରାଣ ଅନ୍ଵେଷଣକାରୀମାନେ ଲଜ୍ଜିତ ଓ ହତାଶ ହେଉନ୍ତୁ; ମୋʼ କ୍ଷତିରେ ସନ୍ତୁଷ୍ଟ ଲୋକମାନେ ପଛକୁ ଫେରି ଯାଇ ଅପମାନିତ ହେଉନ୍ତୁ।
3ଯେଉଁମାନେ ହଁ, ହଁ ବୋଲି କହନ୍ତି, ସେମାନେ ଆପଣା ଆପଣା ଲଜ୍ଜା ସକାଶୁ ଫେରି ଯାଉନ୍ତୁ।
4ଯେଉଁମାନେ ତୁମ୍ଭର ଅନ୍ଵେଷଣ କରନ୍ତି, ସେସମସ୍ତେ ତୁମ୍ଭଠାରେ ଉଲ୍ଲସିତ ଓ ଆନନ୍ଦିତ ହେଉନ୍ତୁ; ପୁଣି, ଯେଉଁମାନେ ତୁମ୍ଭ ପରିତ୍ରାଣକୁ ସ୍ନେହ କରନ୍ତି, ସେମାନେ ପରମେଶ୍ଵର ମହିମାନ୍ଵିତ ହେଉନ୍ତୁ ବୋଲି ନିରନ୍ତର କହୁନ୍ତୁ,
5ମାତ୍ର ମୁଁ ଦରିଦ୍ର ଓ ଦୀନହୀନ; ହେ ପରମେଶ୍ଵର, ମୋʼ ପକ୍ଷରେ ସତ୍ଵର ହୁଅ;
ତୁମ୍ଭେ ମୋହର ସହାୟ ଓ ଉଦ୍ଧାରକର୍ତ୍ତା ଅଟ; ହେ ସଦାପ୍ରଭୋ, ବିଳମ୍ଵ କର ନାହିଁ।
Currently Selected:
ଗୀତସଂହିତା 70: ODIAOV-BSI
Highlight
Copy
Compare
Share
Want to have your highlights saved across all your devices? Sign up or sign in
ODIA-OV (Re-edited) - ପବିତ୍ର ବାଇବଲ (Re-edited)
Copyright © 2014 by The Bible Society of India
Used by permission. All rights reserved worldwide.