ଗୀତସଂହିତା 73
73
ତୃତୀୟ ଖଣ୍ତ (ଗୀତ. ୭୩:୧-୮୯:୫୨)
ପରମେଶ୍ଵରଙ୍କ ନ୍ୟାୟ ବିଚାର
ଆସଫର ଗୀତ।
1ପରମେଶ୍ଵର ଇସ୍ରାଏଲ ପ୍ରତି, ନିର୍ମଳାନ୍ତଃ- କରଣ ଲୋକଙ୍କ ପ୍ରତି ନିଶ୍ଚୟ ମଙ୍ଗଳ ସ୍ଵରୂପ ଅଟନ୍ତି।
2ମାତ୍ର ମୋହର ଚରଣ ପ୍ରାୟ ଟଳିଗଲା; ମୋହର ପାଦବିକ୍ଷେପ ପ୍ରାୟ ଖସିଗଲା।
3କାରଣ ମୁଁ ଦୁଷ୍ଟମାନଙ୍କର ସମୃଦ୍ଧି ଦେଖି ଦାମ୍ଭିକମାନଙ୍କ ପ୍ରତି ଈର୍ଷାନ୍ଵିତ ହେଲି।
4ଯେହେତୁ ସେମାନଙ୍କ ମରଣରେ କୌଣସି ବନ୍ଧନ ନାହିଁ; ମାତ୍ର ସେମାନଙ୍କ ବଳ ଦୃଢ଼ ଥାଏ।
5ସେମାନେ ଅନ୍ୟ ଲୋକଙ୍କ ପରି କଷ୍ଟରେ ପଡ଼ନ୍ତି ନାହିଁ; କିଅବା ଅନ୍ୟ ମନୁଷ୍ୟମାନଙ୍କ ପରି ସେମାନେ ଆଘାତ ପ୍ରାପ୍ତ ହୁଅନ୍ତି ନାହିଁ।
6ଏହେତୁ ଅହଙ୍କାର ସେମାନଙ୍କ ଗଳାର ହାର ସ୍ଵରୂପ ହୁଏ; ଦୌରାତ୍ମ୍ୟ ବସ୍ତ୍ର ପରି ସେମାନଙ୍କୁ ଆଚ୍ଛାଦନ କରେ।
7ମେଦରେ ସେମାନଙ୍କ ଚକ୍ଷୁ ବାହାରି ଉଠେ; ମନର ବାଞ୍ଛା ଅପେକ୍ଷା ସେମାନେ ଅଧିକ ପ୍ରାପ୍ତ ହୁଅନ୍ତି।
8ସେମାନେ ଟାହୁଲି କରନ୍ତି ଓ ଦୁଷ୍ଟତାରେ ଦୌରାତ୍ମ୍ୟ ଉଚ୍ଚାରଣ କରନ୍ତି;
ସେମାନେ ଦମ୍ଭ କଥା କହନ୍ତି।
9ସେମାନେ ଆକାଶରେ ଆପଣା ଆପଣା ମୁଖ ରଖିଅଛନ୍ତି
ଓ ସେମାନଙ୍କ ଜିହ୍ଵା ପୃଥିବୀରେ ଭ୍ରମଣ କରେ।
10ଏହେତୁ ତାହାର ଲୋକମାନେ ସେଆଡ଼େ ଫେରନ୍ତି; ପୁଣି, ପୂର୍ଣ୍ଣ ପାନପାତ୍ରର ଜଳସବୁ ସେମାନଙ୍କ ଦ୍ଵାରା ନିଗିଡ଼ାଯାଏ।
11ଆଉ, ସେମାନେ କହନ୍ତି, ପରମେଶ୍ଵର କିପରି ଜାଣିବେ? ଓ ସର୍ବୋପରିସ୍ଥଙ୍କର କି ଜ୍ଞାନ ଅଛି?
12ଦେଖ, ଏମାନେ ଦୁଷ୍ଟଲୋକ; ପୁଣି, ସେମାନେ ସର୍ବଦା ନିର୍ବିଘ୍ନରେ ଥାଇ ଧନ ବୃଦ୍ଧି କରନ୍ତି।
13ନିଶ୍ଚୟ ମୁଁ ବ୍ୟର୍ଥରେ ଆପଣା ଅନ୍ତଃକରଣ ଶୁଚି କରିଅଛି ଓ ନିର୍ଦ୍ଦୋଷତାରେ ଆପଣା ହସ୍ତ ପ୍ରକ୍ଷାଳନ କରିଅଛି;
14କାରଣ ମୁଁ ଦିନଯାକ ଆଘାତ ଓ ପ୍ରତି ପ୍ରଭାତ ଶାସ୍ତି ପ୍ରାପ୍ତ ହୋଇଅଛି।
15ଏରୂପ କହିବି ବୋଲି ଯେବେ ମୁଁ କହିଥାʼନ୍ତି; ତେବେ ଦେଖ, ମୁଁ ତୁମ୍ଭ ସନ୍ତାନଗଣର ବଂଶ ପ୍ରତି ବିଶ୍ଵାସଘାତକତା କରିଥାʼନ୍ତି।
16ମୁଁ ତାହା କିରୂପେ ଜାଣିବି ବୋଲି ଭାବନା କଲା ବେଳେ ମୋʼ ପ୍ରତି ତାହା ଅତି କଷ୍ଟକର ହେଲା;
17ଶେଷରେ ମୁଁ ପରମେଶ୍ଵରଙ୍କ ଧର୍ମଧାମକୁ ଗଲି ଓ ସେମାନଙ୍କର ଶେଷଫଳ ବିବେଚନା କଲି।
18ନିଶ୍ଚୟ ତୁମ୍ଭେ ସେମାନଙ୍କୁ ଖସଡ଼ା ସ୍ଥାନରେ ରଖୁଅଛ; ତୁମ୍ଭେ ସେମାନଙ୍କୁ ସର୍ବନାଶରେ ପକାଉଅଛ।
19ସେମାନେ ଏକ ନିମିଷରେ କିପରି ଉଚ୍ଛିନ୍ନ ହୁଅନ୍ତିଣ! ନାନା ତ୍ରାସରେ ସେମାନେ ନିଃଶେଷ ରୂପେ ସଂହାରିତ ହୁଅନ୍ତି।
20ନିଦ୍ରାରୁ ଜାଗ୍ରତ ହେଲା ଉତ୍ତାରେ ଯେପରି ସ୍ଵପ୍ନ, ସେପରି, ହେ ପ୍ରଭୋ, ତୁମ୍ଭେ ଜାଗ୍ରତ ହେଲେ, ସେମାନଙ୍କ ମୂର୍ତ୍ତିକି ତୁଚ୍ଛଜ୍ଞାନ କରିବ।
21ମୋହର ହୃଦୟ ଦୁଃଖିତ ହୋଇଥିଲା ଓ ମୋହର ମର୍ମ ବିଦ୍ଧ ହୋଇଥିଲା।
22ମୁଁ ଏଡ଼େ ମୂର୍ଖ ଓ ଅଜ୍ଞାନ, ମୁଁ ତୁମ୍ଭ ସାକ୍ଷାତରେ ପଶୁ ପରି ଥିଲି।
23ତଥାପି ମୁଁ ତୁମ୍ଭ ସଙ୍ଗେ ସଙ୍ଗେ ନିରନ୍ତର ଅଛି; ତୁମ୍ଭେ ମୋହର ଦକ୍ଷିଣ ହସ୍ତ ଧରିଅଛ।
24ତୁମ୍ଭେ ନିଜ ମନ୍ତ୍ରଣାରେ ମୋତେ ପଥ ଦେଖାଇବ ଓ ଶେଷରେ ତୁମ୍ଭେ ମୋତେ ଗୌରବରେ ଗ୍ରହଣ କରିବ।
25ସ୍ଵର୍ଗରେ ତୁମ୍ଭ ବିନା ମୋହର ଆଉ କିଏ ଅଛି? ଓ ଭୂମଣ୍ତଳରେ ତୁମ୍ଭ ଛଡ଼ା ଆଉ କାହାକୁ ମୁଁ ବାଞ୍ଛା କରୁ ନାହିଁ।
26ମୋହର ମାଂସ ଓ ଚିତ୍ତ କ୍ଷୟ ପାଉଅଛି;
ମାତ୍ର ପରମେଶ୍ଵର ଅନନ୍ତକାଳ ମୋʼ ଚିତ୍ତର ବଳ ଓ ମୋହର ବାଣ୍ଟ ସ୍ଵରୂପ ଅଟନ୍ତି।
27କାରଣ ଦେଖ, ତୁମ୍ଭଠାରୁ ଦୂରରେ ଥିବା ଲୋକମାନେ ବିନଷ୍ଟ ହେବେ;
ତୁମ୍ଭଙ୍କୁ ଛାଡ଼ି ବ୍ୟଭିଚାର କରିବା ଲୋକ ସମସ୍ତଙ୍କୁ ତୁମ୍ଭେ ଉଚ୍ଛିନ୍ନ କରିଅଛ।
28ମାତ୍ର ପରମେଶ୍ଵରଙ୍କର ନିକଟବର୍ତ୍ତୀ ହେବାର ମୋହର ମଙ୍ଗଳ;
ମୁଁ ତୁମ୍ଭର ସକଳ କର୍ମ ବର୍ଣ୍ଣନା କରିବା ପାଇଁ ପ୍ରଭୁ ସଦାପ୍ରଭୁଙ୍କୁ ଆପଣାର ଆଶ୍ରୟ ସ୍ଵରୂପ କରିଅଛି।
Currently Selected:
ଗୀତସଂହିତା 73: ODIAOV-BSI
Highlight
Copy
Compare
Share
Want to have your highlights saved across all your devices? Sign up or sign in
ODIA-OV (Re-edited) - ପବିତ୍ର ବାଇବଲ (Re-edited)
Copyright © 2014 by The Bible Society of India
Used by permission. All rights reserved worldwide.