YouVersion Logo
Search Icon

ଗୀତସଂହିତା 76

76
ବିଜୟୀ ପରମେଶ୍ଵର
ପ୍ରଧାନ ବାଦ୍ୟକର ନିମନ୍ତେ ଗୀତ; ତାରଯୁକ୍ତ ବାଦ୍ୟଯନ୍ତ୍ରରେ ଆସଫର ଗୀତ।
1ପରମେଶ୍ଵର ଯିହୁଦା ମଧ୍ୟରେ ପରିଚିତ ଅଟନ୍ତି; ଇସ୍ରାଏଲ ମଧ୍ୟରେ ତାହାଙ୍କ ନାମ ମହତ।
2ମଧ୍ୟ ଶାଲେମ୍ରେ ତାହାଙ୍କର ଆବାସ ଓ ସିୟୋନରେ ତାହାଙ୍କର ବାସସ୍ଥାନ।
3ସେଠାରେ ସେ ଧନୁତୀରସବୁ, ଢାଲ ଓ ଖଡ଼୍‍ଗ ଓ ଯୁଦ୍ଧ ଭଙ୍ଗ କଲେ।
[ସେଲା
4ମୃଗୟାର ପର୍ବତଗଣଠାରୁ ତୁମ୍ଭେ ତେଜୋମୟ ଓ ମହିମାନ୍ଵିତ।
5ସାହସିକଚିତ୍ତମାନେ ଲୁଟିତ ହୋଇଅଛନ୍ତି, ସେମାନେ ନିଦ୍ରାରେ ନିଦ୍ରିତ ହୋଇଅଛନ୍ତି;
ପୁଣି, ବୀରମାନଙ୍କ ମଧ୍ୟରୁ କେହି ଆପଣା ହସ୍ତ ପାଇ ନାହିଁ।
6ହେ ଯାକୁବର ପରମେଶ୍ଵର, ତୁମ୍ଭ ତର୍ଜ୍ଜନରେ ରଥ ଓ ଅଶ୍ଵ ମହାନିଦ୍ରିତ ହୋଇଅଛନ୍ତି।
7ତୁମ୍ଭେ, ତୁମ୍ଭେ ହିଁ ଭୟପାତ୍ର ଓ ତୁମ୍ଭେ ଥରେ କ୍ରୁଦ୍ଧ ହେଲେ କିଏ ତୁମ୍ଭ ସାକ୍ଷାତରେ ଠିଆ ହୋଇ ପାରିବ?
8ତୁମ୍ଭେ ସ୍ଵର୍ଗରୁ ବିଚାରାଜ୍ଞା ଶୁଣାଇଲ;
ପରମେଶ୍ଵର ପୃଥିବୀର ନମ୍ର ଲୋକମାନଙ୍କୁ ପରିତ୍ରାଣ କରିବା ପାଇଁ
9ବିଚାର କରିବାକୁ ଉଠିବା ବେଳେ ପୃଥିବୀ ଭୀତ ଓ ନୀରବ ହେଲା।
[ସେଲା
10ମନୁଷ୍ୟର କ୍ରୋଧ ନିତା; ତୁମ୍ଭର ପ୍ରଶଂସା କରିବ; ତୁମ୍ଭେ କ୍ରୋଧର ଅବଶେଷ ଦ୍ଵାରା ଆପଣା କଟିବନ୍ଧନ କରିବ।
11ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ଵରଙ୍କ ନିକଟରେ ମାନତ କରି ପୂର୍ଣ୍ଣ କର;
ଯେ ଭୟପାତ୍ର, ତାହାଙ୍କ ଚତୁର୍ଦ୍ଦିଗସ୍ଥ ସମସ୍ତେ ତାହାଙ୍କ ନିକଟକୁ ଦର୍ଶନୀ ଆଣନ୍ତୁ।
12ସେ ଅଧିପତିମାନଙ୍କ ଗର୍ବ ଖର୍ବ କରନ୍ତି; ସେ ଭୂପତିମାନଙ୍କ ପ୍ରତି ଭୟଙ୍କର ଅଟନ୍ତି।

Highlight

Copy

Compare

Share

None

Want to have your highlights saved across all your devices? Sign up or sign in

Video for ଗୀତସଂହିତା 76