ଗୀତସଂହିତା 77
77
ଦୁର୍ଦ୍ଦଶା ସମୟରେ ଆଶ୍ଵାସନା
ପ୍ରଧାନ ବାଦ୍ୟକର ନିମନ୍ତେ ଯିଦୂଥୂନର ରୀତି ଅନୁସାରେ ଆସଫର ଗୀତ।
1ମୁଁ ପରମେଶ୍ଵରଙ୍କ ନିକଟରେ ସ୍ଵରବରେ କାକୁକ୍ତି କରିବି; ପରମେଶ୍ଵରଙ୍କ ନିକଟରେ ହିଁ ସ୍ଵରବରେ କାକୁକ୍ତି କରିବି, ତହିଁରେ ସେ ମୋʼ ପ୍ରତି କର୍ଣ୍ଣପାତ କରିବେ।
2ମୁଁ ଆପଣା ସଙ୍କଟ ଦିନରେ ପ୍ରଭୁଙ୍କୁ ଅନ୍ଵେଷଣ କଲି; ରାତ୍ରିକାଳରେ ମୋହର ହସ୍ତ ବିସ୍ତାରିତ ରହିଲା ଓ ସଙ୍କୁଚିତ ନୋହିଲା; ମୋହର ପ୍ରାଣ ପ୍ରବୋଧ ମାନିବାକୁ ଅସମ୍ମତ ହେଲା।
3ମୁଁ ପରମେଶ୍ଵରଙ୍କୁ ସ୍ମରଣ କରି ଅସ୍ଥିର ହେଉଅଛି; ଭାବନା କରି କରି ମୋହର ଆତ୍ମା ମୂର୍ଚ୍ଛିତ ହୁଏ।
[ସେଲା
4ତୁମ୍ଭେ ମୋʼ ଚକ୍ଷୁକୁ ଉଜାଗର କରି ରଖୁଅଛ; ମୁଁ ଏପରି ବ୍ୟାକୁଳ ଯେ, କଥା କହି ପାରୁ ନାହିଁ।
5ମୁଁ ପୂର୍ବକାଳର ଦିନସବୁ, ପୁରାତନ କାଳର ବର୍ଷସବୁ ଭାବନା କରିଅଛି।
6ମୁଁ ଆପଣା ରାତ୍ରିକାଳୀନ ଗୀତ ସ୍ମରଣ କରୁଅଛି; ମୁଁ ଆପଣା ମନେ ମନେ ଧ୍ୟାନ କରୁଅଛି; ପୁଣି, ମୋହର ଆତ୍ମା ଯନିରେ ଅନୁସନ୍ଧାନ କଲା।
7ପ୍ରଭୁ କʼଣ ସଦାକାଳ ପରିତ୍ୟାଗ କରିବେ? ସେ କʼଣ ଆଉ ସୁପ୍ରସନ୍ନ ହେବେ ନାହିଁ?
8ତାହାଙ୍କ ଦୟା କʼଣ ଚିରକାଳ ଲୁପ୍ତ ହେଲା? ତାହାଙ୍କ ପ୍ରତିଜ୍ଞା କʼଣ ଚିରକାଳ ବିଫଳ ହୁଏ?
9ପରମେଶ୍ଵର କʼଣ କୃପାମୟ ହେବାକୁ ପାସୋରି ଅଛନ୍ତି? ସେ କʼଣ କ୍ରୋଧରେ ଆପଣା କରୁଣା ରୁଦ୍ଧ କରିଅଛନ୍ତି?
[ସେଲା
10ତହୁଁ ମୁଁ କହିଲି, ଏହା ହିଁ ମୋହର ଦୁର୍ବଳତା; ମାତ୍ର ମୁଁ ସର୍ବୋପରିସ୍ଥଙ୍କ ଦକ୍ଷିଣ ହସ୍ତର ବର୍ଷସକଳ ସ୍ମରଣ କରିବି।
11ମୁଁ ସଦାପ୍ରଭୁଙ୍କ କର୍ମସବୁ ଉଲ୍ଲେଖ କରିବି; ମୁଁ ପୂର୍ବକାଳର ତୁମ୍ଭ ଆଶ୍ଚର୍ଯ୍ୟକ୍ରିୟାସବୁ ସ୍ମରଣ କରିବି।
12ମୁଁ ତୁମ୍ଭର ସମସ୍ତ କର୍ମ ଚିନ୍ତା କରିବି ଓ ତୁମ୍ଭର କ୍ରିୟାସକଳ ଧ୍ୟାନ କରିବି।
13ହେ ପରମେଶ୍ଵର, ପବିତ୍ରତାରେ ତୁମ୍ଭର ପଥ ଥାଏ; ପରମେଶ୍ଵରଙ୍କ ତୁଲ୍ୟ ମହାନ ପରମେଶ୍ଵର କିଏ?
14ତୁମ୍ଭେ ଆଶ୍ଚର୍ଯ୍ୟକର୍ମକର୍ତ୍ତା ପରମେଶ୍ଵର; ତୁମ୍ଭେ ଗୋଷ୍ଠୀୟମାନଙ୍କ ମଧ୍ୟରେ ଆପଣା ପରାକ୍ରମ ଜ୍ଞାତ କରିଅଛ।
15ତୁମ୍ଭେ ନିଜ ବାହୁରେ ଆପଣା ଲୋକଙ୍କୁ, ଯାକୁବ ଓ ଯୋଷେଫର ସନ୍ତାନଗଣକୁ ମୁକ୍ତ କରିଅଛ।
16ହେ ପରମେଶ୍ଵର, ଜଳରାଶି ତୁମ୍ଭଙ୍କୁ ଦେଖିଲା, ଜଳରାଶି ତୁମ୍ଭଙ୍କୁ ଦେଖି ଭୀତ ହେଲା; ମଧ୍ୟ ବାରିଧି କମ୍ପିତ ହେଲା।
17ମେଘମାଳ ଜଳବୃଷ୍ଟି କଲେ, ଆକାଶ ଗର୍ଜ୍ଜନ କଲା; ମଧ୍ୟ ତୁମ୍ଭର ତୀରସବୁ ବ୍ୟାପ୍ତ ହେଲା।
18ଘୂର୍ଣ୍ଣିବାୟୁରେ ତୁମ୍ଭର ବଜ୍ରଧ୍ଵନି ହେଲା; ବିଜୁଳି ଜଗତକୁ ଆଲୁଅମୟ କଲା; ପୃଥିବୀ କମ୍ପିତ ଓ ଥରହର ହେଲା।
19ସମୁଦ୍ରରେ ତୁମ୍ଭର ପଥ ଓ ମହାଜଳରାଶିରେ ତୁମ୍ଭର ମାର୍ଗ ଥିଲା, ପୁଣି ତୁମ୍ଭର ପଦଚିହ୍ନ ଜଣା ନୋହିଲା।
20ତୁମ୍ଭେ ମୋଶା ଓ ହାରୋଣର ହସ୍ତ ଦ୍ଵାରା ଆପଣା ଲୋକମାନଙ୍କୁ ମେଷପଲ ପରି ଚଳାଇଲ।
Currently Selected:
ଗୀତସଂହିତା 77: ODIAOV-BSI
Highlight
Copy
Compare
Share
Want to have your highlights saved across all your devices? Sign up or sign in
ODIA-OV (Re-edited) - ପବିତ୍ର ବାଇବଲ (Re-edited)
Copyright © 2014 by The Bible Society of India
Used by permission. All rights reserved worldwide.