ଗୀତସଂହିତା 82
82
ପରମେଶ୍ଵର ସର୍ବୋପରିସ୍ଥ ରାଜା
ଆସଫର ଗୀତ।
1ପରମେଶ୍ଵର ପରମେଶ୍ଵରଙ୍କ ମଣ୍ତଳୀ ମଧ୍ୟରେ ଠିଆ ହୁଅନ୍ତି;
ସେ ବିଚାରକର୍ତ୍ତାମାନଙ୍କ ମଧ୍ୟରେ ବିଚାର କରନ୍ତି।
2ତୁମ୍ଭେମାନେ କେତେ କାଳ ଅନ୍ୟାୟ ବିଚାର କରିବ? ଓ ଦୁଷ୍ଟମାନଙ୍କର ମୁଖାପେକ୍ଷା କରିବ?
[ସେଲା
3ତୁମ୍ଭେମାନେ ଦରିଦ୍ର ଓ ପିତୃହୀନମାନଙ୍କର ବିଚାର କର; ଦୁଃଖୀ ଓ ଅକିଞ୍ଚନମାନଙ୍କ ପ୍ରତି ନ୍ୟାୟ ବ୍ୟବହାର କର।
4ଦରିଦ୍ର ଓ ଦୀନହୀନମାନଙ୍କୁ ରକ୍ଷା କର; ଦୁଷ୍ଟଗଣର ହସ୍ତରୁ ସେମାନଙ୍କୁ ଉଦ୍ଧାର କର।
5ସେମାନେ ଜାଣନ୍ତି ନାହିଁ କିଅବା ବୁଝନ୍ତି ନାହିଁ; ସେମାନେ ଅନ୍ଧକାରରେ ଏଣେତେଣେ ଭ୍ରମଣ କରନ୍ତି; ପୃଥିବୀର ସକଳ ଭିତ୍ତିମୂଳ ବିଚଳିତ ହୁଏ।
6ମୁଁ କହିଲି, ତୁମ୍ଭେମାନେ ଈଶ୍ଵରଗଣ ଓ ତୁମ୍ଭେ ସମସ୍ତେ ସର୍ବୋପରିସ୍ଥଙ୍କ ସନ୍ତାନ।
7ତଥାପି ତୁମ୍ଭେମାନେ ମନୁଷ୍ୟ ପରି ମରିବ ଓ ଜଣେ ଅଧିପତି ତୁଲ୍ୟ ପତିତ ହେବ।
8ହେ ପରମେଶ୍ଵର, ଉଠ, ପୃଥିବୀର ବିଚାର କର; କାରଣ ତୁମ୍ଭେ ସବୁ ଗୋଷ୍ଠୀମାନଙ୍କୁ ଅଧିକାର କରିବ।
Currently Selected:
ଗୀତସଂହିତା 82: ODIAOV-BSI
Highlight
Copy
Compare
Share
Want to have your highlights saved across all your devices? Sign up or sign in
ODIA-OV (Re-edited) - ପବିତ୍ର ବାଇବଲ (Re-edited)
Copyright © 2014 by The Bible Society of India
Used by permission. All rights reserved worldwide.