ଗୀତସଂହିତା 83
83
ଇସ୍ରାଏଲର ଶତ୍ରୁମାନଙ୍କର ପରାଜୟ ପାଇଁ ପ୍ରାର୍ଥନା
ଗୀତ, ଆସଫର ଗୀତ।
1ହେ ପରମେଶ୍ଵର, ତୁମ୍ଭେ ମୌନୀ ହୋଇ ରୁହ ନାହିଁ; ହେ ପରମେଶ୍ଵର, ନୀରବ ଓ ନିରସ୍ତ ହୁଅ ନାହିଁ।
2କାରଣ ଦେଖ, ତୁମ୍ଭ ଶତ୍ରୁଗଣ ଗଣ୍ତଗୋଳ କରନ୍ତି
ଓ ତୁମ୍ଭଙ୍କୁ ଘୃଣା କରିବା ଲୋକମାନେ ମସ୍ତକ ଉଠାଇ ଅଛନ୍ତି।
3ସେମାନେ ତୁମ୍ଭ ଲୋକମାନଙ୍କ ବିରୁଦ୍ଧରେ କୁଟିଳ ମନ୍ତ୍ରଣା କରନ୍ତି ଓ ତୁମ୍ଭର ଗୁପ୍ତ ଲୋକମାନଙ୍କ ପ୍ରତିକୂଳରେ ପରସ୍ପର ପରାମର୍ଶ କରନ୍ତି।
4ସେମାନେ କହିଅଛନ୍ତି, ଇସ୍ରାଏଲର ନାମ ଯେପରି ଆଉ ସ୍ମରଣରେ ନ ରହିବ, ଏଥିପାଇଁ ଆସ, ଆମ୍ଭେମାନେ ସେମାନଙ୍କୁ ଉଚ୍ଛିନ୍ନ କରି ଆଉ ଗୋଷ୍ଠୀ ହୋଇ ଥିବାକୁ ନ ଦେଉ।
5କାରଣ ସେମାନେ ଏକଚିତ୍ତ ହୋଇ ପରାମର୍ଶ କରିଅଛନ୍ତି;
6ଇଦୋମର ତମ୍ଵୁ-ନିବାସୀମାନେ ଓ ଇଶ୍ମାଏଲୀୟ-ମାନେ, ମୋୟାବ ଓ ହାଗରୀୟମାନେ,
7ଗବାଲ ଓ ଅମ୍ମୋନ୍ ଓ ଅମାଲେକ୍ ଓ ସୋର-ନିବାସୀମାନଙ୍କ ସହିତ ପଲେଷ୍ଟୀୟା, ସମସ୍ତେ ତୁମ୍ଭ ବିରୁଦ୍ଧରେ ନିୟମ ସ୍ଥାପନ କରିଅଛନ୍ତି।
8ଅଶୂରୀୟ ମଧ୍ୟ ସେମାନଙ୍କ ସଙ୍ଗେ ଯୋଗ ଦେଇଅଛି; ସେମାନେ ଲୋଟ-ସନ୍ତାନଗଣର ସାହାଯ୍ୟ କରିଅଛନ୍ତି।
[ସେଲା
9ମିଦୀୟନ ପ୍ରତି, କିଶୋନ୍ ନଦୀ ନିକଟରେ ସୀଷରା ପ୍ରତି, ଯାବୀନ ପ୍ରତି ଯେରୂପ, ସେରୂପ ସେମାନଙ୍କ ପ୍ରତି କର।
10ସେମାନେ ଐନ୍ଦୋର୍ ନିକଟରେ ବିନଷ୍ଟ ହେଲେ; ସେମାନେ ଭୂମି ପାଇଁ ଖତ ସ୍ଵରୂପ ହେଲେ।
11ତୁମ୍ଭେ ସେମାନଙ୍କ ପ୍ରଧାନବର୍ଗକୁ ଓରେବ ଓ ସେବର ସମାନ,
ସେମାନଙ୍କ ଅଧିପତି ସମସ୍ତଙ୍କୁ ହିଁ ସେବହ ଓ ସଲ୍ମୁନ୍ନର ସମାନ କର;
12ସେମାନେ କହିଲେ, ଆସ, ଆମ୍ଭେମାନେ ପରମେଶ୍ଵରଙ୍କ ନିବାସସ୍ଥାନସବୁ ଆପଣା ଆପଣା ଅଧିକାରରେ ନେଉ।
13ହେ ମୋହର ପରମେଶ୍ଵର, ତୁମ୍ଭେ ସେମାନଙ୍କୁ ଘୂର୍ଣ୍ଣାୟମାନ ଧୂଳି ପରି, ବାୟୁ ସମ୍ମୁଖରେ କୁଟା ପରି କର।
14ଯେଉଁ ଅଗ୍ନି ବନକୁ ଦଗ୍ଧ କରେ ଓ ଯେଉଁ ଅଗ୍ନିଶିଖା ପର୍ବତଗଣକୁ ପ୍ରଜ୍ଵଳିତ କରେ;
15ତାହା ପରି ତୁମ୍ଭେ ଆପଣା ଝଡ଼ ଦ୍ଵାରା ସେମାନଙ୍କ ପଛେ ପଛେ ଗୋଡ଼ାଅ ଓ ଆପଣା ପ୍ରଚଣ୍ତ ବତାସ ଦ୍ଵାରା ସେମାନଙ୍କୁ ଭୟଗ୍ରସ୍ତ କର।
16ହେ ସଦାପ୍ରଭୋ, ସେମାନେ ଯେପରି ତୁମ୍ଭ ନାମ ଅନ୍ଵେଷଣ କରିବେ, ଏଥିପାଇଁ ସେମାନଙ୍କ ମୁଖକୁ ଲଜ୍ଜାରେ ପୂର୍ଣ୍ଣ କର;
17ସେମାନେ ସଦାକାଳ ଲଜ୍ଜିତ ଓ ବିହ୍ଵଳ ହେଉନ୍ତୁ; ସେମାନେ ହତାଶ ଓ ବିନଷ୍ଟ ହେଉନ୍ତୁ;
18ତହିଁରେ ସଦାପ୍ରଭୁ ନାମରେ ଖ୍ୟାତ ଯେ ତୁମ୍ଭେ, କେବଳ ତୁମ୍ଭେ ଯେ ସମୁଦାୟ ଭୂମଣ୍ତଳରେ ସର୍ବୋପରିସ୍ଥ ଅଟ, ଏହା ସେମାନେ ଜାଣି ପାରିବେ।
Currently Selected:
ଗୀତସଂହିତା 83: ODIAOV-BSI
Highlight
Copy
Compare
Share
Want to have your highlights saved across all your devices? Sign up or sign in
ODIA-OV (Re-edited) - ପବିତ୍ର ବାଇବଲ (Re-edited)
Copyright © 2014 by The Bible Society of India
Used by permission. All rights reserved worldwide.