YouVersion Logo
Search Icon

ଗୀତସଂହିତା 86

86
ସହାୟତା ପାଇଁ ପ୍ରାର୍ଥନା
ଦାଉଦଙ୍କର ପ୍ରାର୍ଥନା।
1ହେ ସଦାପ୍ରଭୋ, କର୍ଣ୍ଣ ଡେରି ମୋତେ ଉତ୍ତର ଦିଅ; କାରଣ ମୁଁ ଦରିଦ୍ର ଓ ଦୀନହୀନ।
2ମୋହର ପ୍ରାଣ ରକ୍ଷା କର; ଯେହେତୁ ମୁଁ ଈଶ୍ଵରପରାୟଣ; ହେ ମୋହର ପରମେଶ୍ଵର, ତୁମ୍ଭଠାରେ ଭରସାକାରୀ ଦାସର ପରିତ୍ରାଣ କର।
3ହେ ପ୍ରଭୋ, ମୋʼ ପ୍ରତି ଦୟାଳୁ ହୁଅ; କାରଣ ମୁଁ ଦିନଯାକ ତୁମ୍ଭ ନିକଟରେ ଡାକ ପକାଏ।
4ଆପଣା ଦାସର ପ୍ରାଣ ଆନନ୍ଦିତ କର; କାରଣ ହେ ପ୍ରଭୋ, ମୁଁ ତୁମ୍ଭଆଡ଼େ ଆପଣା ପ୍ରାଣ ଉଠାଏ।
5ଯେହେତୁ ହେ ପ୍ରଭୋ, ତୁମ୍ଭେ ମଙ୍ଗଳମୟ ଓ କ୍ଷମା କରିବାକୁ ପ୍ରସ୍ତୁତ, ପୁଣି ତୁମ୍ଭ ନିକଟରେ ପ୍ରାର୍ଥନାକାରୀ ସମସ୍ତଙ୍କ ପ୍ରତି ଦୟାରେ ମହାନ।
6ହେ ସଦାପ୍ରଭୋ, ମୋʼ ପ୍ରାର୍ଥନାରେ କର୍ଣ୍ଣପାତ କର ଓ ମୋʼ ନିବେଦନର ରବରେ ମନୋଯୋଗ କର।
7ମୋହର ସଙ୍କଟ ଦିନରେ ମୁଁ ତୁମ୍ଭଙ୍କୁ ଡାକିବି; କାରଣ ତୁମ୍ଭେ ମୋତେ ଉତ୍ତର ଦେବ।
8ହେ ପ୍ରଭୋ, ଦେବଗଣ ମଧ୍ୟରେ ତୁମ୍ଭ ତୁଲ୍ୟ କେହି ନାହିଁ; କିଅବା ତୁମ୍ଭ କର୍ମ ତୁଲ୍ୟ ଆଉ କୌଣସି କର୍ମ ନାହିଁ।
9ହେ ପ୍ରଭୋ, ତୁମ୍ଭର ସୃଷ୍ଟ ସକଳ ଦେଶୀୟ ଲୋକ ଆସି ତୁମ୍ଭ ଛାମୁରେ ପ୍ରଣାମ କରିବେ ଓ ସେମାନେ ତୁମ୍ଭ ନାମର ଗୌରବ କରିବେ।
10କାରଣ ତୁମ୍ଭେ ମହାନ ଓ ଆଶ୍ଚର୍ଯ୍ୟକର୍ମ କରୁଥାଅ।
ତୁମ୍ଭେ ଏକମାତ୍ର ପରମେଶ୍ଵର ଅଟ।
11ହେ ସଦାପ୍ରଭୋ, ତୁମ୍ଭର ପଥ ମୋତେ ଶିଖାଅ, ମୁଁ ତୁମ୍ଭ ସତ୍ୟତାରେ ଗମନ କରିବି;
ତୁମ୍ଭ ନାମକୁ ଭୟ କରିବା ପାଇଁ ମୋତେ ଏକମନା କର।
12ହେ ପ୍ରଭୋ, ମୋʼ ପରମେଶ୍ଵର, ମୁଁ ସର୍ବାନ୍ତଃ-କରଣରେ ତୁମ୍ଭର ପ୍ରଶଂସା କରିବି ଓ ମୁଁ ଅନନ୍ତକାଳ ତୁମ୍ଭ ନାମର ଗୌରବ କରିବି।
13କାରଣ ମୋʼ ପ୍ରତି ତୁମ୍ଭର ଦୟା ମହତ୍; ପୁଣି, ତୁମ୍ଭେ ନୀଚସ୍ଥ ପାତାଳରୁ ମୋʼ ପ୍ରାଣକୁ ଉଦ୍ଧାର କରିଅଛ।
14ହେ ପରମେଶ୍ଵର, ଅହଙ୍କାରୀମାନେ ମୋʼ ବିରୁଦ୍ଧରେ ଉଠିଅଛନ୍ତି, ଦୁର; ଲୋକଙ୍କ ମଣ୍ତଳୀ ମୋʼ ପ୍ରାଣ ଚାହିଁଅଛନ୍ତି, ସେମାନେ ଆପଣା ଆପଣା ସମ୍ମୁଖରେ ତୁମ୍ଭଙ୍କୁ ରଖି ନାହାନ୍ତି।
15ମାତ୍ର ହେ ପ୍ରଭୋ, ତୁମ୍ଭେ ସ୍ନେହଶୀଳ ଓ କୃପାବାନ ପରମେଶ୍ଵର, କ୍ରୋଧରେ ଧୀର, ପୁଣି ଦୟା ଓ ସତ୍ୟତାରେ ପରିପୂର୍ଣ୍ଣ ଅଟ।
16ଆହେ, ମୋʼ ପ୍ରତି ଫେର ଓ ମୋତେ ଦୟା କର; ତୁମ୍ଭ ଦାସକୁ ତୁମ୍ଭର ଶକ୍ତି ପ୍ରଦାନ କର, ପୁଣି ତୁମ୍ଭ ଦାସୀର ପୁତ୍ରକୁ ପରିତ୍ରାଣ କର।
17ମୋତେ ମଙ୍ଗଳାର୍ଥକ ଲକ୍ଷଣ ଦେଖାଅ; ତହିଁରେ ମୋʼ ଘୃଣାକାରୀମାନେ ତାହା ଦେଖି ଲଜ୍ଜିତ ହେବେ, ଯେହେତୁ ହେ ପ୍ରଭୋ, ତୁମ୍ଭେ ମୋହର ସାହାଯ୍ୟ ଓ ସାନ୍ତ୍ଵନା କରିଅଛ।

Highlight

Copy

Compare

Share

None

Want to have your highlights saved across all your devices? Sign up or sign in

Videos for ଗୀତସଂହିତା 86