ଗୀତସଂହିତା 95
95
ସ୍ତୁତି ଗାନ
1ଆହେ, ଆସ, ଆମ୍ଭେମାନେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଗାନ କରୁ; ଆମ୍ଭମାନଙ୍କ ପରିତ୍ରାଣର ଶୈଳଙ୍କ ଉଦ୍ଦେଶ୍ୟରେ ଆନନ୍ଦଧ୍ଵନି କରୁ।
2ଆମ୍ଭେମାନେ ଧନ୍ୟବାଦ କରି ତାହାଙ୍କ ଛାମୁକୁ ଆସୁ, ଆମ୍ଭେମାନେ ଗୀତ ଦ୍ଵାରା ତାହାଙ୍କ ଉଦ୍ଦେଶ୍ୟରେ ଆନନ୍ଦ ଧ୍ଵନି କରୁ।
3କାରଣ ସଦାପ୍ରଭୁ ମହାନ ପରମେଶ୍ଵର ଓ ସକଳ ଦେବତା ଉପରେ ମହାନ ରାଜା ଅଟନ୍ତି।
4ପୃଥିବୀର ଗଭୀର ସ୍ଥାନସବୁ ତାହାଙ୍କ ହସ୍ତଗତ; ପର୍ବତଗଣର ଶିଖ ମଧ୍ୟ ତାହାଙ୍କର।
5ସମୁଦ୍ର ମଧ୍ୟ ତାହାଙ୍କର, ସେ ତାହା ସୃଷ୍ଟି କଲେ; ପୁଣି, ଶୁଷ୍କ ଭୂମି ତାହାଙ୍କ ହସ୍ତନିର୍ମିତ।
6ଆହେ, ଆସ, ଉବୁଡ଼ ହୋଇ ପ୍ରଣାମ କରୁ; ଆମ୍ଭମାନଙ୍କ ସୃଷ୍ଟିକର୍ତ୍ତା ସଦାପ୍ରଭୁଙ୍କ ଛାମୁରେ ଆଣ୍ଠୁ ପାତୁନ୍ତ
7କାରଣ ସେ ଆମ୍ଭମାନଙ୍କର ପରମେଶ୍ଵର, ପୁଣି ଆମ୍ଭେମାନେ ତାହାଙ୍କ ଚରାସ୍ଥାନର ଲୋକ ଓ ତାହାଙ୍କ ହସ୍ତଗତ ମେଷ। ଆହା, ଯେବେ ଆଜି ତୁମ୍ଭେମାନେ ତାହାଙ୍କ ରବ ଶୁଣନ୍ତ।
8ଯେପରି ମିରୀବାଃ ନିକଟରେ ଉତ୍ତେଜିତ ହେବା ସମୟରେ, ଯେପରି ପ୍ରାନ୍ତର ମଧ୍ୟରେ ମଃସା ନିକଟରେ ପରୀକ୍ଷା ସମୟରେ,
ସେପରି ତୁମ୍ଭେମାନେ ଅନ୍ତଃକରଣ କଠିନ କର ନାହିଁ;
9ସେସମୟରେ ତୁମ୍ଭମାନଙ୍କ ପିତୃପୁରୁଷଗଣ ଆମ୍ଭଙ୍କୁ ପରୀକ୍ଷା କଲେ, ଆମ୍ଭର ପ୍ରମାଣ ନେଲେ ଓ ଆମ୍ଭର କର୍ମ ଦେଖିଲେ।
10ଆମ୍ଭେ ଚାଳିଶ ବର୍ଷଯାଏ ସେହି ବଂଶ ପ୍ରତି ବିରକ୍ତ ଥିଲୁ, ପୁଣି କହିଲୁ, ଏହି ଲୋକମାନେ ଅନ୍ତଃକରଣରେ ଭ୍ରାନ୍ତ ଓ ସେମାନେ ଆମ୍ଭର ପଥ ଜାଣି ନାହାନ୍ତିନ୍ତ
11ଏହେତୁ ସେମାନେ ଆମ୍ଭ ବିଶ୍ରାମରେ ପ୍ରବେଶ କରିବେ ନାହିଁ ବୋଲି ଆମ୍ଭେ ଆପଣା କୋପରେ ଶପଥ କଲୁ।
Currently Selected:
ଗୀତସଂହିତା 95: ODIAOV-BSI
Highlight
Copy
Compare
Share
Want to have your highlights saved across all your devices? Sign up or sign in
ODIA-OV (Re-edited) - ପବିତ୍ର ବାଇବଲ (Re-edited)
Copyright © 2014 by The Bible Society of India
Used by permission. All rights reserved worldwide.