YouVersion Logo
Search Icon

ଗୀତସଂହିତା 96

96
ସଦାପ୍ରଭୁ ରାଜାଧିରାଜ
1ଆହେ, ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ନୂତନ ଗୀତ ଗାନ କର; ସମୁଦାୟ ପୃଥିବୀ, ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଗାନ କର।
2ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଗାନ କରି ତାହାଙ୍କ ନାମର ଧନ୍ୟବାଦ କର; ତାହାଙ୍କ ପରିତ୍ରାଣ ଦିନକୁ ଦିନ ପ୍ରକାଶ କର।
3ଅନ୍ୟ ଦେଶୀୟମାନଙ୍କ ମଧ୍ୟରେ ତାହାଙ୍କ ଗୌରବ, ସମସ୍ତ ଗୋଷ୍ଠୀ ମଧ୍ୟରେ ତାହାଙ୍କ ଆଶ୍ଚର୍ଯ୍ୟକ୍ରିୟା ପ୍ରକାଶ କର।
4କାରଣ ସଦାପ୍ରଭୁ ମହାନ ଓ ଅତ୍ୟ; ପ୍ରଶଂସନୀୟ;
ସେ ସମସ୍ତ ଦେବତା ଅପେକ୍ଷା ଭୟଯୋଗ୍ୟ।
5କାରଣ ଗୋଷ୍ଠୀବର୍ଗର ସକଳ ଦେବତା ପ୍ରତିମା ମାତ୍ର;
ମାତ୍ର ସଦାପ୍ରଭୁ ଆକାଶମଣ୍ତଳର ସୃଷ୍ଟିକର୍ତ୍ତା।
6ସମ୍ଭ୍ରମ ଓ ମହିମା ତାହାଙ୍କର ସମ୍ମୁଖବର୍ତ୍ତୀ; ଶକ୍ତି ଓ ଶୋଭା ତାହାଙ୍କ ଧର୍ମଧାମରେ ବିଦ୍ୟମାନ।
7ହେ ନାନା ଦେଶୀୟ ଗୋଷ୍ଠୀବର୍ଗ, ତୁମ୍ଭେମାନେ ସଦାପ୍ରଭୁଙ୍କର କୀର୍ତ୍ତନ କର, ସଦାପ୍ରଭୁଙ୍କ ଗୌରବ ଓ ପରାକ୍ରମର କୀର୍ତ୍ତନ କର।
8ସଦାପ୍ରଭୁଙ୍କ ନାମର ଯଥୋଚିତ ଗୌରବ କୀର୍ତ୍ତନ କର; ନୈବେଦ୍ୟ ଆଣ ଓ ତାହାଙ୍କ ପ୍ରାଙ୍ଗଣକୁ ଆସ।
9ଆହେ, ପବିତ୍ରତାର ସୌନ୍ଦର୍ଯ୍ୟରେ ସଦାପ୍ରଭୁଙ୍କର ଭଜନା କରନ୍ତ
ସମୁଦାୟ ପୃଥିବୀ, ତାହାଙ୍କ ଛାମୁରେ କମ୍ପମାନ ହୁଅ।
10ସଦାପ୍ରଭୁ ରାଜ୍ୟ କରନ୍ତି, ଏହା ଗୋଷ୍ଠୀବର୍ଗ ମଧ୍ୟରେ କୁହ;
ଜଗତ ହିଁ ସୁସ୍ଥିର, ତାହା ବିଚଳିତ ହୋଇ ନ ପାରେ; ସେ ଗୋଷ୍ଠୀବର୍ଗକୁ ନ୍ୟାୟରେ ବିଚାର କରିବେ।
11ଆକାଶମଣ୍ତଳ ଆନନ୍ଦିତ ହେଉ ଓ ପୃଥିବୀ ଉଲ୍ଲାସ କର;
ସମୁଦ୍ର ଓ ତହିଁର ପୂର୍ଣ୍ଣତା ଗର୍ଜ୍ଜନ କରୁ;
12କ୍ଷେତ୍ର ଓ ତନ୍ମଧ୍ୟସ୍ଥସକଳ ଜୟଧ୍ଵନି କରନ୍ତୁ; ତେବେ ବନସ୍ଥ ବୃକ୍ଷସକଳ ଆନନ୍ଦରେ ଗାନ କରିବେ;
13ସଦାପ୍ରଭୁଙ୍କ ସମ୍ମୁଖରେ ଗାନ କରିବେ; କାରଣ ସେ ଆସୁଅଛନ୍ତି; ସେ ପୃଥିବୀର ବିଚାର କରିବାକୁ ଆସୁଅଛନ୍ତି; ସେ ଧର୍ମରେ ଜଗତର ଓ ଆପଣା ସତ୍ୟତାରେ ଗୋଷ୍ଠୀବର୍ଗର ବିଚାର କରିବେ।

Highlight

Copy

Compare

Share

None

Want to have your highlights saved across all your devices? Sign up or sign in

Video for ଗୀତସଂହିତା 96