YouVersion Logo
Search Icon

ଗୀତସଂହିତା 97

97
ସଦାପ୍ରଭୁ ହିଁ ସର୍ବୋପରିସ୍ଥ ଶାସନକର୍ତ୍ତା
1ସଦାପ୍ରଭୁ ରାଜ୍ୟ କରନ୍ତି; ପୃଥିବୀ ଉଲ୍ଲାସ କରୁ;
ଦ୍ଵୀପସମୂହ ଆନନ୍ଦିତ ହେଉନ୍ତୁ।
2ମେଘମାଳ ଓ ଅନ୍ଧକାର ତାହାଙ୍କ ଚତୁର୍ଦ୍ଦିଗରେ ଥାଏ; ଧର୍ମ ଓ ବିଚାର ତାହାଙ୍କ ସିଂହାସନର ଭିତ୍ତିମୂଳ।
3ତାହାଙ୍କ ସମ୍ମୁଖରେ ଅଗ୍ନି ଗମନ କରେ ଓ ତାହାଙ୍କ ଚତୁର୍ଦ୍ଦିଗସ୍ଥ ଶତ୍ରୁଗଣକୁ ଦଗ୍ଧ କରେ।
4ତାହାଙ୍କ ବିଜୁଳି ଜଗତକୁ ଦୀପ୍ତିମାନ କଲା; ପୃଥିବୀ ଦେଖି କମ୍ପିଲା।
5ପର୍ବତଗଣ ସଦାପ୍ରଭୁଙ୍କ ଛାମୁରେ ମହମ ପରି ତରଳି ଗଲେ, ସମୁଦାୟ ପୃଥିବୀ ପ୍ରଭୁଙ୍କ ଛାମୁରେ ତରଳି ଗଲେ।
6ଆକାଶମଣ୍ତଳ ତାହାଙ୍କ ଧର୍ମ ପ୍ରଚାର କରଇ ଓ ସମୁଦାୟ ଗୋଷ୍ଠୀ ତାହାଙ୍କ ମହିମା ଦେଖିଅଛନ୍ତି।
7ଖୋଦିତ ପ୍ରତିମାଗଣର ସେବକସମସ୍ତେ ଓ ଦେବତାଗଣର ଦର୍ପକାରୀସମସ୍ତେ ଲଜ୍ଜିତ ହେଉନ୍ତୁ;
ହେ ଦେବସବୁ, ତୁମ୍ଭେମାନେ ତାହାଙ୍କୁ ପ୍ରଣାମ କର।
8ହେ ସଦାପ୍ରଭୋ, ତୁମ୍ଭ ଶାସନ ବିଷୟ ସିୟୋନ ଶୁଣି ଆନନ୍ଦିତ ହେଲା ଓ ଯିହୁଦାର କନ୍ୟାଗଣ ଉଲ୍ଲସିତ ହେଲେ।
9କାରଣ ହେ ସଦାପ୍ରଭୋ, ତୁମ୍ଭେ ସମୁଦାୟ ପୃଥିବୀରେ ସର୍ବୋପରିସ୍ଥ;
ତୁମ୍ଭେ ସକଳ ଦେବ ଉପରେ ଅତିଶୟ ଉନ୍ନତ।
10ହେ ସଦାପ୍ରଭୁଙ୍କ ପ୍ରେମକାରୀଗଣ, ତୁମ୍ଭେମାନେ ମନ୍ଦତା ଘୃଣା କର;
ସେ ଆପଣା ସଦ୍ଭକ୍ତମାନଙ୍କ ପ୍ରାଣ ରକ୍ଷା କରନ୍ତି।
ସେ ସେମାନଙ୍କୁ ଦୁଷ୍ଟମାନଙ୍କ ହସ୍ତରୁ ଉଦ୍ଧାର କରନ୍ତି;
11ଧାର୍ମିକମାନଙ୍କ ପାଇଁ ଦୀପ୍ତି ଓ ସରଳମନାମାନଙ୍କ ପାଇଁ ଆନନ୍ଦ ବୁଣା ଯାଇଅଛି।
12ହେ ଧାର୍ମିକଗଣ, ତୁମ୍ଭେମାନେ ସଦାପ୍ରଭୁଙ୍କଠାରେ ଆନନ୍ଦ କର; ପୁଣି ତାହାଙ୍କ ପବିତ୍ର ନାମର ଧନ୍ୟବାଦ କର।

Highlight

Copy

Compare

Share

None

Want to have your highlights saved across all your devices? Sign up or sign in