ଗୀତସଂହିତା 98
98
ସଦାପ୍ରଭୁ ହିଁ ଜଗତର ଶାସନକର୍ତ୍ତା
ଗୀତ
1ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ନୂତନ ଗୀତ ଗାନ କର;
କାରଣ ସେ ଆଶ୍ଚର୍ଯ୍ୟ କର୍ମ କରିଅଛନ୍ତି; ତାହାଙ୍କ ଦକ୍ଷିଣ ହସ୍ତ ଓ ତାହାଙ୍କ ପବିତ୍ର ବାହୁ ତାହାଙ୍କ ପକ୍ଷରେ ପରିତ୍ରାଣ ସାଧନ କରିଅଛି।
2ସଦାପ୍ରଭୁ ଆପଣା ପରିତ୍ରାଣ ଜଣାଇ ଅଛନ୍ତି;
ସେ ଅନ୍ୟ ଦେଶୀୟମାନଙ୍କ ଦୃଷ୍ଟିଗୋଚରରେ ଆପଣା ଧର୍ମ ପ୍ରକାଶ କରିଅଛନ୍ତି।
3ସେ ଇସ୍ରାଏଲ ବଂଶ ପକ୍ଷରେ ଆପଣା ଦୟା ଓ ବିଶ୍ଵସ୍ତତା ସ୍ମରଣ କରିଅଛନ୍ତି; ପୃଥିବୀର ପ୍ରାନ୍ତସ୍ଥ ସମସ୍ତେ ଆମ୍ଭମାନଙ୍କ ପରମେଶ୍ଵରଙ୍କ ପରିତ୍ରାଣ ଦେଖିଅଛନ୍ତି।
4ସମୁଦାୟ ପୃଥିବୀ, ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଆନନ୍ଦଧ୍ଵନି କର; ଉଚ୍ଚ ଧ୍ଵନି କର ଓ ଆନନ୍ଦ ଗାନ କର ଓ ପ୍ରଶଂସା ଗାନ କର।
5ବୀଣାଯନ୍ତ୍ରରେ, ବୀଣା ଓ ଏକତାନ ସ୍ଵରରେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପ୍ରଶଂସା ଗାନ କର।
6ତୂରୀ ଓ ଭେରୀ ନାଦରେ ରାଜା ସଦାପ୍ରଭୁଙ୍କ ସମ୍ମୁଖରେ ଆନନ୍ଦଧ୍ଵନି କର।
7ସମୁଦ୍ର ଓ ତହିଁର ପୂର୍ଣ୍ଣତା, ଜଗତ ଓ ତନ୍ନିବାସୀ ସମସ୍ତେ ଗର୍ଜ୍ଜନ କରନ୍ତୁ;
8ନଦନଦୀଗଣ କରତାଳି ଦେଉନ୍ତୁ; ପର୍ବତଗଣ ଏକସଙ୍ଗେ ଆନନ୍ଦଗାନ କରନ୍ତୁ;
9ସଦାପ୍ରଭୁଙ୍କ ସମ୍ମୁଖରେ ଗାନ କରନ୍ତୁ, କାରଣ ସେ ପୃଥିବୀର ବିଚାର କରିବାକୁ ଆସୁଅଛନ୍ତି; ସେ ଧର୍ମରେ ଜଗତର ଓ ନ୍ୟାୟରେ ଗୋଷ୍ଠୀବର୍ଗର ବିଚାର କରିବେ।
Currently Selected:
ଗୀତସଂହିତା 98: ODIAOV-BSI
Highlight
Copy
Compare
Share
Want to have your highlights saved across all your devices? Sign up or sign in
ODIA-OV (Re-edited) - ପବିତ୍ର ବାଇବଲ (Re-edited)
Copyright © 2014 by The Bible Society of India
Used by permission. All rights reserved worldwide.