YouVersion Logo
Search Icon

ଯିଖରୀୟ 3

3
ଦର୍ଶନ - ଯିହୋଶୂୟ ମହାଯାଜକ
1ଅନନ୍ତର ସଦାପ୍ରଭୁଙ୍କ ଦୂତ ସମ୍ମୁଖରେ ଠିଆ ହୋଇଥିବା ଯିହୋଶୂୟ ମହାଯାଜକଙ୍କୁ, ଆଉ ତାଙ୍କ ବିପକ୍ଷ ହେବା ନିମନ୍ତେ ତାଙ୍କର ଦକ୍ଷିଣ ପାର୍ଶ୍ଵରେ ଠିଆ ହୋଇଥିବାର ଶୟତାନକୁ ସେ ମୋତେ ଦେଖାଇଲେ।
2ପୁଣି, ସଦାପ୍ରଭୁ ଶୟତାନକୁ କହିଲେ, ହେ ଶୟତାନ, ସଦାପ୍ରଭୁ ତୁମ୍ଭକୁ ଧମକାଉନ୍ତୁ; ହଁ, ଯେ ଯିରୂଶାଲମକୁ ମନୋନୀତ କରିଅଛନ୍ତି, ସେ ସଦାପ୍ରଭୁ ତୁମ୍ଭକୁ ଧମକାଉନ୍ତୁ; ଏ କି ଅଗ୍ନିରୁ କଢ଼ା ଖଣ୍ତେ ପୋଡ଼ଖୁଣ୍ଟା ନୁହେଁ?
3ଏହି ସମୟରେ ଯିହୋଶୂୟ ମଳିନ ବସ୍ତ୍ର ପିନ୍ଧି ଦୂତ ସମ୍ମୁଖରେ ଠିଆ ହୋଇଥିଲେ।
4ଏଥିରେ ଦୂତ ଆପଣା ସମ୍ମୁଖରେ ଠିଆ ହୋଇଥିବା ଲୋକମାନଙ୍କୁ ଏହି କଥା କହିଲେ, ଏହାଙ୍କଠାରୁ ମଳିନ ବସ୍ତ୍ର କାଢ଼ି ନିଅ। ପୁଣି, ତାଙ୍କୁ ସେ କହିଲେ, ଦେଖ, ଆମ୍ଭେ ତୁମ୍ଭର ଅଧର୍ମ ତୁମ୍ଭଠାରୁ ଦୂର କରାଇଲୁ ଓ ଆମ୍ଭେ ତୁମ୍ଭକୁ ବହୁମୂଲ୍ୟ ବସ୍ତ୍ର ପିନ୍ଧାଇବା।
5ସେତେବେଳେ ମୁଁ କହିଲି, ଲୋକମାନେ ଏହାର ମସ୍ତକରେ ସୁନ୍ଦର ପାଗ ଦିଅନ୍ତୁ। ତହିଁରେ ସେମାନେ ତାଙ୍କ ମସ୍ତକରେ ସୁନ୍ଦର ପାଗ ଦେଲେ ଓ ତାଙ୍କୁ ବସ୍ତ୍ର ପିନ୍ଧାଇଲେ; ପୁଣି, ନିକଟରେ ସଦାପ୍ରଭୁଙ୍କ ଦୂତ ଠିଆ ହୋଇଥିଲେ।
6ପୁଣି, ସଦାପ୍ରଭୁଙ୍କ ଦୂତ ଯିହୋଶୂୟଙ୍କୁ ଦୃଢ଼ ରୂପେ କହିଲେ,
7ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି: ଯେବେ ତୁମ୍ଭେ ଆମ୍ଭ ପଥରେ ଚାଲିବ ଓ ଯେବେ ତୁମ୍ଭେ ଆମ୍ଭର ରକ୍ଷଣୀୟ ରକ୍ଷା କରିବ, ତେବେ ତୁମ୍ଭେ ମଧ୍ୟ ଆମ୍ଭ ଗୃହର ବିଚାର କରିବ ଓ ଆମ୍ଭ ପ୍ରାଙ୍ଗଣର ରକ୍ଷକ ହେବ, ଆଉ ନିକଟରେ ଠିଆ ହେବାର ଏହି ବ୍ୟକ୍ତିମାନଙ୍କ ମଧ୍ୟରେ ଆମ୍ଭେ ତୁମ୍ଭକୁ ପ୍ରବେଶର ଅଧିକାର ଦେବା।
8ହେ ଯିହୋଶୂୟ ମହାଯାଜକ, ତୁମ୍ଭେ ଏବେ ଶୁଣ ଓ ତୁମ୍ଭ ସମ୍ମୁଖରେ ଉପବିଷ୍ଟ ତୁମ୍ଭର ସଙ୍ଗୀଗଣ ଶୁଣନ୍ତୁ; କାରଣ ସେମାନେ ଚିହ୍ନ ସ୍ଵରୂପ ଲୋକ ଅଟନ୍ତି; ଯେହେତୁ ଦେଖ, ଆମ୍ଭେ ଆପଣାର ଶାଖା ନାମକ ଦାସକୁ ଆଣିବା।
9କାରଣ, ଆମ୍ଭେ ଯିହୋଶୂୟ ସମ୍ମୁଖରେ ଯେଉଁ ପ୍ରସ୍ତର ସ୍ଥାପନ କରିଅଛୁ, ତାହା ଦେଖ; ଏକ ପ୍ରସ୍ତରର ଉପରେ ସାତ ଚକ୍ଷୁ ଅଛି; ଦେଖ, ତହିଁର ମୁଦ୍ରା ଆମ୍ଭେ ଖୋଦିବା, ଏହା ସୈନ୍ୟାଧିପତି ସଦାପ୍ରଭୁ କହନ୍ତି ଓ ଆମ୍ଭେ ଏକ ଦିନରେ ସେହି ଦେଶର ଅଧର୍ମ ଦୂର କରିବା।
10ସୈନ୍ୟାଧିପତି ସଦାପ୍ରଭୁ କହନ୍ତି, ସେ ଦିନରେ ତୁମ୍ଭେମାନେ ପ୍ରତ୍ୟେକ ଲୋକ ଆପଣା ଆପଣା ପ୍ରତିବାସୀକି ଦ୍ରାକ୍ଷାଲତା ଓ ଡିମିରି ବୃକ୍ଷ ତଳେ ନିମନ୍ତ୍ରଣ କରିବ।

Highlight

Copy

Compare

Share

None

Want to have your highlights saved across all your devices? Sign up or sign in