YouVersion Logo
Search Icon

୧ ଯୋହନ 1

1
ଜୀବନଦାୟୀ ବାକ୍ୟ
1ଆଦ୍ୟରୁ ଯେ ଥିଲେ, ଯାହାଙ୍କ ବାକ୍ୟ ଆମ୍ଭେମାନେ ଶୁଣିଅଛୁ, ଯାହାଙ୍କୁ ସ୍ୱଚକ୍ଷୁରେ ଦେଖିଅଛୁ, ଯାହାଙ୍କୁ ନିରୀକ୍ଷଣ କରିଅଛୁ ଓ ସ୍ୱହସ୍ତରେ ସ୍ପର୍ଶ କରିଅଛୁ, ସେହି ଜୀବନ ସ୍ୱରୂପ ବାକ୍ୟ ସମ୍ବନ୍ଧରେ ଜଣାଉଅଛୁ । 2ସେହି ଜୀବନ ପ୍ରକାଶିତ ହେଲେ, ଆଉ ଆମ୍ଭେମାନେ ଦେଖିଅଛୁ ଓ ସାକ୍ଷ୍ୟ ଦେଉଅଛୁ; ଯେଉଁ ଅନନ୍ତ ଜୀବନ ପିତାଙ୍କ ସଙ୍ଗରେ ଥିଲେ ଓ ଆମ୍ଭମାନଙ୍କ ନିକଟରେ ପ୍ରକାଶିତ ହେଲେ, ତାହାଙ୍କ ବିଷୟରେ ତୁମ୍ଭମାନଙ୍କୁ ଜଣାଉଅଛୁ । 3ଯାହା ଆମ୍ଭେମାନେ ଦେଖିଅଛୁ ଓ ଶୁଣିଅଛୁ, ତାହା ତୁମ୍ଭମାନଙ୍କୁ ମଧ୍ୟ ଜଣାଉଅଛୁ, ଯେପରି ତୁମ୍ଭମାନଙ୍କର ମଧ୍ୟ ଆମ୍ଭମାନଙ୍କ ସହିତ ସହଭାଗିତା ହୋଇ ପାରେ; ଆଉ ଆମ୍ଭମାନଙ୍କର ସହଭାଗିତା ପିତା ଓ ତାହାଙ୍କର ପୁତ୍ର ଯୀଶୁଖ୍ରୀଷ୍ଟଙ୍କ ସହିତ ଅଛି । 4ଆମ୍ଭମାନଙ୍କର ଆନନ୍ଦ ଯେପରି ପରିପୂର୍ଣ୍ଣ ହୁଏ, ଏଥି ନିମନ୍ତେ ଆମ୍ଭେମାନେ ଏହି ସବୁ ଲେଖୁଅଛୁ ।
ଜ୍ୟୋତିଃରେ ଆଚରଣ
5ଆମ୍ଭେମାନେ ତାହାଙ୍କଠାରୁ ଯେଉଁ ସମ୍ବାଦ ଶୁଣିଅଛୁ ଓ ତୁମ୍ଭମାନଙ୍କୁ ଜଣାଉଅଛୁ, ତାହା ଏହି, ଈଶ୍ୱର ଜ୍ୟୋତିଃସ୍ୱରୂପ, ଆଉ ତାହାଙ୍କଠାରେ ଅନ୍ଧକାରର ଲେଶ ନାହିଁ । 6ତାହାଙ୍କ ସହିତ ଆମ୍ଭମାନଙ୍କର ସହଭାଗିତା ଅଛି, ଏହା କହି ଯଦି ଆମ୍ଭେମାନେ ଅନ୍ଧକାରରେ ଆଚରଣ କରୁ ତାହାହେଲେ ଆମ୍ଭେମାନେ ମିଥ୍ୟାବାଦୀ, ଆଉ ସତ୍ୟ ଆଚରଣ କରୁ ନ ଥାଉ । 7କିନ୍ତୁ ସେ ଯେପରି ଜ୍ୟୋତିଃର୍ନିବାସୀ, ଆମ୍ଭେମାନେ ଯଦି ସେହିପରି ଜ୍ୟୋତିଃରେ ଆଚରଣ କରୁ, ତେବେ ଆମ୍ଭମାନଙ୍କର ପରସ୍ପର ସହଭାଗିତା ଅଛି, ପୁଣି, ତାହାଙ୍କ ପୁତ୍ର ଯୀଶୁଙ୍କ ରକ୍ତ ସମସ୍ତ ପାପରୁ ଆମ୍ଭମାନଙ୍କୁ ପରିଷ୍କାର କରେ । 8ଆମ୍ଭମାନଙ୍କର ପାପ ନାହିଁ ! ଏହା ଯଦି କହୁ, ତାହାହେଲେ ଆପଣା ଆପଣାକୁ ପ୍ରବଞ୍ଚନା କରୁ, ପୁଣି, ଆମ୍ଭମାନଙ୍କଠାରେ ସତ୍ୟ ନାହିଁ । 9ଯଦି ଆମ୍ଭେମାନେ ଆପଣା ଆପଣା ପାପ ସ୍ୱୀକାର କରୁ, ତେବେ ସେ ଆମ୍ଭମାନଙ୍କର ପାପ କ୍ଷମା କରିବାକୁ ଓ ସମସ୍ତ ଅଧର୍ମରୁ ଆମ୍ଭମାନଙ୍କୁ ପରିଷ୍କାର କରିବାକୁ ବିଶ୍ୱସ୍ତ ଓ ନ୍ୟାୟବାନ ଅଟନ୍ତି । 10ଆମ୍ଭେମାନେ ପାପ କରି ନାହୁଁ, ଏହା ଯଦି କହୁ, ତାହାହେଲେ ଆମ୍ଭେମାନେ ତାହାଙ୍କୁ ମିଥ୍ୟାବାଦୀ କରୁ, ପୁଣି, ତାହାଙ୍କ ବାକ୍ୟ ଆମ୍ଭମାନଙ୍କଠାରେ ନାହିଁ ।

Currently Selected:

୧ ଯୋହନ 1: ORYIRV

Highlight

Share

Copy

None

Want to have your highlights saved across all your devices? Sign up or sign in

YouVersion uses cookies to personalize your experience. By using our website, you accept our use of cookies as described in our Privacy Policy