ଆମୋଷ 9:13-14
ଆମୋଷ 9:13-14 ORYIRV
ସଦାପ୍ରଭୁ କହନ୍ତି, “ଦେଖ, ଯେଉଁ ସମୟରେ ହଳବାହକ ଶସ୍ୟ କଟାଳିର ପଛେ ଓ ଦ୍ରାକ୍ଷାପେଷକ ବୀଜବୁଣାଳୀର ପଛେ ଲାଗି ରହିବ, ଏପରି ସମୟ ଆସୁଅଛି ଓ ପର୍ବତଗଣ ମିଷ୍ଟ ଦ୍ରାକ୍ଷାରସ ଝରାଇବ, ଆଉ ଉପପର୍ବତସକଳ ତରଳି ଯିବେ। ପୁଣି, ଆମ୍ଭେ ଆପଣା ଲୋକ ଇସ୍ରାଏଲର ବନ୍ଦୀତ୍ୱାବସ୍ଥା ପରିବର୍ତ୍ତନ କରିବା, ତହିଁରେ ସେମାନେ ଧ୍ୱଂସିତ ନଗରସବୁ ପୁନଃ ନିର୍ମାଣ କରି ତହିଁ ମଧ୍ୟରେ ବାସ କରିବେ ଓ ସେମାନେ ଦ୍ରାକ୍ଷାକ୍ଷେତ୍ର ପ୍ରସ୍ତୁତ କରି ତହିଁରୁ ଦ୍ରାକ୍ଷାରସ ପାନ କରିବେ; ଆହୁରି, ସେମାନେ ଉଦ୍ୟାନ ପ୍ରସ୍ତୁତ କରି ତହିଁର ଫଳ ଭୋଗ କରିବେ।





