ଦାନିୟେଲ 8:19-21
ଦାନିୟେଲ 8:19-21 ORYIRV
ଆଉ, ସେ ମୋତେ କହିଲେ, ଦେଖ, କ୍ରୋଧର ପରିଣାମ ସମୟରେ ଯାହା ଘଟିବ, ତାହା ଆମ୍ଭେ ତୁମ୍ଭକୁ ଜଣାଇବା; କାରଣ ଏହା ନିରୂପିତ ଶେଷ କାଳର କଥା। ତୁମ୍ଭେ ଯେଉଁ ମେଷ ଦେଖିଲ, ତାହାର ଦୁଇ ଶୃଙ୍ଗ ମାଦୀୟ ଓ ପାରସିକ ରାଜା। ପୁଣି, ସେ ଲୋମଶ ଛାଗ ଯବନ ଦେଶର ରାଜା ଓ ତାହାର ଦୁଇ ଚକ୍ଷୁର ମଧ୍ୟ ସ୍ଥାନରେ ଥିବାର ବୃହତ୍ ଶୃଙ୍ଗ ପ୍ରଥମ ରାଜା।



