ଦାନିୟେଲ 9:18-19
ଦାନିୟେଲ 9:18-19 ORYIRV
ହେ ମୋର ପରମେଶ୍ୱର, କର୍ଣ୍ଣ ଡେରି ଶୁଣ; ଆପଣା ଚକ୍ଷୁ ମେଲି ଆମ୍ଭମାନଙ୍କର ଉଚ୍ଛିନ୍ନତା ପ୍ରତି ଓ ତୁମ୍ଭ ନାମରେ ଖ୍ୟାତ ଏହି ନଗର ପ୍ରତି ଦୃଷ୍ଟିପାତ କର; କାରଣ ଆମ୍ଭେମାନେ ନିଜ ଧାର୍ମିକତା ସକାଶୁ ନୁହେଁ, ମାତ୍ର ତୁମ୍ଭର ମହାଦୟା ସକାଶୁ ତୁମ୍ଭ ଛାମୁରେ ଆମ୍ଭମାନଙ୍କର ନିବେଦନ ଉତ୍ସର୍ଗ କରୁଅଛୁ। ହେ ପ୍ରଭୁ, ଶୁଣ; ହେ ପ୍ରଭୁ, କ୍ଷମା କର; ହେ ପ୍ରଭୁ, ମନୋଯୋଗ କରି କର୍ମ କର; ବିଳମ୍ବ ନ କର; ହେ ମୋ’ର ପରମେଶ୍ୱର, ନିଜ ସକାଶେ କର୍ମ କର, କାରଣ ତୁମ୍ଭର ନଗର ଓ ତୁମ୍ଭର ଲୋକମାନେ ତୁମ୍ଭ ନାମରେ ଖ୍ୟାତ ଅଟନ୍ତି।





