ମୋଶାଙ୍କ ଲିଖିତ ପଞ୍ଚମ ପୁସ୍ତକ 17
17
1ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ତୁମ୍ଭେ କୌଣସି ପ୍ରକାର ଖୁନ୍ତ କି ମନ୍ଦତା ବିଶିଷ୍ଟ ଗୋରୁ କି ମେଷ ବଳିଦାନ କରିବ ନାହିଁ; କାରଣ ତାହା ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ନିକଟରେ ଘୃଣିତ ବସ୍ତୁ ଅଟେ। 2ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭକୁ ଯେଉଁ ଯେଉଁ ନଗର ଦିଅନ୍ତି, ତହିଁର କୌଣସି ନଗରଦ୍ୱାର ମଧ୍ୟରେ ଯଦି କୌଣସି ପୁରୁଷ କି ସ୍ତ୍ରୀ, ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ନିୟମ ଲଙ୍ଘନ କରି ତାହାଙ୍କ ଦୃଷ୍ଟିରେ କୁକର୍ମ କରୁଥିବାର ଦେଖାଯାଏ 3ଓ ମୋହର ଆଜ୍ଞା ବିରୁଦ୍ଧରେ ସେ ଯାଇ ଅନ୍ୟ ଦେବତାଗଣର ସେବା କରିଥାଏ ଓ ସେମାନଙ୍କ, କି ସୂର୍ଯ୍ୟ, କି ଚନ୍ଦ୍ର, କି କୌଣସି ଆକାଶୀୟ ବାହିନୀକୁୁ ପୂଜା କରିଥାଏ; 4ତେବେ, ତାହା ତୁମ୍ଭକୁ କୁହାଗଲେ ଓ ତୁମ୍ଭେ ତାହା ଶୁଣିଲେ, ତାହା ଭଲ ରୂପେ ବୁଝିବ; ଆଉ ଦେଖ, ଯଦି ତାହା ସତ୍ୟ, ପୁଣି କଥା ନିଶ୍ଚିତ ହୁଏ ଯେ, ଇସ୍ରାଏଲ ମଧ୍ୟରେ ଏରୂପ ଘୃଣ୍ୟ କର୍ମ କରାଯାଇଅଛି; 5ତେବେ ଯେଉଁ ପୁରୁଷ କି ଯେଉଁ ସ୍ତ୍ରୀ ସେହି କୁକର୍ମ କରିଅଛି, ତୁମ୍ଭେ ସେହି ପୁରୁଷକୁ କି ସେହି ସ୍ତ୍ରୀକୁ ନଗରଦ୍ୱାର ନିକଟକୁ ବାହାର କରି ଆଣିବ; ଆଉ ତୁମ୍ଭେ ସେମାନଙ୍କର ମରଣ ପର୍ଯ୍ୟନ୍ତ ସେମାନଙ୍କୁ ପ୍ରସ୍ତରାଘାତ କରିବ। 6ପ୍ରାଣଦଣ୍ଡଯୋଗ୍ୟ ବ୍ୟକ୍ତି ଦୁଇ ସାକ୍ଷୀର ବା ତିନି ସାକ୍ଷୀର ମୁଖ ଦ୍ୱାରା ହତ ହେବ; ଏକ ସାକ୍ଷୀର ମୁଖ ଦ୍ୱାରା ତାହାର ପ୍ରାଣଦଣ୍ଡ ହେବ ନାହିଁ। 7ତାହାର ପ୍ରାଣଦଣ୍ଡ କରିବା ପାଇଁ ତାହା ଉପରେ ପ୍ରଥମେ ସାକ୍ଷୀମାନଙ୍କର ହସ୍ତ, ତହିଁ ଉତ୍ତାରେ ସମସ୍ତ ଲୋକଙ୍କର ହସ୍ତ ଉଠିବ। ଏହିରୂପେ ତୁମ୍ଭେ ଆପଣା ମଧ୍ୟରୁ ଦୁଷ୍ଟତା ଦୂର କରିବ।
ଯାଜକ ଓ ବିଚାରକର୍ତ୍ତାଙ୍କ ଦ୍ୱାରା ବିଚାର
8ତୁମ୍ଭ ନଗରଦ୍ୱାର ଭିତରେ, ରକ୍ତପାତ ଓ ରକ୍ତପାତ ମଧ୍ୟରେ, ବିବାଦ ଓ ବିବାଦ ମଧ୍ୟରେ ପୁଣି ଆଘାତ ଓ ଆଘାତ ମଧ୍ୟରେ ବିରୋଧ ଉଠିଲେ, ଯଦି ତହିଁର ବିଚାର ତୁମ୍ଭ ପ୍ରତି ଅତି କଠିନ ବୋଧ ହୁଏ; ତେବେ ତୁମ୍ଭେ ଉଠି ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ମନୋନୀତ ସ୍ଥାନକୁ ଯିବ; 9ପୁଣି ତୁମ୍ଭେ ଲେବୀୟ ଯାଜକମାନଙ୍କ ନିକଟକୁ ଓ ସେହି ସମୟର ବିଚାରକର୍ତ୍ତାଙ୍କ ନିକଟକୁ ଯିବ; ଆଉ ତୁମ୍ଭେ ବୁଝିବ; ତହିଁରେ ସେମାନେ ତୁମ୍ଭକୁ ବିଚାରର ନିଷ୍ପତ୍ତି ଜଣାଇବେ; 10ତହୁଁ ସଦାପ୍ରଭୁଙ୍କ ମନୋନୀତ ସ୍ଥାନରୁ ସେମାନେ ତୁମ୍ଭକୁ ଯେଉଁ ନିଷ୍ପତ୍ତି ଜଣାଇବେ, ତହିଁର ମର୍ମ ଅନୁସାରେ ତୁମ୍ଭେ କର୍ମ କରିବ ଓ ସେମାନେ ତୁମ୍ଭକୁ ଯାହା ଶିଖାଇବେ, ତୁମ୍ଭେ ତଦନୁସାରେ କରିବାକୁ ମନୋଯୋଗ କରିବ। 11ବ୍ୟବସ୍ଥାର ମର୍ମ ଅନୁସାରେ ସେମାନେ ତୁମ୍ଭକୁ ଯାହା ଶିଖାଇବେ ଓ ବିଚାରର ନିଷ୍ପତ୍ତି ବିଷୟରେ ସେମାନେ ତୁମ୍ଭକୁ ଯାହା କହିବେ, ତୁମ୍ଭେ ତଦନୁସାରେ କରିବ; ସେମାନେ ତୁମ୍ଭକୁ ଯେଉଁ ନିଷ୍ପତ୍ତି ଜଣାଇବେ, ତହିଁର ଦକ୍ଷିଣକୁ କି ବାମକୁ ଫେରିବ ନାହିଁ। 12ମାତ୍ର ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ସମ୍ମୁଖରେ ସେବା କରିବା ପାଇଁ ସେହି ସ୍ଥାନରେ ଠିଆ ହେବା ଯାଜକର କି ବିଚାରକର୍ତ୍ତାର ବାକ୍ୟରେ କର୍ଣ୍ଣପାତ ନ କରି ଯେଉଁ ଲୋକ ଦୁଃସାହସରେ କର୍ମ କରେ, ସେହି ଲୋକ ହତ ହେବ; ପୁଣି ତୁମ୍ଭେ ଇସ୍ରାଏଲ ମଧ୍ୟରୁ ଏହି ଦୁଷ୍ଟତା ଦୂର କରିବ। 13ତହିଁରେ ସମସ୍ତ ଲୋକ ତାହା ଶୁଣି ଭୟ କରିବେ ଓ ଦୁଃସାହସରେ ଆଉ କର୍ମ କରିବେ ନାହିଁ।
ରାଜାଙ୍କ ସମ୍ପର୍କରେ ବ୍ୟବସ୍ଥା
14ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭକୁ ଯେଉଁ ଦେଶ ଦିଅନ୍ତି, ଯେତେବେଳେ ତୁମ୍ଭେ ତହିଁରେ ପ୍ରବେଶ କରି ତାହା ଅଧିକାର କରିବ ଓ ତହିଁ ମଧ୍ୟରେ ବାସ କରିବ; ଆଉ ଆମ୍ଭର ଚତୁର୍ଦ୍ଦିଗସ୍ଥିତ ସକଳ ଗୋଷ୍ଠୀୟମାନଙ୍କ ପରି ଆମ୍ଭେ ମଧ୍ୟ ଆପଣା ଉପରେ ଏକ ରାଜା ନିଯୁକ୍ତ କରିବା, ଯେବେ ଏହି କଥା କହିବ; 15ତେବେ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ଯାହାକୁ ମନୋନୀତ କରିବେ, ତାହାକୁ ହିଁ ତୁମ୍ଭେ ଆପଣା ଉପରେ ରାଜା କରିବ; ତୁମ୍ଭେ ଆପଣା ଭ୍ରାତୃଗଣ ମଧ୍ୟରୁ ଜଣକୁ ଆପଣା ଉପରେ ରାଜା କରି ନିଯୁକ୍ତ କରିବ; ଯେ ତୁମ୍ଭର ଭ୍ରାତା ନୁହେଁ, ଏପରି ବିଦେଶୀୟ ବ୍ୟକ୍ତିକୁୁ ରାଜା କରି ପାରିବ ନାହିଁ। 16ମାତ୍ର ସେ ରାଜା ଆପଣା ପାଇଁ ଅନେକ ଅଶ୍ୱ ରଖିବ ନାହିଁ, କିଅବା ଅନେକ ଅଶ୍ୱ ରଖିବା ଅଭିପ୍ରାୟରେ ଲୋକମାନଙ୍କୁ#17:16 ଅଶ୍ୱ ରଖିବା ଅଭିପ୍ରାୟରେ ଲୋକମାନଙ୍କୁ ଅଶ୍ବ ପାଇବା ନିମନ୍ତେ ଦାସମାନଙ୍କୁ ପଠାଇବ ନାହିଁ ପୁନର୍ବାର ମିସରକୁ ଗମନ କରାଇବ ନାହିଁ; କାରଣ ସଦାପ୍ରଭୁ ତୁମ୍ଭମାନଙ୍କୁ କହିଅଛନ୍ତି, ତୁମ୍ଭେମାନେ ଏହି ସମୟଠାରୁ ସେହି ପଥରେ ଆଉ ଫେରି ଯିବ ନାହିଁ। 17କିଅବା ସେ ଅନେକ ସ୍ତ୍ରୀ ବିବାହ କରିବ ନାହିଁ, କଲେ ତାହାର ହୃଦୟ ବିପଥଗାମୀ ହେବ; ଅଥବା ସେ ଆପଣା ପାଇଁ ରୂପା କି ସୁନା ଅତିଶୟ ବଢ଼ାଇବ ନାହିଁ। 18ପୁଣି ସେ ଆପଣା ରାଜ୍ୟର ସିଂହାସନରେ ଉପବିଷ୍ଟ ହେଲେ, ଆପଣା ପାଇଁ ଏକ ନଳାକାର ପୁସ୍ତକରେ ଲେବୀୟ ଯାଜକମାନଙ୍କ ସମ୍ମୁଖସ୍ଥିତ ଏହି ବ୍ୟବସ୍ଥାରୁ ଉତ୍ତାରି ଏକ ପ୍ରତିଲିପି ଲେଖି ରଖିବ। 19ଆଉ ତାହା ତାହାର ନିକଟରେ ରହିବ ଓ ସେ ଯାବଜ୍ଜୀବନ ତାହା ପାଠ କରିବ; ତହିଁରେ ସଦାପ୍ରଭୁ ଆପଣା ପରମେଶ୍ୱରଙ୍କୁ ଭୟ କରିବାକୁ ଓ ଏହି ବ୍ୟବସ୍ଥାର ସମସ୍ତ ବାକ୍ୟ ଓ ବିଧି ପାଳନ କରିବାକୁ ଶିଖିବ; 20ଆପଣା ଭ୍ରାତୃଗଣ ଉପରେ ତାହାର ହୃଦୟ ଅହଙ୍କାରୀ ହେବ ନାହିଁ, ପୁଣି ସେ ଆଜ୍ଞାର ଦକ୍ଷିଣକୁ କି ବାମକୁ ଫେରିବ ନାହିଁ; ତହିଁରେ ସେ ଇସ୍ରାଏଲ ମଧ୍ୟରେ ତାହାର ଓ ତାହାର ସନ୍ତାନମାନଙ୍କ ରାଜତ୍ୱର ଦିନ ବଢ଼ାଇ ପାରିବ।
Currently Selected:
ମୋଶାଙ୍କ ଲିଖିତ ପଞ୍ଚମ ପୁସ୍ତକ 17: ORYIRV
Highlight
Copy
Compare
Share
Want to have your highlights saved across all your devices? Sign up or sign in
© 2017 Bridge Connectivity Solutions. Released under the Creative Commons Attribution Share-Alike license 4.0