ମୋଶାଙ୍କ ଲିଖିତ ଦ୍ୱିତୀୟ ପୁସ୍ତକ 15:23-25
ମୋଶାଙ୍କ ଲିଖିତ ଦ୍ୱିତୀୟ ପୁସ୍ତକ 15:23-25 ORYIRV
ତହୁଁ ସେମାନେ ମାରାଠାରେ ଉପସ୍ଥିତ ହୁଅନ୍ତେ, ତିକ୍ତତା ହେତୁରୁ ମାରାର ଜଳ ପାନ କରି ପାରିଲେ ନାହିଁ; ଏଣୁ ତାହାର ନାମ ମାରା ହେଲା। ସେତେବେଳେ ଲୋକମାନେ ମୋଶାଙ୍କ ବିରୁଦ୍ଧରେ ବଚସା କରି କହିଲେ, “ଆମ୍ଭେମାନେ କଅଣ ପିଇବା ?” ତହିଁରେ ସେ ସଦାପ୍ରଭୁଙ୍କ ନିକଟରେ ପ୍ରାର୍ଥନା କରନ୍ତେ, ସଦାପ୍ରଭୁ ତାଙ୍କୁ ଏକ ପ୍ରକାର କାଷ୍ଠ ଦେଖାଇଲେ, ସେ ତାହା ନେଇ ଜଳରେ ପକାନ୍ତେ, ଜଳ ମିଷ୍ଟ ହେଲା। ସେହି ସ୍ଥାନରେ ସଦାପ୍ରଭୁ ସେମାନଙ୍କ ନିମନ୍ତେ ବିଧି ଓ ଆଦେଶ ନିରୂପଣ କଲେ, ପୁଣି, ସେମାନଙ୍କର ପରୀକ୍ଷା ନେଇ କହିଲେ,





