YouVersion Logo
Search Icon

ମୋଶାଙ୍କ ଲିଖିତ ଦ୍ୱିତୀୟ ପୁସ୍ତକ 17

17
ପ୍ରସ୍ତରରୁ ଜଳ
1ଏଥିଉତ୍ତାରେ ଇସ୍ରାଏଲ ସନ୍ତାନଗଣର ସମସ୍ତ ମଣ୍ଡଳୀ ସୀନ୍‍ ପ୍ରାନ୍ତରରୁ ଯାତ୍ରା କରି ସଦାପ୍ରଭୁଙ୍କ ଆଜ୍ଞାନୁସାରେ ନିରୂପିତ ସକଳ ଉତ୍ତରଣ-ସ୍ଥାନ ଦେଇ ରଫୀଦୀମରେ ଛାଉଣି ସ୍ଥାପନ କଲେ; ମାତ୍ର ସେ ସ୍ଥାନରେ ଲୋକମାନଙ୍କର ପାନ କରିବାକୁ ଜଳ ନ ଥିଲା। 2ଏଥିପାଇଁ ଲୋକମାନେ ମୋଶାଙ୍କ ସଙ୍ଗରେ ବିବାଦ କରି କହିଲେ, “ଆମ୍ଭମାନଙ୍କୁ ଜଳ ଦିଅ, ଆମ୍ଭେମାନେ ପାନ କରିବୁ।” ତହିଁରେ ମୋଶା କହିଲେ, “ତୁମ୍ଭେମାନେ ମୋ’ ସଙ୍ଗରେ କାହିଁକି ବିବାଦ କର ? କାହିଁକି ସଦାପ୍ରଭୁଙ୍କୁ ପରୀକ୍ଷା କର ?” 3ସେତେବେଳେ ଲୋକମାନେ ସେହି ସ୍ଥାନରେ ଜଳାଭାବ ହେତୁ ତୃଷାକୂଳ ହୋଇ ମୋଶାଙ୍କ ବିରୁଦ୍ଧରେ ବଚସା କରି କହିଲେ, “କାହିଁକି ତୁମ୍ଭେ ଆମ୍ଭମାନଙ୍କୁ, ଆମ୍ଭମାନଙ୍କ ସନ୍ତାନମାନଙ୍କୁ ଓ ପଶୁଗଣକୁ ପିପାସାରେ ମାରିବା ନିମନ୍ତେ ମିସରଠାରୁ ଆଣିଅଛ ?” 4ତହିଁରେ ମୋଶା ସଦାପ୍ରଭୁଙ୍କ ନିକଟରେ ପ୍ରାର୍ଥନା କରି କହିଲେ, “ମୁଁ ଏହି ଲୋକମାନଙ୍କ ନିମନ୍ତେ କ’ଣ କରିବି ? ସେମାନେ ମୋତେ ପଥର ପକାଇ ମାରିବାକୁ ପ୍ରାୟ ଉଦ୍ୟତ।” 5ତହୁଁ ସଦାପ୍ରଭୁ ମୋଶାଙ୍କୁ କହିଲେ, “ତୁମ୍ଭେ ଯଦ୍ଵାରା ନୀଳ ନଦୀକୁ ଆଘାତ କରିଥିଲ, ସେହି ଯଷ୍ଟି ହସ୍ତରେ ଘେନି ଇସ୍ରାଏଲର କେତେକ ପ୍ରାଚୀନଙ୍କ ସଙ୍ଗେ ଇସ୍ରାଏଲ-ଲୋକମାନଙ୍କ ଆଗେ ଆଗେ ଯାଅ। 6ଦେଖ, ଆମ୍ଭେ ହୋରେବରେ ସେହି ଶୈଳ ଉପରେ ତୁମ୍ଭ ସମ୍ମୁଖରେ ଠିଆ ହେବା; ତୁମ୍ଭେ ସେହି ଶୈଳକୁ ଆଘାତ କଲେ, ତହିଁରୁ ଜଳ ନିର୍ଗତ ହେବ, ଆଉ ଲୋକମାନେ ତାହା ପାନ କରିବେ; ତେବେ ମୋଶା ଇସ୍ରାଏଲର ପ୍ରାଚୀନବର୍ଗଙ୍କ ଦୃଷ୍ଟିରେ ସେହିରୂପ କଲେ। 7ପୁଣି, ସେହି ସ୍ଥାନରେ ଇସ୍ରାଏଲ ସନ୍ତାନଗଣର ବିବାଦ ସକାଶୁ ଓ ସଦାପ୍ରଭୁ ଆମ୍ଭମାନଙ୍କ ମଧ୍ୟରେ ଅଛନ୍ତି କି ନାହିଁ, ଏହା କହି ସଦାପ୍ରଭୁଙ୍କୁ ପରୀକ୍ଷା କରିବା ସକାଶୁ ସେ ସେହି ସ୍ଥାନର ନାମ ମଃସା#17:7 ଅର୍ଥାତ୍ ପରୀକ୍ଷା ଓ ମିରୀବାଃ#17:7 ଅର୍ଥାତ୍ ବିବାଦ ରଖିଲେ।”
ଅମାଲେକୀୟମାନଙ୍କ ପରାଜୟ
8ସେହି ସମୟରେ ଅମାଲେକ ଆସି ରଫୀଦୀମରେ ଇସ୍ରାଏଲ ସହିତ ଯୁଦ୍ଧ କଲେ। 9ତହିଁରେ ମୋଶା ଯିହୋଶୂୟଙ୍କୁ କହିଲେ, “ତୁମ୍ଭେ ଆମ୍ଭମାନଙ୍କ ନିମନ୍ତେ ଲୋକ ମନୋନୀତ କରି ଅମାଲେକ ସହିତ ଯୁଦ୍ଧ କରିବାକୁ ଯାଅ; ଆସନ୍ତାକାଲି ମୁଁ ଆପଣା ହସ୍ତରେ ପରମେଶ୍ୱରଙ୍କ ଯଷ୍ଟିଘେନି ପର୍ବତ ଶୃଙ୍ଗରେ ଠିଆ ହେବି।” 10ତହୁଁ ମୋଶାଙ୍କ ଆଜ୍ଞାନୁସାରେ ଯିହୋଶୂୟ ଅମାଲେକ ସହିତ ଯୁଦ୍ଧ କଲେ, ପୁଣି, ମୋଶା ଓ ହାରୋଣ, ହୂର ପର୍ବତ ଶୃଙ୍ଗରେ ଆରୋହଣ କଲେ। 11ପୁଣି, ମୋଶା ଆପଣା ହସ୍ତ ଉର୍ଦ୍ଧ୍ୱକୁ ଟେକିଥିବା ସମୟରେ ଇସ୍ରାଏଲ ଜୟୀ ହେଲେ ଓ ସେ ଆପଣା ହସ୍ତ ନୁଆଁଇଥିବା ସମୟରେ ଅମାଲେକ ଜୟୀ ହେଲେ। 12ମାତ୍ର ମୋଶାଙ୍କର ହସ୍ତ ଭାରୀ ହେଲା; ଏହେତୁ ସେମାନେ ଖଣ୍ଡିଏ ପ୍ରସ୍ତର ଆଣି ତାହା ତଳେ ରଖନ୍ତେ, ମୋଶା ତହିଁ ଉପରେ ବସିଲେ, ପୁଣି, ହାରୋଣ ଓ ହୂର ଜଣେ ଏପାଖେ ଆଉ ଜଣେ ସେପାଖେ ତାଙ୍କର ହାତ ଟେକି ଧରିଲେ; ତହିଁରେ ସୂର୍ଯ୍ୟାସ୍ତ ପର୍ଯ୍ୟନ୍ତ ତାଙ୍କର ହସ୍ତ ସ୍ଥିର ରହିଲା। 13ଏଣୁ ଯିହୋଶୂୟ ଅମାଲେକକୁ ଓ ତାହାର ଲୋକମାନଙ୍କୁ ଖଡ୍ଗଧାରରେ ପରାସ୍ତ କଲେ। 14ଏଥିଉତ୍ତାରେ ସଦାପ୍ରଭୁ ମୋଶାଙ୍କୁ କହିଲେ, “ଏହି କଥା ସ୍ମରଣାର୍ଥେ ପୁସ୍ତକରେ ଲେଖି ରଖ, ପୁଣି, ଯିହୋଶୂୟର କର୍ଣ୍ଣଗୋଚରରେ ତାହା ପାଠ କର; ଯଥା, ଆମ୍ଭେ ଆକାଶ ତଳରୁ ଅମାଲେକର ସ୍ମରଣ ଲୋପ କରିବା।” 15ତହିଁରେ ମୋଶା ଗୋଟିଏ ବେଦି ନିର୍ମାଣ କରି ତହିଁର ନାମ ଯିହୋବାଃ-ନିଃଷି#17:15 ଅର୍ଥାତ୍ ସଦାପ୍ରଭୁ ମୋହର ଧ୍ୱଜା ରଖିଲେ। 16ପୁଣି, ସେ ସଦାପ୍ରଭୁଙ୍କ ଧ୍ୱଜାରେ ହସ୍ତ ଦେଇ କହିଲେ, “ପୁରୁଷାନୁକ୍ରମେ ଅମାଲେକ ସହିତ ସଦାପ୍ରଭୁଙ୍କର ଯୁଦ୍ଧ ହେବ।”

Highlight

Copy

Compare

Share

None

Want to have your highlights saved across all your devices? Sign up or sign in