ଯିହିଜିକଲ ଭବିଷ୍ୟଦବକ୍ତାଙ୍କ ପୁସ୍ତକ 14
14
ଦେବପୂଜକ ପ୍ରାଚୀନବର୍ଗଙ୍କ ବିଚାର
1ଏଥିଉତ୍ତାରେ ଇସ୍ରାଏଲର ପ୍ରାଚୀନବର୍ଗଙ୍କ ମଧ୍ୟରୁ କେତେକ ଜଣ ମୋ’ ନିକଟକୁ ଆସି ମୋ’ ସମ୍ମୁଖରେ ବସିଲେ। 2ସେତେବେଳେ ସଦାପ୍ରଭୁଙ୍କର ଏହି ବାକ୍ୟ ମୋ’ ନିକଟରେ ଉପସ୍ଥିତ ହେଲା, 3“ହେ ମନୁଷ୍ୟ-ସନ୍ତାନ, ଏହି ଲୋକମାନେ ଆପଣା ଆପଣା ଦେବତାକୁ ଆପଣା ଆପଣା ହୃଦୟକୁ ନେଇଅଛନ୍ତି ଓ ଆପଣାମାନଙ୍କର ଅଧର୍ମଜନକ ବିଘ୍ନ ଆପଣା ଆପଣା ସମ୍ମୁଖରେ ରଖିଅଛନ୍ତି; ଆମ୍ଭେ କି କୌଣସିମତେ ସେମାନଙ୍କୁ ଆମ୍ଭ ନିକଟରେ ଅନୁସନ୍ଧାନ କରିବାକୁ ଦେବା ? 4ଏହେତୁ ତୁମ୍ଭେ ସେମାନଙ୍କୁ କୁହ, ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି, ଇସ୍ରାଏଲ ବଂଶର ଯେଉଁ ପ୍ରତ୍ୟେକ ଲୋକ ଆପଣା ଦେବତାକୁ ଆପଣା ହୃଦୟକୁ ନିଏ ଓ ଆପଣାର ଅଧର୍ମଜନକ ବିଘ୍ନ ଆପଣା ସମ୍ମୁଖରେ ରଖେ, ଆଉ ଭବିଷ୍ୟଦ୍ବକ୍ତା ନିକଟକୁ ଆସେ; ସେହି ଲୋକକୁ ଆମ୍ଭେ ସଦାପ୍ରଭୁ ତାହାର ଦେବତାଗଣର ବାହୁଲ୍ୟାନୁସାରେ ତଦ୍ବିଷୟରେ ଉତ୍ତର ଦେବା; 5ଏହିରୂପେ ଆମ୍ଭେ ଇସ୍ରାଏଲ ବଂଶକୁ ସେମାନଙ୍କର ହୃଦୟରୂପ ଫାନ୍ଦରେ ଧରିବା, କାରଣ ସେମାନେ ସମସ୍ତେ ଆପଣା ଆପଣା ଦେବଗଣ ଦ୍ୱାରା ଆମ୍ଭଠାରୁ ବିମୁଖ ହୋଇଅଛନ୍ତି। 6ଏହେତୁ ଇସ୍ରାଏଲ ବଂଶକୁ କୁହ, ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି; ତୁମ୍ଭେମାନେ ଫେର, ଆପଣା ଆପଣା ଦେବଗଣଠାରୁ ବିମୁଖ ହୁଅ, ତୁମ୍ଭମାନଙ୍କର ସମସ୍ତ ଘୃଣାଯୋଗ୍ୟ କ୍ରିୟାରୁ ଆପଣା ଆପଣା ମୁଖ ଫେରାଅ। 7କାରଣ ଇସ୍ରାଏଲ ବଂଶର ଓ ଇସ୍ରାଏଲ ମଧ୍ୟରେ ପ୍ରବାସକାରୀଗଣର ଯେ ପ୍ରତ୍ୟେକ ଲୋକ ଆମ୍ଭଠାରୁ ଆପଣାକୁ ପୃଥକ୍ କରେ ଓ ଆପଣା ଦେବଗଣକୁ ଆପଣା ହୃଦୟକୁ ନିଏ ଓ ଆପଣାର ଅଧର୍ମଜନକ ବିଘ୍ନ ଆପଣା ସମ୍ମୁଖରେ ରଖେ, ଆଉ ଆପଣା ବିଷୟ ଆମ୍ଭ ନିକଟରେ ଅନୁସନ୍ଧାନ କରିବା ପାଇଁ ଭବିଷ୍ୟଦ୍ବକ୍ତା ନିକଟକୁ ଆସେ; ଆମ୍ଭେ ସଦାପ୍ରଭୁ ଆପେ ତାହାକୁ ଉତ୍ତର ଦେବା। 8ପୁଣି, ଆମ୍ଭେ ସେ ଲୋକର ବିରୁଦ୍ଧରେ ଆପଣା ମୁଖ ରଖିବା ଓ ତାହାକୁ ଚିହ୍ନ ଓ ଦୃଷ୍ଟାନ୍ତର ନିମନ୍ତେ ବିସ୍ମୟାସ୍ପଦ କରିବା, ଆଉ ଆମ୍ଭେ ଆମ୍ଭ ଲୋକମାନଙ୍କ ମଧ୍ୟରୁ ତାହାକୁ ଉଚ୍ଛିନ୍ନ କରିବା; ତହିଁରେ ଆମ୍ଭେ ଯେ ସଦାପ୍ରଭୁ ଅଟୁ, ଏହା ତୁମ୍ଭେମାନେ ଜାଣିବ। 9ଆଉ, ଭବିଷ୍ୟଦ୍ବକ୍ତା ଭ୍ରାନ୍ତ ହୋଇ ଯଦି କୌଣସି କଥା କହେ, ତେବେ ଆମ୍ଭେ ସଦାପ୍ରଭୁ ସେ ଭବିଷ୍ୟଦ୍ବକ୍ତାଙ୍କୁ ଭ୍ରାନ୍ତ କରାଇଅଛୁ, ଆମ୍ଭେ ତାହାର ବିରୁଦ୍ଧରେ ଆପଣା ହସ୍ତ ବିସ୍ତାର କରିବା ଓ ଆମ୍ଭ ଇସ୍ରାଏଲ ଲୋକଙ୍କ ମଧ୍ୟରୁ ତାହାକୁ ବିନଷ୍ଟ କରିବା। 10ପୁଣି, ସେମାନେ ଆପଣା ଆପଣା ଅଧର୍ମର ଭାର ବୋହିବେ; ଭବିଷ୍ୟଦ୍ବକ୍ତାର ଅଧର୍ମ ଓ ତାହାର ଅନ୍ୱେଷଣକାରୀର ଅଧର୍ମ ଏକ ସମାନ ହେବ; 11ତହିଁରେ ଇସ୍ରାଏଲ ବଂଶ ଆମ୍ଭଠାରୁ ଆଉ ବିପଥଗାମୀ ହେବେ ନାହିଁ, କିଅବା ଆପଣାମାନଙ୍କର ସକଳ ଆଜ୍ଞା ଲଘଂନ ଦ୍ୱାରା ସେମାନେ ଆଉ ଆପଣାମାନଙ୍କୁ ଅଶୁଚି କରିବେ ନାହିଁ; ମାତ୍ର ସେମାନେ ଆମ୍ଭର ଲୋକ ହେବେ ଓ ଆମ୍ଭେ ସେମାନଙ୍କର ପରମେଶ୍ୱର ହେବା, ଏହା ପ୍ରଭୁ, ସଦାପ୍ରଭୁ କହନ୍ତି।”
ଯିରୂଶାଲମର ଅମଙ୍ଗଳ ନିଶ୍ଚିତ
12ଏଥିଉତ୍ତାରେ ସଦାପ୍ରଭୁଙ୍କର ଏହି ବାକ୍ୟ ମୋ’ ନିକଟରେ ଉପସ୍ଥିତ ହେଲା, 13“ହେ ମନୁଷ୍ୟ-ସନ୍ତାନ, କୌଣସି ଦେଶ ସତ୍ୟ-ଲଙ୍ଘନ ଦ୍ୱାରା ଆମ୍ଭ ବିରୁଦ୍ଧରେ ପାପ କଲେ, ଯେତେବେଳେ ଆମ୍ଭେ ତାହା ବିରୁଦ୍ଧରେ ଆପଣା ହସ୍ତ ବିସ୍ତାର କରୁ, ତାହାର ଅନ୍ନରୂପ ଯଷ୍ଟି ଭାଙ୍ଗୁ ଓ ତହିଁ ମଧ୍ୟକୁ ଦୁର୍ଭିକ୍ଷ ପଠାଉ, ପୁଣି ତହିଁ ମଧ୍ୟରୁ ମନୁଷ୍ୟ ଓ ପଶୁକୁ ଉଚ୍ଛିନ୍ନ କରୁ; 14ସେତେବେଳେ ନୋହ, ଦାନିୟେଲ ଓ ଆୟୁବ, ଏହି ତିନି ବ୍ୟକ୍ତି ଯଦି ତହିଁ ମଧ୍ୟରେ ଥା’ନ୍ତେ, ତେବେ ସେମାନେ ଆପଣା ଆପଣା ଧାର୍ମିକତା ଦ୍ୱାରା ଆପଣା ପ୍ରାଣ ମାତ୍ର ରକ୍ଷା କରନ୍ତେ,” ଏହା ପ୍ରଭୁ, ସଦାପ୍ରଭୁ କହନ୍ତି। 15ଆମ୍ଭେ ଯଦି ଦେଶ ମଧ୍ୟରେ ହିଂସ୍ରକ ପଶୁଗଣକୁ ଗତାୟାତ କରାଉ, ଆଉ ସେମାନେ ତାହା ଏରୂପ ବିନଷ୍ଟ କରନ୍ତି ଯେ, ଦେଶ ଧ୍ୱଂସର ସ୍ଥାନ ହୁଏ ଓ ପଶୁମାନଙ୍କ ଭୟରେ କୌଣସି ମନୁଷ୍ୟ ତହିଁ ମଧ୍ୟରେ ଗତାୟାତ ନ କରେ; 16ତେବେ ଏହି ତିନି ବ୍ୟକ୍ତି ତହିଁ ମଧ୍ୟରେ ଥିଲେ ହେଁ ପ୍ରଭୁ, ସଦାପ୍ରଭୁ କହନ୍ତି, “ଆମ୍ଭେ ଜୀବିତ ଥିବା ପ୍ରମାଣେ ସେମାନେ ପୁତ୍ର କି କନ୍ୟାଗଣକୁ ଉଦ୍ଧାର କରି ପାରିବେ ନାହିଁ; କେବଳ ସେମାନେ ଉଦ୍ଧାର ପାଇବେ, ମାତ୍ର ଦେଶ ଧ୍ୱଂସସ୍ଥାନ ହେବ। 17ଅଥବା ଆମ୍ଭେ ଯଦି ସେହି ଦେଶ ବିରୁଦ୍ଧରେ ଖଡ୍ଗ ଆଣୁ, ଆଉ ଆଜ୍ଞା କରୁ, ହେ ଖଡ୍ଗ, ଦେଶ ମଧ୍ୟ ଦେଇ ଗମନ କର ଓ ଆମ୍ଭେ ମନୁଷ୍ୟ ଓ ପଶୁକୁ ତହିଁ ମଧ୍ୟରୁ ଉଚ୍ଛିନ୍ନ କରୁ,” 18ତେବେ ଏହି ତିନି ବ୍ୟକ୍ତି ତହିଁ ମଧ୍ୟରେ ଥିଲେ ହେଁ ପ୍ରଭୁ, ସଦାପ୍ରଭୁ କହନ୍ତି, “ଆମ୍ଭେ ଜୀବିତ ଥିବା ପ୍ରମାଣେ ସେମାନେ ପୁତ୍ର କିମ୍ବା କନ୍ୟାଗଣକୁ ଉଦ୍ଧାର କରି ପାରିବେ ନାହିଁ, ମାତ୍ର କେବଳ ନିଜେ ନିଜେ ଉଦ୍ଧାର ପ୍ରାପ୍ତ ହେବେ।” 19ଅଥବା ଆମ୍ଭେ ଯଦି ସେହି ଦେଶକୁ ମହାମାରୀ ପଠାଉ, ଆଉ ତହିଁ ମଧ୍ୟରୁ ମନୁଷ୍ୟ ଓ ପଶୁକୁ ଉଚ୍ଛିନ୍ନ କରିବା ପାଇଁ ତହିଁ ଉପରେ ଆମ୍ଭର କୋପ ଢାଳି ରକ୍ତ ବହାଉ; 20ତେବେ ନୋହ, ଦାନିୟେଲ ଓ ଆୟୁବ ତହିଁ ମଧ୍ୟରେ ଥିଲେ ହେଁ ପ୍ରଭୁ, ସଦାପ୍ରଭୁ କହନ୍ତି, “ଆମ୍ଭେ ଜୀବିତ ଥିବା ପ୍ରମାଣେ ସେମାନେ ପୁତ୍ର କିମ୍ବା କନ୍ୟାକୁ ଉଦ୍ଧାର କରି ପାରିବେ ନାହିଁ; ସେମାନେ ଆପଣା ଆପଣା ଧାର୍ମିକତା ଦ୍ୱାରା କେବଳ ନିଜ ନିଜ ପ୍ରାଣ ଉଦ୍ଧାର କରିବେ।” 21କାରଣ ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି; “ଆମ୍ଭେ ମନୁଷ୍ୟ ଓ ପଶୁଗଣକୁ ଉଚ୍ଛିନ୍ନ କରିବା ପାଇଁ ଯେତେବେଳେ ଯିରୂଶାଲମ ବିରୁଦ୍ଧରେ ଖଡ୍ଗ, ଦୁର୍ଭିକ୍ଷ, ହିଂସ୍ରକ ପଶୁ ଓ ମହାମାରୀ, ଆମ୍ଭର ଏହି ଚାରି ମହାଦଣ୍ଡ ପଠାଇବା, ସେତେବେଳେ ଆଉ କେତେ ଅଧିକ ନ ଘଟିବ ? 22ତଥାପି ଦେଖ, ତହିଁ ମଧ୍ୟରେ ପୁତ୍ର ଓ କନ୍ୟାଗଣ ଉଭୟର ଅବଶିଷ୍ଟାଂଶ ରହି ବାହାରେ ଅଣାଯିବେ; ଦେଖ, ସେମାନେ ତୁମ୍ଭମାନଙ୍କ ନିକଟକୁ ଆସିବେ ଓ ତୁମ୍ଭେମାନେ ସେମାନଙ୍କର ଆଚାର ବ୍ୟବହାର ଓ କ୍ରିୟାସକଳ ଦେଖିବ; ପୁଣି, ଆମ୍ଭେ ଯିରୂଶାଲମ ଉପରେ ଯେଉଁ ଅମଙ୍ଗଳ ଘଟାଇଅଛୁ, ତାହା ପ୍ରତି ଯେସକଳ ବର୍ତ୍ତାଇଅଛୁ, ତହିଁ ବିଷୟରେ ତୁମ୍ଭେମାନେ ସାନ୍ତ୍ୱନା ପାଇବ। 23ଆଉ, ସେମାନେ ତୁମ୍ଭମାନଙ୍କୁ ସାନ୍ତ୍ୱନା କରିବେ, ତୁମ୍ଭେମାନେ ସେମାନଙ୍କର ଆଚାର ବ୍ୟବହାର ଓ କ୍ରିୟା ଦେଖିଲେ ଜାଣିବ ଯେ, ଆମ୍ଭେ ତହିଁ ମଧ୍ୟରେ ଯାହା ଯାହା କରିଅଛୁ, ସେହି ସବୁ ଅକାରଣରେ କରି ନାହୁଁ,” ଏହା ପ୍ରଭୁ, ସଦାପ୍ରଭୁ କହନ୍ତି।
Currently Selected:
ଯିହିଜିକଲ ଭବିଷ୍ୟଦବକ୍ତାଙ୍କ ପୁସ୍ତକ 14: ORYIRV
Highlight
Copy
Compare
Share
Want to have your highlights saved across all your devices? Sign up or sign in
© 2017 Bridge Connectivity Solutions. Released under the Creative Commons Attribution Share-Alike license 4.0