ଯିହିଜିକଲ ଭବିଷ୍ୟଦବକ୍ତାଙ୍କ ପୁସ୍ତକ 40
40
ନୂତନ ମନ୍ଦିରର ଦର୍ଶନ
1ଆମ୍ଭମାନଙ୍କ ନିର୍ବାସନର ପଚିଶ ବର୍ଷରେ, ବର୍ଷର ଆରମ୍ଭରେ ମାସର ଦଶମ ଦିନରେ, ଅର୍ଥାତ୍, ନଗର ନିପାତିତ ହେଲା ଉତ୍ତାରେ ଚତୁର୍ଦ୍ଦଶ ବର୍ଷର ଉକ୍ତ ଦିବସରେ ସଦାପ୍ରଭୁଙ୍କର ହସ୍ତ ମୋ’ ଉପରେ ଅଧିଷ୍ଠିତ ଥିଲା ଓ ସେ ମୋତେ ସେହି ସ୍ଥାନରେ ଉପସ୍ଥିତ କରାଇଲେ। 2ଈଶ୍ୱରୀୟ ଦର୍ଶନରେ ସେ ମୋତେ ଇସ୍ରାଏଲ ଦେଶକୁ ଆଣି ଅତି ଉଚ୍ଚ ଏକ ପର୍ବତରେ ବସାଇଲେ, ତହିଁ ଉପରେ, ଦକ୍ଷିଣ ଦିଗରେ ଗୋଟିଏ ନଗର ତୁଲ୍ୟ ଆକୃତି ଥିଲା। 3ସେ ମୋତେ ସେହି ସ୍ଥାନକୁ ନେଇ ଗଲେ, ଆଉ ଦେଖ, ସେଠାରେ ଏକ ପୁରୁଷ ଥିଲେ, ପିତ୍ତଳର ଆଭା ତୁଲ୍ୟ ତାଙ୍କର ଆଭା, ତାଙ୍କ ହସ୍ତରେ ଛଣପଟର ଏକ ରଜ୍ଜୁ ଓ ପରିମାପକ ଏକ ନଳ ଥିଲା ଓ ସେ ଦ୍ୱାରରେ ଠିଆ ହୋଇଥିଲେ। 4ଏଥିରେ ସେ ପୁରୁଷ ମୋତେ କହିଲେ, “ହେ ମନୁଷ୍ୟ-ସନ୍ତାନ, ଆମ୍ଭେ ତୁମ୍ଭକୁ ଯାହା ଯାହା ଦେଖାଇବା, ସେହି ସବୁ ତୁମ୍ଭେ ଆପଣା ଚକ୍ଷୁରେ ଦେଖ ଓ ଆପଣା କର୍ଣ୍ଣରେ ଶୁଣ ଓ ତହିଁରେ ମନୋନିବେଶ କର; କାରଣ ଆମ୍ଭେ ଯେପରି ସେହି ସବୁ ତୁମ୍ଭକୁ ଦେଖାଉ, ଏ ଅଭିପ୍ରାୟରେ ତୁମ୍ଭେ ଏଠାକୁ ଆନୀତ ହୋଇଅଛ; ତୁମ୍ଭେ ଯାହା ଯାହା ଦେଖିବ, ତାହାସବୁ ଇସ୍ରାଏଲ ବଂଶକୁ ଜ୍ଞାତ କରାଅ।”
ପୂର୍ବ ଦିଗର ଦ୍ୱାର
5ଆଉ ଦେଖ, ଗୃହର ବାହାରେ ଚତୁର୍ଦ୍ଦିଗରେ ଏକ ପ୍ରାଚୀର ଥିଲା ଓ ସେହି ପୁରୁଷଙ୍କ ହସ୍ତରେ ଏକ ପରିମାପକ ଦଣ୍ଡ ଥିଲା, ତାହା ଛଅ ହାତ ଦୀର୍ଘ, ପ୍ରତ୍ୟେକ ହାତ ଏକ ହାତ ଚାରି ଅଙ୍ଗୁଳି ପରିମିତ; ତହିଁରେ ସେ ଗୃହର “ସ୍ଥୂଳତା” ଏକ ହାତ ଓ ଉଚ୍ଚତା ଏକ ହାତ ମାପିଲେ। 6ଏଉତ୍ତାରେ ସେ ପୂର୍ବାଭିମୁଖ ଦ୍ୱାରକୁ ଆସି ତହିଁର ପାବଚ୍ଛ ଦେଇ ଉପରକୁ ଉଠିଲେ; ଆଉ, ଦ୍ୱାରର ସମ୍ମୁଖ ସ୍ଥାନର ପ୍ରସ୍ଥ ଏକ ହାତ ଓ ଅନ୍ୟ ସମ୍ମୁଖ ସ୍ଥାନର ପ୍ରସ୍ଥ ଏକ ହାତ ମାପିଲେ। 7ପୁଣି, ପ୍ରତ୍ୟେକ କ୍ଷୁଦ୍ର କୋଠରି ଏକ ହାତ ଦୀର୍ଘ ଓ ଏକ ହାତ ପ୍ରସ୍ଥ ଥିଲା; ଆଉ, ପ୍ରତ୍ୟେକ କ୍ଷୁଦ୍ର କୋଠରିର ମଧ୍ୟରେ ପାଞ୍ଚ ପାଞ୍ଚ ହାତ ଛଡ଼ା ଥିଲା ଓ ଗୃହାଭିମୁଖ ଦ୍ୱାରର ବାରଣ୍ଡା ନିକଟସ୍ଥ ଦ୍ୱାରର ସମ୍ମୁଖ ସ୍ଥାନ ଏକ ହାତ ଥିଲା। 8ଗୃହାଭିମୁଖ ଦ୍ୱାରର ବାରଣ୍ଡା ମଧ୍ୟ ସେ ଏକ ହାତ ମାପିଲେ। 9ତହୁଁ ସେ ଦ୍ୱାରର ବାରଣ୍ଡା ଆଠ ହାତ ମାପିଲେ ଓ ତହିଁର ଉପସ୍ତମ୍ଭସକଳ ଦୁଇ ହାତ ଥିଲା; ପୁଣି, ଦ୍ୱାରର ବାରଣ୍ଡା ଗୃହ ପ୍ରତି ଥିଲା। 10ଆଉ, ପୂର୍ବାଭିମୁଖ ଦ୍ୱାରର କ୍ଷୁଦ୍ର କୋଠରି ଏପାଖରେ ତିନି ଓ ସେପାଖରେ ତିନି ଥିଲା; ସେ ତିନିର ମାପ ଏକ ସମାନ ଥିଲା; ଆଉ, ଏପାଖ ଓ ସେପାଖ ସ୍ତମ୍ଭସବୁର ଏକ ସମାନ ମାପ ଥିଲା। 11ପୁଣି, ସେ ଦ୍ୱାରର ପ୍ରବେଶ-ସ୍ଥାନର ପ୍ରସ୍ଥ ଦଶ ହାତ ଓ ଦ୍ୱାରର ଦୀର୍ଘତା ତେର ହାତ ମାପିଲେ, 12ଆଉ କ୍ଷୁଦ୍ର କୋଠରି ସକଳର ସମ୍ମୁଖରେ, ଏପାଖରେ ଏକ ହାତ, ସେପାଖରେ ଏକ ହାତ ଧାର ଥିଲା ଓ ପ୍ରତ୍ୟେକ କ୍ଷୁଦ୍ର କୋଠରି ଏକ ପାଖରେ ଛଅ ହାତ, ଅନ୍ୟ ପାଖରେ ଛଅ ହାତ ଥିଲା। 13ପୁଣି, ସେ ଏକ କ୍ଷୁଦ୍ର କୋଠରିର ଛାତଠାରୁ ଅନ୍ୟ କ୍ଷୁଦ୍ର କୋଠରିର ଛାତ ପର୍ଯ୍ୟନ୍ତ ଦ୍ୱାରର ପ୍ରସ୍ଥ ପଚିଶ ହାତ ମାପିଲେ; ଦ୍ୱାର ସମ୍ମୁଖରେ ଦ୍ୱାର ଥିଲା। 14ଉପସ୍ତମ୍ଭସକଳ ମଧ୍ୟ ସେ ଷାଠିଏ ହାତ ମାପିଲେ; ପୁଣି, ପ୍ରାଙ୍ଗଣ ଉପସ୍ତମ୍ଭ ପର୍ଯ୍ୟନ୍ତ ଗଲା, ଚାରିଆଡ଼େ ଦ୍ୱାର ଥିଲା। 15ପୁଣି, ପ୍ରବେଶାର୍ଥକ ଦ୍ୱାରର ଅଗ୍ରଭାଗରୁ ଅନ୍ତରସ୍ଥ ବାରଣ୍ଡାର ଅଗ୍ରଭାଗ ପର୍ଯ୍ୟନ୍ତ ପଚାଶ ହାତ ଥିଲା। 16ପୁଣି, ଦ୍ୱାର ଭିତରେ ଚାରିଆଡ଼େ କ୍ଷୁଦ୍ର କୋଠରି ଓ ଉପସ୍ତମ୍ଭସକଳର ବନ୍ଦ ଜଳାକବାଟି ଥିଲା ଓ ମଣ୍ଡପସକଳରେ ମଧ୍ୟ ତଦ୍ରୂପ ଥିଲା, ଆଉ ଜଳାକବାଟି ସବୁ ଭିତରେ ଚାରିଆଡ଼େ ଥିଲା ଓ ପ୍ରତ୍ୟେକ ଉପସ୍ତମ୍ଭ ଉପରେ ଖର୍ଜ୍ଜୁର ବୃକ୍ଷର ଆକୃତି ଥିଲା।
ବାହାର ପ୍ରାଙ୍ଗଣ
17ତହୁଁ ସେ ମୋତେ ବାହାର ପ୍ରାଙ୍ଗଣକୁ ଆଣିଲେ, ଆଉ ଦେଖ, ପ୍ରାଙ୍ଗଣର ଚାରିଆଡ଼େ କେତେକ କୋଠରି ଓ ନିର୍ମିତ ଚଟାଣ ଥିଲା; ସେହି ଚଟାଣ ଉପରେ ତିରିଶ କୋଠରି ଥିଲା। 18ପୁଣି, ସେହି ଚଟାଣ ଦ୍ୱାରସକଳର ପାର୍ଶ୍ୱରେ, ଦ୍ୱାରର ଦୀର୍ଘତାନୁସାରେ ଥିଲା, ଏହା ନିମ୍ନତର ଚଟାଣ। 19ତେବେ ସେ ନିମ୍ନତର ଦ୍ୱାରର ଅଗ୍ରଭାଗଠାରୁ ଭିତର ପ୍ରାଙ୍ଗଣର ଅଗ୍ରଭାଗ ପର୍ଯ୍ୟନ୍ତ ବାହାର ପ୍ରସ୍ଥ ମାପିଲେ, ପୂର୍ବ ଓ ଉତ୍ତର ଉଭୟ ଦିଗରେ ଏକଶହ ହାତ।
ଉତ୍ତର ଦ୍ୱାର
20ପୁଣି, ସେ ବାହାର ପ୍ରାଙ୍ଗଣର ଉତ୍ତରାଭିମୁଖ ଦ୍ୱାରର ଦୀର୍ଘତା ଓ ପ୍ରସ୍ଥ ମାପିଲେ। 21ଆଉ, ତହିଁର ଏକ ପାର୍ଶ୍ୱରେ ତିନି, ଅନ୍ୟ ପାର୍ଶ୍ୱରେ ତିନି କ୍ଷୁଦ୍ର କୋଠରି ଓ ତହିଁର ଉପସ୍ତମ୍ଭ ଓ ମଣ୍ଡପସକଳର ପରିମାଣ ପ୍ରଥମ ଦ୍ୱାରର ପରିମାଣ ତୁଲ୍ୟ, ଅର୍ଥାତ୍, ତହିଁର ଦୀର୍ଘତା ପଚାଶ ହାତ ଓ ପ୍ରସ୍ଥ ପଚିଶ ହାତ ଥିଲା। 22ପୁଣି, ତହିଁର ଜଳାକବାଟି, ମଣ୍ଡପ ଓ ଖର୍ଜ୍ଜୁର ବୃକ୍ଷର ଆକୃତିସକଳ ପୂର୍ବାଭିମୁଖ ଦ୍ୱାରର ପରିମାଣାନୁସାରେ ଥିଲା; ଲୋକମାନେ ସାତ ପାହାଚ ଦେଇ ତହିଁ ଉପରକୁ ଗଲେ ଓ ତହିଁର ମଣ୍ଡପ ତହିଁ ସମ୍ମୁଖରେ ଥିଲା। 23ଆଉ, ଉତ୍ତର ଓ ପୂର୍ବ ଦୁଇଆଡ଼େ, ଅନ୍ୟ ଦ୍ୱାରର ସମ୍ମୁଖରେ ଭିତର ପ୍ରାଙ୍ଗଣକୁ ଗୋଟିଏ ଦ୍ୱାର ଥିଲା; ପୁଣି, ସେ ଏକ ଦ୍ୱାରଠାରୁ ଅନ୍ୟ ଦ୍ୱାର ପର୍ଯ୍ୟନ୍ତ ଏକଶହ ହାତ ମାପିଲେ।
ଦକ୍ଷିଣ ଦ୍ୱାର
24ଏଥିଉତ୍ତାରେ ସେ ମୋତେ ଦକ୍ଷିଣ ଦିଗକୁ ନେଇଗଲେ, ଆଉ ଦେଖ, ଦକ୍ଷିଣଆଡ଼େ ଏକ ଦ୍ୱାର ଥିଲା; ଆଉ, ସେ ଉପରୋକ୍ତ ପରିମାଣାନୁସାରେ ତହିଁର ଉପସ୍ତମ୍ଭ ଓ ମଣ୍ଡପସକଳ ପରିମାଣ କଲେ। 25ପୁଣି, ତହିଁରେ ଓ ତହିଁର ମଣ୍ଡପସକଳର ଚାରିଆଡ଼େ ପୂର୍ବୋକ୍ତ ଜଳାକବାଟି ପରି ଜଳାକବାଟି ଥିଲା; ଦୀର୍ଘତା ପଚାଶ ହାତ ଓ ପ୍ରସ୍ଥ ପଚିଶ ହାତ ଥିଲା। 26ତହିଁ ଉପରକୁ ଯିବା ପାଇଁ ସାତୋଟି ପାବଚ୍ଛ ଥିଲା ଓ ତହିଁର ମଣ୍ଡପ ତହିଁ ସମ୍ମୁଖରେ ଥିଲା; ପୁଣି, ତହିଁର ଉପସ୍ତମ୍ଭସକଳର ଏପାଖରେ ସେପାଖରେ ଏକ ଏକ ଖର୍ଜ୍ଜୁର ବୃକ୍ଷର ଆକୃତି ଥିଲା। 27ଆଉ, ଦକ୍ଷିଣ ଆଡ଼ ଭିତର ପ୍ରାଙ୍ଗଣକୁ ଏକ ଦ୍ୱାର ଥିଲା; ତହୁଁ ସେ ଦକ୍ଷିଣ ଆଡ଼ର ଏକ ଦ୍ୱାରଠାରୁ ଅନ୍ୟ ଦ୍ୱାର ପର୍ଯ୍ୟନ୍ତ ଏକଶହ ହାତ ମାପିଲେ।
ଭିତର ପ୍ରାଙ୍ଗଣ
28ଏଉତ୍ତାରେ ସେ ମୋତେ ଦକ୍ଷିଣ ଦ୍ୱାର ଦେଇ ଭିତର ପ୍ରାଙ୍ଗଣକୁ ଆଣିଲେ ଓ ସେ ପୂର୍ବୋକ୍ତ ପରିମାଣାନୁସାରେ ଦକ୍ଷିଣ ଦ୍ୱାର ମାପିଲେ; 29ଆଉ, ତହିଁର କ୍ଷୁଦ୍ର କୋଠରି ଓ ଉପସ୍ତମ୍ଭ ଓ ମଣ୍ଡପସକଳ ସେହି ପରିମାଣାନୁସାରେ ମାପିଲେ; ଆଉ, ତହିଁରେ ଓ ତହିଁର ମଣ୍ଡପରେ ଚାରିଆଡ଼େ ଜଳାକବାଟି ଥିଲା; ତାହା ପଚାଶ ହାତ ଦୀର୍ଘ ଓ ପଚିଶ ହାତ ପ୍ରସ୍ଥ ଥିଲା। 30ପୁଣି, ତହିଁର ଚାରିଆଡ଼େ ପଚିଶ ହାତ ଦୀର୍ଘ ପାଞ୍ଚ ହାତ ପ୍ରସ୍ଥ ମଣ୍ଡପ ଥିଲା। 31ଆଉ, ତହିଁର ମଣ୍ଡପସକଳ ବାହାର ପ୍ରାଙ୍ଗଣର ଅଭିମୁଖରେ ଥିଲା ଓ ତହିଁର ଉପସ୍ତମ୍ଭସକଳର ଉପରେ ଖର୍ଜ୍ଜୁର ବୃକ୍ଷର ଆକୃତି ଥିଲା; ଆଉ, ତହିଁ ଉପରକୁ ଯିବା ପାଇଁ ଆଠଟି ପାବଚ୍ଛ ଥିଲା। 32ଏଥିଉତ୍ତାରେ ସେ ମୋତେ ପୂର୍ବଦିଗର ଭିତର ପ୍ରାଙ୍ଗଣ ମଧ୍ୟକୁ ଆଣିଲେ ଓ ସେ ପୂର୍ବୋକ୍ତ ପରିମାଣ ଅନୁସାରେ ଦ୍ୱାର ମାପିଲେ। 33ଆଉ, ତହିଁର କ୍ଷୁଦ୍ର କୋଠରି ଓ ଉପସ୍ତମ୍ଭ ଓ ମଣ୍ଡପସକଳ ସେହି ପରିମାଣାନୁସାରେ ମାପିଲେ; ପୁଣି, ତହିଁରେ ଓ ତହିଁର ମଣ୍ଡପସକଳର ଚାରିଆଡ଼େ ଜଳାକବାଟି ଥିଲା; ତାହା ଦୀର୍ଘରେ ପଚାଶ ହାତ ଓ ପ୍ରସ୍ଥରେ ପଚିଶ ହାତ। 34ଆଉ, ତହିଁର ମଣ୍ଡପସକଳ ବାହାର ପ୍ରାଙ୍ଗଣର ଅଭିମୁଖରେ ଥିଲା ଓ ତହିଁର ଉପସ୍ତମ୍ଭସକଳର ଏପାଖେ ସେପାଖେ ଖର୍ଜ୍ଜୁର ବୃକ୍ଷର ଆକୃତି ଥିଲା; ପୁଣି, ତହିଁ ଉପରକୁ ଯିବା ପାଇଁ ଆଠଗୋଟି ପାବଚ୍ଛ ଥିଲା। 35ତହୁଁ ସେ ମୋତେ ଉତ୍ତର ଦ୍ୱାରକୁ ଆଣିଲେ ଓ ସେ ପୂର୍ବୋକ୍ତ ପରିମାଣାନୁସାରେ ତାହା ମାପିଲେ; 36ତହିଁର କ୍ଷୁଦ୍ର କୋଠରି, ଉପସ୍ତମ୍ଭ ଓ ମଣ୍ଡପସକଳ ମାପିଲେ; ଆଉ, ତହିଁରେ ଚାରିଆଡ଼େ ଜଳାକବାଟି ଥିଲା; ତାହା ଦୀର୍ଘରେ ପଚାଶ ହାତ ଓ ପ୍ରସ୍ଥରେ ପଚିଶ ହାତ। 37ପୁଣି, ତହିଁର ଉପସ୍ତମ୍ଭସକଳ ତାହାର ପ୍ରାଙ୍ଗଣର ଅଭିମୁଖରେ ଥିଲା; ଆଉ, ସେହି ଉପସ୍ତମ୍ଭସକଳର ଉପରେ ଏପାଖେ ସେପାଖେ ଖର୍ଜ୍ଜୁର ବୃକ୍ଷର ଆକୃତି ଥିଲା; ପୁଣି, ତହିଁ ଉପରକୁ ଯିବା ପାଇଁ ଆଠଗୋଟି ପାବଚ୍ଛ ଥିଲା। 38ପୁଣି, ଦ୍ୱାରମାନର ନିକଟସ୍ଥ ଉପସ୍ତମ୍ଭସକଳର ପାଖରେ ଦ୍ୱାରବିଶିଷ୍ଟ ଏକ କୋଠରି ଥିଲା; ସେଠାରେ ସେମାନେ ହୋମ-ବଳି ଧୌତ କଲେ 39ଆଉ, ତହିଁ ଉପରେ ହୋମାର୍ଥକ, ପାପାର୍ଥକ ଓ ଦୋଷାର୍ଥକ ବଳି ବଧ କରିବା ପାଇଁ ଦ୍ୱାର ବାରଣ୍ଡାର ଏପାଖରେ ଦୁଇ ମେଜ ଓ ସେପାଖରେ ଦୁଇ ମେଜ ଥିଲା। 40ପୁଣି, ଦ୍ୱାରର ପାର୍ଶ୍ୱରେ ବାହାରେ ଓ ଉତ୍ତର ଦ୍ୱାର ଉପରକୁ ଯିବାର ପ୍ରବେଶ-ସ୍ଥାନ ନିକଟରେ ଏପାଖରେ ଦୁଇ ମେଜ ଥିଲା ଓ ଦ୍ୱାର ବାରଣ୍ଡାର ସେପାଖରେ ଦୁଇ ମେଜ ଥିଲା; 41ଦ୍ୱାର ପାର୍ଶ୍ୱର ଏପାଖରେ ଚାରି ମେଜ, ସେପାଖରେ ଚାରି ମେଜ ଥିଲା; ଏହିରୂପେ ଆଠ ମେଜ ଥିଲା, ତହିଁ ଉପରେ ବଳି ବଧ କରାଗଲା। 42ଆଉ, ହୋମ-ବଳି ନିମନ୍ତେ କଟା ପ୍ରସ୍ତରର ଚାରି ମେଜ ଥିଲା, ତହିଁର ଦୀର୍ଘତା ଦେଢ଼ ହାତ ଓ ପ୍ରସ୍ଥ ଦେଢ଼ ହାତ ଓ ଉଚ୍ଚ ଏକ ହାତ; ତହିଁ ଉପରେ ହୋମ ଓ ପ୍ରାୟଶ୍ଚିତ୍ତାର୍ଥକ-ବଳି ବଧ କରିବାର ଅସ୍ତ୍ର ରଖାଗଲା। 43ପୁଣି, ଚାରି ଅଙ୍ଗୁଳି ଦୀର୍ଘ ଆଙ୍କୁଡ଼ିମାନ ଭିତର ଚାରିଆଡ଼େ ଲଗା ହୋଇଥିଲା; ଆଉ, ମେଜମାନର ଉପରେ ଉପହାରାର୍ଥକ ମାଂସ ରଖାଗଲା। 44ଆଉ, ଭିତର ଦ୍ୱାରର ବାହାରେ ଭିତର ପ୍ରାଙ୍ଗଣରେ ଗାୟକମାନଙ୍କ ପାଇଁ କୋଠରି ଥିଲା, ସେହି ସବୁ ଉତ୍ତର ଦ୍ୱାରର ପାର୍ଶ୍ୱସ୍ଥିତ ଓ ସେହି ସବୁର ମୁଖ ଦକ୍ଷିଣ ପ୍ରତି ଥିଲା; ପୂର୍ବ ଦ୍ୱାରର ପାର୍ଶ୍ୱସ୍ଥିତ ଗୋଟିଏ କୋଠରିର ମୁଖ ଉତ୍ତର ପ୍ରତି ଥିଲା। 45ପୁଣି, ସେ ମୋତେ କହିଲେ, “ଏହି ଦକ୍ଷିଣାଭିମୁଖ କୋଠରିଗୃହର ରକ୍ଷଣୀୟ ରକ୍ଷାକାରୀ ଯାଜକମାନଙ୍କ ପାଇଁ ଅଛି। 46ଆଉ, ଯେଉଁ କୋଠରିର ମୁଖ ଉତ୍ତରଆଡ଼େ ଅଛି, ତାହା ଯଜ୍ଞବେଦିର ରକ୍ଷଣୀୟ ରକ୍ଷାକାରୀ ଯାଜକମାନଙ୍କ ପାଇଁ ଅଛି; ଏମାନେ ସାଦୋକର ସନ୍ତାନ, ଲେବୀର ସନ୍ତାନଗଣ ମଧ୍ୟରୁ ଏମାନେ ସଦାପ୍ରଭୁଙ୍କର ପରିଚର୍ଯ୍ୟା କରିବା ପାଇଁ ତାହାଙ୍କ ନିକଟକୁ ଆସନ୍ତି।”
ମନ୍ଦିର ପ୍ରାଙ୍ଗଣ
47ଏଉତ୍ତାରେ ସେ ପ୍ରାଙ୍ଗଣ ମାପିଲେ, ତାହା ଏକଶହ ହାତ ଦୀର୍ଘ, ଏକଶହ ହାତ ପ୍ରସ୍ଥ, ଚାରିଆଡ଼େ ଏକ ସମାନ ଥିଲା ଓ ଗୃହ ସମ୍ମୁଖରେ ଯଜ୍ଞବେଦି ଥିଲା। 48ତେବେ ସେ ମୋତେ ଗୃହର ବାରଣ୍ଡାକୁ ଆଣି ବାରଣ୍ଡାରେ ସ୍ଥିତ ପ୍ରତ୍ୟେକ ଉପସ୍ତମ୍ଭ ମାପିଲେ, ସେ ପ୍ରତ୍ୟେକ ଏପାଖେ ପାଞ୍ଚ ହାତ, ସେପାଖେ ପାଞ୍ଚ ହାତ; ପୁଣି, ଦ୍ୱାରର ପ୍ରସ୍ଥ ଏପାଖେ ତିନି ହାତ, ସେପାଖେ ତିନି ହାତ ଥିଲା। 49ବାରଣ୍ଡାର ଦୀର୍ଘ କୋଡ଼ିଏ ହାତ; ତହିଁର ପ୍ରସ୍ଥ ଏଗାର ହାତ ଓ ପାବଚ୍ଛ ଦେଇ ଲୋକମାନେ ଉପରକୁ ଗଲେ, ଆଉ ଉପସ୍ତମ୍ଭମାନଙ୍କ ନିକଟରେ ଏପାଖେ ଏକ ଓ ସେପାଖେ ଏକ ସ୍ତମ୍ଭ ଥିଲା।
Currently Selected:
ଯିହିଜିକଲ ଭବିଷ୍ୟଦବକ୍ତାଙ୍କ ପୁସ୍ତକ 40: ORYIRV
Highlight
Copy
Compare
Share
Want to have your highlights saved across all your devices? Sign up or sign in
© 2017 Bridge Connectivity Solutions. Released under the Creative Commons Attribution Share-Alike license 4.0