YouVersion Logo
Search Icon

ଯିହିଜିକଲ ଭବିଷ୍ୟଦବକ୍ତାଙ୍କ ପୁସ୍ତକ 48

48
1ଗୋଷ୍ଠୀବର୍ଗଙ୍କର ଏହି ଏହି ନାମ : ହମାତ୍‍ର ପ୍ରବେଶ-ସ୍ଥାନକୁ ଯିବାର ହିତ୍‍ଲୋନର ପଥ ନିକଟସ୍ଥ ଉତ୍ତର ପ୍ରାନ୍ତ ସୀମାଠାରୁ ଦମ୍ମେଶକର ସୀମା ନିକଟସ୍ଥ ହତ୍‍ସର-ଐନନ୍‍, ହମାତ୍‍ ପାର୍ଶ୍ୱସ୍ଥ ଉତ୍ତର ଦିଗ ପର୍ଯ୍ୟନ୍ତ; ଆଉ, ତହିଁର ପୂର୍ବ ଓ ପଶ୍ଚିମ ସୀମା ହେବ; ଦାନ୍, ଏକ ଅଂଶ। 2ଆଉ, ଦାନ୍‍ର ସୀମା ନିକଟରେ ପୂର୍ବଠାରୁ ପଶ୍ଚିମ ସୀମା ପର୍ଯ୍ୟନ୍ତ; ଆଶେର, ଏକ ଅଂଶ। 3ପୁଣି, ଆଶେରର ସୀମା ନିକଟରେ ପୂର୍ବଠାରୁ ପଶ୍ଚିମ ସୀମା ପର୍ଯ୍ୟନ୍ତ; ନପ୍ତାଲି, ଏକ ଅଂଶ 4ଓ ନପ୍ତାଲିର ସୀମା ନିକଟରେ ପୂର୍ବଠାରୁ ପଶ୍ଚିମ ସୀମା ପର୍ଯ୍ୟନ୍ତ; ମନଃଶି, ଏକ ଅଂଶ। 5ଆଉ, ମନଃଶିର ସୀମା ନିକଟରେ ପୂର୍ବଠାରୁ ପଶ୍ଚିମ ସୀମା ପର୍ଯ୍ୟନ୍ତ; ଇଫ୍ରୟିମ, ଏକ ଅଂଶ। 6ଇଫ୍ରୟିମର ସୀମା ନିକଟରେ ପୂର୍ବଠାରୁ ପଶ୍ଚିମ ସୀମା ପର୍ଯ୍ୟନ୍ତ; ରୁବେନ୍‍, ଏକ ଅଂଶ। 7ଆଉ, ରୁବେନ୍‍ର ସୀମା ନିକଟରେ ପୂର୍ବଠାରୁ ପଶ୍ଚିମ ସୀମା ପର୍ଯ୍ୟନ୍ତ; ଯିହୁଦା, ଏକ ଅଂଶ। 8ପୁଣି, ଯିହୁଦାର ସୀମା ନିକଟରେ ପୂର୍ବଠାରୁ ପଶ୍ଚିମ ସୀମା ପର୍ଯ୍ୟନ୍ତ ତୁମ୍ଭମାନଙ୍କର ଦତ୍ତ ଉପହାର ଭୂମି ରହିବ, ତାହା ପ୍ରସ୍ଥରେ ପଚିଶ ହଜାର ଦଣ୍ଡ ଓ ପୂର୍ବଠାରୁ ପଶ୍ଚିମ ସୀମା ପର୍ଯ୍ୟନ୍ତ ଦୀର୍ଘତାରେ ଅନ୍ୟାନ୍ୟ ଅଂଶର ସମାନ ହେବ; ପୁଣି, ତହିଁର ମଧ୍ୟସ୍ଥାନରେ ଧର୍ମଧାମ ହେବ। 9ତୁମ୍ଭେମାନେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଯେଉଁ ଉପହାର ଭୂମି ନିବେଦନ କରିବ, ତାହା ଦୀର୍ଘରେ ପଚିଶ ହଜାର ଓ ପ୍ରସ୍ଥରେ ଦଶ ହଜାର ନଳ ହେବ। 10ସେହି ପବିତ୍ର ଉପହାର ଭୂମି ଏମାନଙ୍କ ପାଇଁ, ଅର୍ଥାତ୍‍, ଯାଜକମାନଙ୍କ ପାଇଁ ହେବ; ତାହା ଉତ୍ତର ଆଡ଼େ ପଚିଶ ହଜାର ନଳ ଦୀର୍ଘ ଓ ପଶ୍ଚିମ ଆଡ଼େ ଦଶ ହଜାର ନଳ ପ୍ରସ୍ଥ, ପୂର୍ବ ଆଡ଼େ ଦଶ ହଜାର ନଳ ପ୍ରସ୍ଥ ଓ ଦକ୍ଷିଣ ଆଡ଼େ ପଚିଶ ହଜାର ନଳ ଦୀର୍ଘ ହେବ; ତହିଁର ମଧ୍ୟସ୍ଥାନରେ ସଦାପ୍ରଭୁଙ୍କର ଧର୍ମଧାମ ହେବ। 11ତାହା ସାଦୋକର ସନ୍ତାନଗଣ ମଧ୍ୟରୁ ପବିତ୍ରୀକୃତ ଯାଜକମାନଙ୍କ ନିମନ୍ତେ ହେବ, ସେମାନେ ଆମ୍ଭର ରକ୍ଷଣୀୟ ରକ୍ଷା କରିଅଛନ୍ତି; ଇସ୍ରାଏଲର ସନ୍ତାନଗଣ ବିପଥଗାମୀ ହେବା ସମୟରେ ଲେବୀୟମାନେ ଯେପରି ବିପଥଗାମୀ ହେଲେ, ସେମାନେ ସେହିପରି ବିପଥଗାମୀ ହେଲେ ନାହିଁ। 12ଲେବୀୟମାନଙ୍କ ସୀମା ନିକଟସ୍ଥ ଦେଶର ଉପହାର ଭୂମିରୁ ସେମାନେ ଉପହାର ଭୂମି ପାଇବେ, ତାହା ମହାପବିତ୍ର ହେବ। 13ଆଉ, ଯାଜକମାନଙ୍କର ସୀମାନୁସାରେ, ଲେବୀୟମାନେ ପଚିଶ ହଜାର ନଳ ଦୀର୍ଘ ଓ ଦଶ ହଜାର ନଳ ପ୍ରସ୍ଥ ଭୂମି ପାଇବେ; ସମୁଦାୟ ଭୂମିର ଦୀର୍ଘତା ପଚିଶ ହଜାର ଓ ପ୍ରସ୍ଥ ଦଶ ହଜାର ନଳ ହେବ। 14ପୁଣି, ସେମାନେ ସେହି ଭୂମିରୁ କିଛି ବିକ୍ରୟ କରିବେ ନାହିଁ; କିଅବା ତାହା ପରିବର୍ତ୍ତନ କରିବେ ନାହିଁ, ଅଥବା ଦେଶର ପ୍ରଥମଜାତ ଫଳ ହସ୍ତାନ୍ତରିତ ହେବ ନାହିଁ; କାରଣ ତାହା ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପବିତ୍ର ଅଟେ। 15ଆଉ, ପଚିଶ ହଜାର ନଳ ଭୂମିର ସମ୍ମୁଖରେ ପ୍ରସ୍ଥ ପରିମାଣରେ ଯେଉଁ ପାଞ୍ଚ ହଜାର ନଳ ଅବଶିଷ୍ଟ ରହେ, ତାହା ସାଧାରଣ ବ୍ୟବହାର, ନଗର, ବସତି-ସ୍ଥାନ ଓ ତଳଭୂମି ନିମନ୍ତେ ରହିବ ଓ ନଗର ତହିଁ ମଧ୍ୟସ୍ଥାନରେ ହେବ। 16ପୁଣି, ତହିଁର ପରିମାଣ ଏହିରୂପ ହେବ; ଉତ୍ତର ସୀମା ଚାରି ହଜାର ପାଞ୍ଚଶହ ନଳ, ଦକ୍ଷିଣ ସୀମା ଚାରି ହଜାର ପାଞ୍ଚଶହ, ପୂର୍ବ ସୀମା ଚାରି ହଜାର ପାଞ୍ଚଶହ ଓ ପଶ୍ଚିମ ସୀମା ଚାରି ହଜାର ପାଞ୍ଚଶହ ନଳ ହେବ। 17ଆଉ, ନଗରର ତଳଭୂମି ରହିବ; ଉତ୍ତର ଆଡ଼େ ଦୁଇଶହ ପଚାଶ ନଳ, ଦକ୍ଷିଣ ଆଡ଼େ ଦୁଇଶହ ପଚାଶ, ପୂର୍ବ ଆଡ଼େ ଦୁଇଶହ ପଚାଶ ଓ ପଶ୍ଚିମ ଆଡ଼େ ଦୁଇଶହ ପଚାଶ ନଳ ଭୂମି ରହିବ। 18ପୁଣି, ପବିତ୍ର ଉପହାର ଭୂମି ଦୀର୍ଘତାନୁସାରେ ଯେଉଁ ଅବଶିଷ୍ଟ ଭୂମି, ତାହା ପୂର୍ବ ପ୍ରତି ଦଶ ହଜାର; ପଶ୍ଚିମ ପ୍ରତି ଦଶ ହଜାର ନଳ ହେବ ଓ ତାହା ପବିତ୍ର ଉପହାର ଭୂମିର ସମ୍ମୁଖବର୍ତ୍ତୀ ହେବ ଓ ତଦ୍ୟୁତ୍ପନ୍ନ ଦ୍ରବ୍ୟ ନଗରର ପରିଶ୍ରମକାରୀମାନଙ୍କ ଭକ୍ଷ୍ୟ ନିମନ୍ତେ ହେବ। 19ଆଉ, ଇସ୍ରାଏଲର ଯାବତୀୟ ଗୋଷ୍ଠୀ ମଧ୍ୟରୁ ନଗରରେ ଶ୍ରମକାରୀମାନେ ତାହା କୃଷି କରିବେ। 20ସମୁଦାୟ ଉପହାର ଭୂମି ପଚିଶ ହଜାର ନଳ ଦୀର୍ଘ ଓ ପଚିଶ ହଜାର ନଳ ପ୍ରସ୍ଥ ହେବ; ତୁମ୍ଭେମାନେ ନଗର ଅଧିକାର ସହିତ ଚତୁଃଷ୍କୋଣ ପବିତ୍ର ଉପହାର ଭୂମି ନିବେଦନ କରିବ। 21ପୁଣି, ପବିତ୍ର ଉପହାର ଭୂମିର ଓ ନଗର ଅଧିକାରର ଏପାଖରେ ଓ ସେପାଖରେ ଅବଶିଷ୍ଟ ଭୂମି ଅଧିପତିଙ୍କର ହେବ; ଅର୍ଥାତ୍‍, ଅନ୍ୟାନ୍ୟ ଅଂଶର ଅନୁସାରେ ପୂର୍ବ ସୀମା ଆଡ଼େ ପଚିଶ ହଜାର ନଳ ପରିମିତ ଉପହାର ଭୂମିର ସମ୍ମୁଖସ୍ଥ ଭୂମି ଓ ପଶ୍ଚିମ ଦିଗରେ ପଶ୍ଚିମ ଆଡ଼େ ପଚିଶ ହଜାର ନଳ ପରିମିତ ଭୂମିର ସମ୍ମୁଖସ୍ଥ ଭୂମି ଅଧିପତିଙ୍କର ହେବ; ଆଉ, ପବିତ୍ର ଉପହାର ଭୂମି ଓ ଗୃହର ପବିତ୍ର ସ୍ଥାନ ତହିଁର ମଧ୍ୟସ୍ଥିତ ହେବ। 22ଆହୁରି, ଅଧିପତିଙ୍କ ଅଂଶ ମଧ୍ୟସ୍ଥିତ ଲେବୀୟମାନଙ୍କ ଅଧିକାରର ସୀମା ଓ ନଗର ଅଧିକାରର ସୀମାଠାରୁ (ଯେଉଁ ଭୂମି) ଯିହୁଦା ଓ ବିନ୍ୟାମୀନ୍‍ର ସୀମାର ମଧ୍ୟବର୍ତ୍ତୀ ଅଛି, ତାହା ଅଧିପତିଙ୍କ ପାଇଁ ହେବ। 23ଅବଶିଷ୍ଟ ଗୋଷ୍ଠୀମାନଙ୍କ ବିଷୟ : ପୂର୍ବ ସୀମାରୁ ପଶ୍ଚିମ ସୀମା ପର୍ଯ୍ୟନ୍ତ; ବିନ୍ୟାମୀନ୍‍ର ଏକ ଅଂଶ। 24ବିନ୍ୟାମୀନ୍‍ର ସୀମା ନିକଟସ୍ଥ ପୂର୍ବ ସୀମାରୁ ପଶ୍ଚିମ ସୀମା ପର୍ଯ୍ୟନ୍ତ; ଶିମୀୟୋନର ଏକ ଅଂଶ 25ପୁଣି, ଶିମୀୟୋନର ସୀମା ନିକଟସ୍ଥ ପୂର୍ବ ସୀମାରୁ ପଶ୍ଚିମ ସୀମା ପର୍ଯ୍ୟନ୍ତ; ଇଷାଖରର ଏକ ଅଂଶ। 26ଆଉ, ଇଷାଖରର ସୀମା ନିକଟସ୍ଥ ପୂର୍ବ ସୀମାରୁ ପଶ୍ଚିମ ସୀମା ପର୍ଯ୍ୟନ୍ତ; ସବୂଲୂନର ଏକ ଅଂଶ। 27ସବୂଲୂନର ସୀମା ନିକଟସ୍ଥ ପୂର୍ବ ସୀମାରୁ ପଶ୍ଚିମ ସୀମା ପର୍ଯ୍ୟନ୍ତ; ଗାଦ୍‍ର ଏକ ଅଂଶ। 28ପୁଣି, ଗାଦ୍‍ର ସୀମା ନିକଟସ୍ଥ ଦକ୍ଷିଣ ଆଡ଼େ ଦକ୍ଷିଣ ସୀମା ନିକଟରେ ତାମରଠାରୁ ମରୀବତ୍‍-କାଦେଶସ୍ଥ ଜଳ ପର୍ଯ୍ୟନ୍ତ, ଅର୍ଥାତ୍‍, ମିସରର ନଦୀ ଓ ମହାସମୁଦ୍ର ପର୍ଯ୍ୟନ୍ତ (ଦେଶର) ସୀମା ହେବ। 29ତୁମ୍ଭେମାନେ ଇସ୍ରାଏଲ ଗୋଷ୍ଠୀଗଣର ଉତ୍ତରାଧିକାର ନିମନ୍ତେ ଯେଉଁ ଦେଶ ଗୁଲିବାଣ୍ଟ ଦ୍ୱାରା ବିଭାଗ କରିବ, ତାହା ଏହି ଓ ଏହିସବୁ ସେମାନଙ୍କର ଭିନ୍ନ ଭିନ୍ନ ଅଂଶ ହେବ, ଏହା ପ୍ରଭୁ, ସଦାପ୍ରଭୁ କହନ୍ତି।
ନଗରର ଦ୍ୱାର
30ଆଉ, ଏହିସବୁ ନଗରର ନିର୍ଗମନ ସ୍ଥାନ ହେବ; ଉତ୍ତର ଆଡ଼େ ଚାରି ହଜାର ପାଞ୍ଚଶହ ଦଣ୍ଡ ପରିମିତ ଭୂମି 31ଓ ନଗରର ଦ୍ୱାରସକଳ ଇସ୍ରାଏଲ ଗୋଷ୍ଠୀଗଣର ନାମାନୁସାରେ ହେବ; ଉତ୍ତର ଆଡ଼େ ତିନି ଦ୍ୱାର ହେବ; ଅର୍ଥାତ୍‍, ରୁବେନ୍‍ର ଏକ ଦ୍ୱାର; ଯିହୁଦାର ଏକ ଦ୍ୱାର; ଲେବୀର ଏକ ଦ୍ୱାର; 32ପୁଣି, ପୂର୍ବ ଆଡ଼େ ଚାରି ହଜାର ପାଞ୍ଚଶହ ଦଣ୍ଡ ଭୂମି ଓ ତିନି ଦ୍ୱାର ହେବ; ଅର୍ଥାତ୍‍, ଯୋଷେଫର ଏକ ଦ୍ୱାର, ବିନ୍ୟାମୀନ୍‍ର ଏକ ଦ୍ୱାର, ଦାନ୍‍ର ଏକ ଦ୍ୱାର; 33ଆଉ, ଦକ୍ଷିଣ ଆଡ଼େ ଚାରି ହଜାର ପାଞ୍ଚଶହ ଦଣ୍ଡ ପରିମିତ ଭୂମି ଓ ତିନି ଦ୍ୱାର ହେବ; ଶିମୀୟୋନର ଏକ ଦ୍ୱାର; ଇଷାଖରର ଏକ ଦ୍ୱାର; ସବୂଲୂନର ଏକ ଦ୍ୱାର; 34ପଶ୍ଚିମ ଆଡ଼େ ଚାରି ହଜାର ପାଞ୍ଚଶହ ଦଣ୍ଡ ଭୂମି ଓ ତିନି ଦ୍ୱାର ହେବ; ଗାଦ୍‍ର ଏକ ଦ୍ୱାର; ଆଶେରର ଏକ ଦ୍ୱାର; ନପ୍ତାଲିର ଏକ ଦ୍ୱାର ହେବ। 35ଚତୁର୍ଦ୍ଦିଗ ଅଠର ହଜାର ଦଣ୍ଡ ପରିମିତ ହେବ, ଆଉ “ସଦାପ୍ରଭୁ ତହିଁ ବିଦ୍ୟମାନ,”#48:35 ସଦାପ୍ରଭୁ ତହିଁ ବିଦ୍ୟମାନ,” କିମ୍ବା ସଦାପ୍ରଭୁ ଶାମ୍ମା ସେହି ଦିନଠାରୁ ନଗରର ଏହି ନାମ ହେବ।

Highlight

Copy

Compare

Share

None

Want to have your highlights saved across all your devices? Sign up or sign in

Videos for ଯିହିଜିକଲ ଭବିଷ୍ୟଦବକ୍ତାଙ୍କ ପୁସ୍ତକ 48