Bible App logo
Search Icon

ଯିହିଜିକଲ ଭବିଷ୍ୟଦବକ୍ତାଙ୍କ ପୁସ୍ତକ 7

7
ସଦାପ୍ରଭୁଙ୍କ କ୍ରୋଧର ଦିନ
1ଆହୁରି, ସଦାପ୍ରଭୁଙ୍କ ବାକ୍ୟ ମୋ’ ନିକଟରେ ଉପସ୍ଥିତ ହେଲା, ଯଥା; 2ହେ ମନୁଷ୍ୟ ସନ୍ତାନ, ପ୍ରଭୁ, ସଦାପ୍ରଭୁ ଇସ୍ରାଏଲ ଦେଶ ପ୍ରତି କହନ୍ତି; ଅନ୍ତିମ କାଳ, ଦେଶର ଚାରି କୋଣରେ ଅନ୍ତିମ କାଳ ଉପସ୍ଥିତ ହୋଇଅଛି। 3ଏବେ ତୁମ୍ଭର ଅନ୍ତିମ କାଳ ଉପସ୍ଥିତ, ଆମ୍ଭେ ତୁମ୍ଭ ବିରୁଦ୍ଧରେ ଆପଣା କ୍ରୋଧ ପ୍ରେରଣ କରିବା ଓ ତୁମ୍ଭର ଆଚରଣାନୁସାରେ ତୁମ୍ଭର ବିଚାର କରିବା ଓ ତୁମ୍ଭର ଘୃଣାଯୋଗ୍ୟ ସକଳ କର୍ମର ଫଳ ତୁମ୍ଭ ଉପରେ ବର୍ତ୍ତାଇବା। 4ଆମ୍ଭେ ତୁମ୍ଭ ପ୍ରତି ଚକ୍ଷୁ ଲଜ୍ଜା କରିବା ନାହିଁ, କିଅବା ଆମ୍ଭେ ଦୟା କରିବା ନାହିଁ; ମାତ୍ର ତୁମ୍ଭ ଆଚରଣର ଫଳ ଆମ୍ଭେ ତୁମ୍ଭ ଉପରେ ବର୍ତ୍ତାଇବା ଓ ତୁମ୍ଭର ଘୃଣାଯୋଗ୍ୟ କ୍ରିୟାସବୁ ତୁମ୍ଭ ମଧ୍ୟରେ ରହିବ; ତହିଁରେ ଆମ୍ଭେ ଯେ ସଦାପ୍ରଭୁ ଅଟୁ, ଏହା ତୁମ୍ଭେମାନେ ଜାଣିବ। 5ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି; ଅମଙ୍ଗଳ ହିଁ ଅମଙ୍ଗଳ; ଦେଖ, ତାହା ଆସୁଅଛି। 6ଅନ୍ତିମ କାଳ ଉପସ୍ଥିତ, ସେହି ଅନ୍ତିମ କାଳ ଉପସ୍ଥିତ, ତାହା ତୁମ୍ଭ ବିରୁଦ୍ଧରେ ଜାଗି ଉଠୁଅଛି; ଦେଖ, ତାହା ଆସୁଅଛି। 7ହେ ଦେଶନିବାସୀ ଲୋକ, ତୁମ୍ଭର ଶେଷ ବିଚାରାଜ୍ଞା ଉପସ୍ଥିତ, ସେହି ସମୟ ଉପସ୍ଥିତ, ସେହି ଦିନ ସନ୍ନିକଟ; ତାହା କୋଳାହଳର ଦିନ ଓ ପର୍ବତଗଣ ଉପରେ ଆନନ୍ଦ ଧ୍ୱନିର ଦିନ ନୁହେଁ। 8ଏବେ ଆମ୍ଭେ ଅବିଳମ୍ବରେ ଆମ୍ଭର କୋପ ତୁମ୍ଭ ଉପରେ ଢାଳି ଦେବା ଓ ତୁମ୍ଭ ବିରୁଦ୍ଧରେ ଆପଣା କ୍ରୋଧ ସଫଳ କରିବା, ଆଉ ତୁମ୍ଭର ଆଚରଣାନୁସାରେ ତୁମ୍ଭର ବିଚାର କରିବା; ଆମ୍ଭେ ତୁମ୍ଭର ଘୃଣାଯୋଗ୍ୟ ସକଳ କ୍ରିୟାର ଫଳ ତୁମ୍ଭ ଉପରେ ବର୍ତ୍ତାଇବା। 9ପୁଣି, ଆମ୍ଭେ ଚକ୍ଷୁଲଜ୍ଜା କରିବା ନାହିଁ; କିଅବା ଦୟା କରିବା ନାହିଁ; ଆମ୍ଭେ ତୁମ୍ଭର ଆଚରଣାନୁସାରେ ତୁମ୍ଭ ଉପରେ ଫଳ ବର୍ତ୍ତାଇବା ଓ ତୁମ୍ଭର ଘୃଣାଯୋଗ୍ୟ କ୍ରିୟାସକଳ ତୁମ୍ଭ ମଧ୍ୟରେ ରହିବ; ତହିଁରେ ଆମ୍ଭେ ସଦାପ୍ରଭୁ ଆଘାତ କରୁ, ଏହା ତୁମ୍ଭେମାନେ ଜାଣିବ। 10ଦେଖ, ସେହି ଦିନ, ଦେଖ, ତାହା ଆସୁଅଛି; ତୁମ୍ଭର ଶେଷ ବିଚାରାଜ୍ଞା ନିର୍ଗତ ହେଲା; ଯଷ୍ଟି ପୁଷ୍ପିତ ହୋଇଅଛି, ଅହଙ୍କାର ଅଙ୍କୁରିତ ହୋଇଅଛି। 11ଦୌରାତ୍ମ୍ୟ ବଢ଼ି ଉଠି ଦୁଷ୍ଟତାରୂପ ଯଷ୍ଟି ହୋଇଅଛି; ସେମାନଙ୍କର କେହି କିଅବା ସେମାନଙ୍କର ଲୋକସମୂହ କିଅବା ସେମାନଙ୍କର ଧନ ରହିବ ନାହିଁ; ଅଥବା ସେମାନଙ୍କ ମଧ୍ୟରେ ଶ୍ରେଷ୍ଠତା ରହିବ ନାହିଁ। 12ସମୟ ଉପସ୍ଥିତ ହେଲା, ଦିନ ନିକଟବର୍ତ୍ତୀ ହେଉଅଛି; କ୍ରୟକାରୀ ଆନନ୍ଦ ନ କରୁ ଓ ବିକ୍ରୟକାରୀ ଶୋକ ନ କରୁ; କାରଣ ସେହି ସ୍ଥାନର ସମସ୍ତ ଲୋକସମୂହ ଉପରେ କୋପ ଉପସ୍ଥିତ। 13ଯେହେତୁ ସେମାନେ ଜୀବିତ ଥିଲେ ହେଁ ବିକ୍ରୟକାରୀ ବିକ୍ରୀତ ଅଧିକାରକୁ ଫେରିଯିବ ନାହିଁ; କାରଣ ଏହି ଦର୍ଶନ ସେହି ସ୍ଥାନସ୍ଥ ସମୁଦାୟ ଲୋକସମୂହ ବିଷୟକ ଅଟେ, କେହି ଫେରିଯିବେ ନାହିଁ; ପୁଣି, ଆପଣା ଜୀବନର ଅଧର୍ମରେ କେହି ଆପଣାକୁ ସବଳ କରିବେ ନାହିଁ। 14ସେମାନେ ତୂରୀ ବଜାଇ ସବୁ ପ୍ରସ୍ତୁତ କରିଅଛନ୍ତି; ମାତ୍ର କେହି ଯୁଦ୍ଧକୁ ଯାଏ ନାହିଁ; କାରଣ ସେହି ସ୍ଥାନର ସମସ୍ତ ଲୋକସମୂହ ଉପରେ ଆମ୍ଭର କୋପ ଅଛି।
ଇସ୍ରାଏଲର ପାପର ଶାସ୍ତି
15ବାହାରେ ଖଡ୍ଗ, ଭିତରେ ମହାମାରୀ ଓ ଦୁର୍ଭିକ୍ଷ ଅଛି; ଯେଉଁ ଲୋକ କ୍ଷେତ୍ରରେ ଅଛି, ସେ ଖଡ୍ଗରେ ମରିବ ଓ ଯେ ନଗର ମଧ୍ୟରେ ଅଛି, ଦୁର୍ଭିକ୍ଷ ଓ ମହାମାରୀ ତାକୁ ଗ୍ରାସ କରିବ। 16ମାତ୍ର ସେମାନଙ୍କ ମଧ୍ୟରୁ ଯେଉଁମାନେ ପଳାନ୍ତି, ସେମାନେ ରକ୍ଷା ପାଇବେ ଓ ଉପତ୍ୟକାର ଘୁଘୁ ପରି ପର୍ବତରେ ସମସ୍ତେ ବିଳାପ କରିବେ, ପ୍ରତ୍ୟେକେ ଆପଣା ଆପଣା ଅଧର୍ମ ହେତୁ ବିଳାପ କରିବେ। 17ସମସ୍ତଙ୍କର ହସ୍ତ ଦୁର୍ବଳ ହେବ, ସମସ୍ତଙ୍କର ଆଣ୍ଠୁ ଜଳ ପରି ଦୁର୍ବଳ ହେବ। 18ମଧ୍ୟ ସେମାନେ କଟୀଦେଶରେ ଚଟବସ୍ତ୍ର ବାନ୍ଧିବେ ଓ ମହାଶଙ୍କା ସେମାନଙ୍କୁ ଆଚ୍ଛନ୍ନ କରିବ; ଆଉ, ସମସ୍ତଙ୍କ ମୁଖ ଲଜ୍ଜିତ ହେବ ଓ ସମସ୍ତଙ୍କର ମସ୍ତକ ଟାଙ୍ଗରା ହେବ। 19ସେମାନେ ଆପଣା ଆପଣା ରୂପା ଦାଣ୍ଡରେ ପକାଇ ଦେବେ ଓ ସେମାନଙ୍କର ସୁନା ଅଶୁଚି ବସ୍ତୁ ତୁଲ୍ୟ ହେବ; ସଦାପ୍ରଭୁଙ୍କ କୋପର ଦିନରେ ସେମାନଙ୍କର ରୂପା ଓ ସୁନା ସେମାନଙ୍କୁ ରକ୍ଷା କରି ପାରିବ ନାହିଁ; ତାହା ସେମାନଙ୍କ ପ୍ରାଣକୁ ତୃପ୍ତ କିଅବା ଉଦର ପୂର୍ଣ୍ଣ କରିବ ନାହିଁ; କାରଣ ତାହା ହିଁ ସେମାନଙ୍କର ଅଧର୍ମଜନକ ବିଘ୍ନ ହୋଇଅଛି। 20ସେ ଆପଣାର ଶୋଭାରୂପ ଅଳଙ୍କାର ମହତ୍ତ୍ୱରେ ସ୍ଥାପନ କଲେ; ମାତ୍ର ସେମାନେ ତହିଁ ମଧ୍ୟରେ ଆପଣାମାନଙ୍କର ଅଶୁଚି ଓ ଘୃଣାଯୋଗ୍ୟ ପ୍ରତିମାଗଣ ନିର୍ମାଣ କଲେ; ଏହେତୁ ଆମ୍ଭେ ତାହା ସେମାନଙ୍କ ପ୍ରତି ଅଶୁଚି ବସ୍ତୁ ସ୍ୱରୂପ କରିଅଛୁ। 21ପୁଣି, ଆମ୍ଭେ ତାହା ମୃଗୟା ସ୍ୱରୂପେ ବିଦେଶୀମାନଙ୍କର ଓ ଲୁଟିତ ଦ୍ରବ୍ୟ ସ୍ୱରୂପେ ପୃଥିବୀର ଦୁଷ୍ଟମାନଙ୍କ ହସ୍ତରେ ସମର୍ପଣ କରିବା; ତହିଁରେ ସେମାନେ ତାହା ଅପବିତ୍ର କରିବେ। 22ଆହୁରି, ଆମ୍ଭେ ସେମାନଙ୍କଠାରୁ ଆପଣା ମୁଖ ଫେରାଇବା, ତହିଁରେ ସେମାନେ ଆମ୍ଭର ନିଭୃତ ସ୍ଥାନ ଅପବିତ୍ର କରିବେ; ଆଉ, ଡକାୟତମାନେ ତହିଁ ମଧ୍ୟରେ ପ୍ରବେଶ କରି ତାହା ଅପବିତ୍ର କରିବେ। 23ଶିକୁଳି ପ୍ରସ୍ତୁତ କର; କାରଣ ରକ୍ତପାତରୂପ ଅପରାଧରେ ଦେଶ ପରିପୂର୍ଣ୍ଣ ଓ ଦୌରାତ୍ମ୍ୟରେ ନଗର ପରିପୂର୍ଣ୍ଣ ଅଟେ। 24ଏଥିପାଇଁ ଆମ୍ଭେ ଅନ୍ୟ ଦେଶୀୟମାନଙ୍କ ମଧ୍ୟରୁ ଦୁଷ୍ଟତମ ଲୋକଙ୍କୁ ଆଣିବା, ତହିଁରେ ସେମାନେ ଏମାନଙ୍କର ଗୃହସବୁ ଅଧିକାର କରିବେ; ମଧ୍ୟ ଆମ୍ଭେ ବଳବାନମାନଙ୍କର ଦର୍ପ ଚୂର୍ଣ୍ଣ କରିବା; ତହିଁରେ ସେମାନଙ୍କର ପବିତ୍ର ସ୍ଥାନସବୁ ଅପବିତ୍ର ହେବ। 25ବିନାଶ ଆସୁଅଛି; ସେମାନେ ଶାନ୍ତି ଅନ୍ଵେଷଣ କରିବେ; ପୁଣି, କିଛି ପାଇବେ ନାହିଁ। 26ବିପଦ ଉପରେ ବିପଦ ଘଟିବ ଓ ଜନରବ ଉପରେ ଜନରବ ହେବ; ତହିଁରେ ସେମାନେ ଭବିଷ୍ୟଦ୍‍ବକ୍ତାର ନିକଟରେ ଦର୍ଶନର ଚେଷ୍ଟା କରିବେ; ମାତ୍ର ଯାଜକର ବ୍ୟବସ୍ଥା-ଜ୍ଞାନ ଓ ପ୍ରାଚୀନ ଲୋକମାନଙ୍କର ପରାମର୍ଶ ଲୋପ ପାଇବ। 27ରାଜା ଶୋକ କରିବ ଓ ଅଧିପତି ଉତ୍ସନ୍ନତାରୂପ ବସ୍ତ୍ରରେ ପରିହିତ ହେବ ଓ ଦେଶସ୍ଥ ଲୋକମାନଙ୍କର ହସ୍ତ କମ୍ପିତ ହେବ; ଆମ୍ଭେ ସେମାନଙ୍କର ଆଚରଣାନୁସାରେ ସେମାନଙ୍କ ପ୍ରତି ବ୍ୟବହାର କରିବା ଓ ସେମାନଙ୍କର ଯୋଗ୍ୟତାନୁସାରେ ସେମାନଙ୍କର ବିଚାର କରିବା, ତହିଁରେ ଆମ୍ଭେ ଯେ ସଦାପ୍ରଭୁ ଅଟୁ, ଏହା ସେମାନେ ଜାଣିବେ।

Highlight

Copy

Compare

Share

None

Want to have your highlights saved across all your devices? Sign up or sign in

Videos for ଯିହିଜିକଲ ଭବିଷ୍ୟଦବକ୍ତାଙ୍କ ପୁସ୍ତକ 7