ଗାଲାତୀୟ 1
1
ଅଭିବାଦନ
1ମୁଁ ପାଉଲ, ଜଣେ ପ୍ରେରିତ ମନୁଷ୍ୟଠାରୁ ନୁହେଁ, କି ମନୁଷ୍ୟ ଦ୍ୱାରା ନୁହେଁ, କିନ୍ତୁ ଯୀଶୁ ଖ୍ରୀଷ୍ଟଙ୍କ ଦ୍ୱାରା ଏବଂ ଯେଉଁ ପିତା ଈଶ୍ୱର ତାହାଙ୍କୁ ମୃତମାନଙ୍କ ମଧ୍ୟରୁ ଉଠାଇଲେ, ତାହାଙ୍କ ଦ୍ୱାରା, 2ଆଉ ମୋହର ସାଙ୍ଗରେ ଥିବା ଭାଇ ସମସ୍ତେ ଗାଲାତୀୟ ମଣ୍ଡଳୀଗୁଡିକୁ; 3ଆମ୍ଭମାନଙ୍କ ପିତା ଈଶ୍ୱର ଓ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କଠାରୁ ଅନୁଗ୍ରହ ଓ ଶାନ୍ତି ତୁମ୍ଭମାନଙ୍କ ପ୍ରତି ହେଉ; 4ସେ ଆମ୍ଭମାନଙ୍କ ପିତା ଈଶ୍ୱରଙ୍କ ଇଚ୍ଛାନୁସାରେ ଏହି ପାପମୟ ଜଗତରୁ ଆମ୍ଭମାନଙ୍କୁ ଉଦ୍ଧାର କରିବା ପାଇଁ ଆମ୍ଭମାନଙ୍କ ପାପ ନିମନ୍ତେ ଆପଣାକୁ ପ୍ରଦାନ କଲେ; 5ଯୁଗେ ଯୁଗେ ତାହାଙ୍କର ଗୌରବ ହେଉ । ଆମେନ୍ ।
ଏକମାତ୍ର ସୁସମାଚାର
6ଖ୍ରୀଷ୍ଟଙ୍କ ଅନୁଗ୍ରହରେ ଯେ ତୁମ୍ଭମାନଙ୍କୁ ଆହ୍ୱାନ କଲେ, ତାହାଙ୍କଠାରୁ ତୁମ୍ଭେମାନେ ଯେ ଏତେ ଶୀଘ୍ର ବିମୁଖ ହୋଇ ଅନ୍ୟ ସୁସମାଚାର ପ୍ରତି ଅନୁରକ୍ତ ହେଉଅଛ, ଏଥିରେ ମୁଁ ଚମତ୍କୃତ ହେଉଅଛି; 7ତାହା ଅନ୍ୟ ସୁସମାଚାର ସୁଦ୍ଧା ନୁହେଁ, କେବଳ କେତେକ ତୁମ୍ଭମାନଙ୍କୁ ଅସ୍ଥିର କରୁଅଛନ୍ତି ଓ ଖ୍ରୀଷ୍ଟଙ୍କ ସୁସମାଚାରକୁ ବିକୃତ କରିବାକୁ ଇଚ୍ଛା କରୁଅଛନ୍ତି । 8କିନ୍ତୁ ଯେଉଁ ସୁସମାଚାର ଆମ୍ଭେମାନେ ତୁମ୍ଭମାନଙ୍କ ନିକଟରେ ପ୍ରଚାର କରିଥିଲୁ, ଯଦି ଆମ୍ଭେମାନେ କିମ୍ବା ସ୍ୱର୍ଗରୁ ଦୂତ ହେଲେ ମଧ୍ୟ ତା ବ୍ୟତୀତ ଅନ୍ୟ ସୁସମାଚାର ପ୍ରଚାର କରେ, ତେବେ ସେ ଶ୍ରାପଗ୍ରସ୍ତ ହେଉ । 9ଯେପରି ଆମ୍ଭେମାନେ ପୂର୍ବରେ କହିଅଛୁ, ସେହିପରି ମୁଁ ଏବେ ଆଉ ଥରେ କହୁଅଛି, ଯେଉଁ ସୁସମାଚାର ତୁମ୍ଭେମାନେ ଗ୍ରହଣ କରିଥିଲ, ତା ବ୍ୟତୀତ ଯଦି କୌଣସି ଲୋକ ଅନ୍ୟ ସୁସମାଚାର ତୁମ୍ଭମାନଙ୍କ ନିକଟରେ ପ୍ରଚାର କରେ, ତେବେ ସେ ଶ୍ରାପଗ୍ରସ୍ତ ହେଉ । 10ମୁଁ କି ଏବେ ମନୁଷ୍ୟମାନଙ୍କର କିମ୍ବା ଈଶ୍ୱରଙ୍କର ପ୍ରିୟପାତ୍ର ହେବାକୁ ଯତ୍ନ କରୁଅଛି ? ଅବା ମନୁଷ୍ୟମାନଙ୍କୁ କି ସନ୍ତୁଷ୍ଟ କରିବାକୁ ଚେଷ୍ଟା କରୁଅଛି ? ଯଦି ମୁଁ ଏବେ ସୁଦ୍ଧା ମନୁଷ୍ୟମାନଙ୍କୁ ସନ୍ତୁଷ୍ଟ କରୁଥାଆନ୍ତି, ତେବେ ମୁଁ ଖ୍ରୀଷ୍ଟଙ୍କର ଦାସ ହୁଅନ୍ତି ନାହିଁ ।
ପାଉଲ ଈଶ୍ୱରଙ୍କ ଦ୍ୱାରା ଆହୂତ
11କାରଣ, ହେ ଭାଇମାନେ, ଯେଉଁ ସୁସମାଚାର ମୋ' ଦ୍ୱାରା ପ୍ରଚାରିତ ହୋଇଅଛି, ସେ ସମ୍ବନ୍ଧରେ ତୁମ୍ଭମାନଙ୍କୁ ଜଣାଉଅଛି ଯେ, ତାହା ମନୁଷ୍ୟର ମତାନୁଯାୟୀ ନୁହେଁ; 12ଯେଣୁ ମୁଁ ତାହା ମନୁଷ୍ୟଠାରୁ ପାଇ ନାହିଁ କିଅବା ଶିକ୍ଷା କରି ନାହିଁ, କିନ୍ତୁ ଯୀଶୁଖ୍ରୀଷ୍ଟଙ୍କ ପ୍ରତ୍ୟାଦେଶ ଦ୍ୱାରା ପାଇଅଛି । 13ପୂର୍ବେ ଯିହୂଦୀ ଧର୍ମରେ ମୋହର ଆଚାର ବ୍ୟବହାର ସମ୍ବନ୍ଧରେ ତୁମ୍ଭେମାନେ ତ ଶୁଣିଅଛ, ମୁଁ ଈଶ୍ୱରଙ୍କ ମଣ୍ଡଳୀ କି ଅତିରିକ୍ତ ଭାବରେ ତାଡ଼ନା କରୁଥିଲି ଓ ତାହା ଉଚ୍ଛିନ୍ନ କରିବାକୁ ଚେଷ୍ଟା କରୁଥିଲି, 14ଆଉ, ମୋହର ପିତୃପୁରୁଷଙ୍କ ପରମ୍ପରାଗତ ରୀତିନୀତି ନିମନ୍ତେ ଅତ୍ୟନ୍ତ ଉଦ୍ଯୋଗୀ ହୋଇ ମୋହର ସମବୟସ୍କ ସ୍ୱଜାତି ଲୋକମାନଙ୍କ ମଧ୍ୟରେ ଅନେକଙ୍କଠାରୁ ବଳି ଯିହୂଦୀ ଧର୍ମରେ ଅଗ୍ରସର ହେଉଥିଲି । 15କିନ୍ତୁ ଯେ ମୋହର ମାତାଙ୍କ ଉଦରରୁ ମୋତେ ପୃଥକ୍ କରିଥିଲେ ଓ ଆପଣା ଅନୁଗ୍ରହରେ ମୋତେ ଆହ୍ୱାନ କଲେ, 16ସେ ଯେତେବେଳେ ଆପଣା ପୁତ୍ରଙ୍କୁ ମୋ'ଠାରେ ପ୍ରକାଶ କରିବା ନିମନ୍ତେ ସନ୍ତୁଷ୍ଟ ହେଲେ, ଯେପରି ମୁଁ ଅଣଯିହୂଦୀମାନଙ୍କ ମଧ୍ୟରେ ତାହାଙ୍କୁ ପ୍ରଚାର କରେ, ସେତେବେଳେ ମୁଁ ମନୁଷ୍ୟ ସହିତ ପରାମର୍ଶ ନ କରି 17କିଅବା ମୋ' ପୂର୍ବରେ ନିଯୁକ୍ତ ପ୍ରେରିତମାନଙ୍କ ନିକଟକୁ ଯିରୂଶାଲମକୁ ନ ଯାଇ ସେହିକ୍ଷଣି ଆରବକୁ ବାହାରିଗଲି; ପୁନଶ୍ଚ ମୁଁ ଦମ୍ମେସକକୁ ବାହୁଡ଼ି ଆସିଲି । 18ତାହା ପରେ ତିନି ବର୍ଷ ଉତ୍ତାରେ ମୁଁ ପିତରଙ୍କ ସହିତ ସାକ୍ଷାତ କରିବା ନିମନ୍ତେ ଯିରୂଶାଲମକୁ ଗଲି ଓ ତାଙ୍କ ସହିତ ପନ୍ଦର ଦିନ ରହିଲି । 19କିନ୍ତୁ ପ୍ରଭୁଙ୍କ ଭାଇ ଯାକୁବଙ୍କ ଛଡ଼ା ପ୍ରେରିତମାନଙ୍କର ଅନ୍ୟ କାହାରିକୁ ଦେଖିଲି ନାହିଁ । 20ମୁଁ ଯେଉଁ ସବୁ ବିଷୟ ତୁମ୍ଭମାନଙ୍କୁ ଲେଖୁଅଛି, ଦେଖ, ଈଶ୍ୱରଙ୍କ ସାକ୍ଷାତରେ କହୁଅଛି, ମୁଁ ମିଥ୍ୟା କହୁ ନାହିଁ 21ପରେ ମୁଁ ସିରିୟା ଓ କିଲିକିୟା ଅଞ୍ଚଳକୁ ଗଲି । 22ଯିହୂଦା ପ୍ରଦେଶର ଖ୍ରୀଷ୍ଟାଶ୍ରିତ ମଣ୍ଡଳୀସମୂହ ନିକଟରେ ମୁଁ ବ୍ୟକ୍ତିଗତଭାବେ ପରିଚିତ ନ ଥିଲି; 23ସେମାନେ କେବଳ ଶୁଣୁଥିଲେ, ଯେଉଁ ବ୍ୟକ୍ତି ପୂର୍ବେ ଆମ୍ଭମାନଙ୍କୁ ତାଡ଼ନା କରୁଥିଲେ, ସେ ଥରେ ଯେଉଁ ବିଶ୍ୱାସମତକୁ ଉଚ୍ଛିନ୍ନ କରିବାକୁ ଚେଷ୍ଟା କରୁଥିଲେ, ତାହା ଏବେ ପ୍ରଚାର କରୁଅଛନ୍ତି; 24ଆଉ ସେମାନେ ମୋ' ସକାଶେ ଈଶ୍ୱରଙ୍କ ପ୍ରଶଂସା କରୁଥିଲେ ।
Currently Selected:
ଗାଲାତୀୟ 1: ORYIRV
Highlight
Share
Copy
Want to have your highlights saved across all your devices? Sign up or sign in
© 2017 Bridge Connectivity Solutions. Released under the Creative Commons Attribution Share-Alike license 4.0

: